Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 24:22 - ପବିତ୍ର ବାଇବଲ

22 “ବିଦେଶୀ ହେଉ କି ସ୍ୱଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ସମାନ ବ୍ୟବସ୍ଥା ହେବ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ବିଦେଶୀ ହେଉ କି ସ୍ଵଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ଏକ ପ୍ରକାର ବ୍ୟବସ୍ଥା ହେବ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ।

Gade chapit la Kopi

ଓଡିଆ ବାଇବେଲ

22 ବିଦେଶୀ ହେଉ କି ସ୍ୱଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ଏକ ପ୍ରକାର ବ୍ୟବସ୍ଥା ହେବ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ବିଦେଶୀ ହେଉ କି ସ୍ୱଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ଏକ-ପ୍ରକାର ବ୍ୟବସ୍ଥା ହେବ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

Gade chapit la Kopi




ଲେବୀୟ ପୁସ୍ତକ 24:22
8 Referans Kwoze  

ଏହି ନିୟମ ସମସ୍ତଙ୍କ ପାଇଁ ପ୍ରଜୁଜ୍ୟ, ଏହା କେବଳ ଅଣଇସ୍ରାଏଲୀୟ ପାଇଁ ନୁହେଁ, ଏହା ସମସ୍ତଙ୍କ ପାଇଁ ଲାଗୁ ହେବ। ଏହି ନିୟମ ସମସ୍ତଙ୍କ ପାଇଁ ଯେଉଁମାନେ ତୁମ୍ଭ ଦେଶରେ ବାସ କରୁଥିବେ।”


“ଆଉ ଯେବେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାରପର୍ବର ବିଧି ଅନୁସାରେ ଓ ତହିଁର ଶାସନ ଅନୁସାରେ ତାହା ପାଳନ କରିବ; ସ୍ୱଦେଶୀ ହେଉ କି ବିଦେଶୀ ହେଉ, ଉଭୟଙ୍କ ପାଇଁ ବିଧି ସମାନ ହେବ।”


ଇସ୍ରାଏଲର ସମସ୍ତ ଲୋକଙ୍କ ନିମନ୍ତେ ଓ ସେମାନଙ୍କ ମଧ୍ୟରେ ବାସ କରୁଥିବା ବିଦେଶୀ ମୂଳ ବାସୀନ୍ଦା ନିମନ୍ତେ ଅନିଛାରେ କରାଯାଇଥିବା ପାପର ପ୍ରାୟଶ୍ଚିତ ନିମନ୍ତେ ଏକା ବ୍ୟବସ୍ଥା ହେବ।


ତୁମ୍ଭେମାନେ ସ୍ୱଦେଶୀମାନଙ୍କ ପ୍ରତି ଯେପରି ଆଚରଣ କରିବ, ତୁମ୍ଭ ସହବାସୀ ବିଦେଶୀମାନଙ୍କ ପ୍ରତି ମଧ୍ୟ ସେହିପରି ଆଚରଣ କରିବ। ତୁମ୍ଭେ ସେମାନଙ୍କୁ ଆତ୍ମତୁଲ୍ୟ ପ୍ରେମ କରିବ। କାରଣ ମିଶର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


“ଆଉ କୌଣସି ଇସ୍ରାଏଲୀୟ କିମ୍ବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜି ପ୍ରାଣୀର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କଠାରୁ ତାକୁ ପୃଥକ ରଖିବା।


ତା'ପରେ ମୋଶା ଇସ୍ରାଏଲ ସନ୍ତାନଗଣଙ୍କୁ କହିବାରୁ ସେମାନେ ଅଭିଶାପ ଦେଇଥିବା ଲୋକକୁ ଛାଉଣି ବାହାରକୁ ଆଣିଲେ, ତହୁଁ ଲୋକମାନେ ତାକୁ ପଥର ମାରି ବଧ କଲେ। ଇସ୍ରାଏଲ ସନ୍ତାନଗଣ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କର୍ମ କଲେ।


“ସେହି ସମୟରେ, ମୁଁ ତୁମ୍ଭର ବିଗ୍ଭରପତିମାନଙ୍କୁ କହିଥିଲି, ‘ତୁମ୍ଭେ ତୁମ୍ଭର ଲୋକମାନଙ୍କର ବିବାଦ ଶୁଣ ଓ ତାହାର ଯଥାର୍ଥ ବିଗ୍ଭରକର। ଏହା ଇସ୍ରାଏଲୀୟ ଓ ଇସ୍ରାଏଲୀୟମାନଙ୍କ ମଧ୍ୟରେ ହେଉ ବା ଇସ୍ରାଏଲୀୟ ଓ ବିଦେଶୀମାନଙ୍କ ମଧ୍ୟରେ ହେଉ, ତୁମ୍ଭର ବିଗ୍ଭର ନିରପେକ୍ଷ ହେବ।


Swiv nou:

Piblisite


Piblisite