ଲେବୀୟ ପୁସ୍ତକ 24:9 - ପବିତ୍ର ବାଇବଲ9 ସେହି ରୋଟୀ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କର ହେବ। ଆଉ ସେମାନେ ସେହି ରୋଟୀକୁ ଏକ ପବିତ୍ର ସ୍ଥାନରେ ଭକ୍ଷ୍ୟଣ କରିବା ଉଚିତ୍। କାରଣ ସେଗୁଡ଼ିକ ସଦାପ୍ରଭୁଙ୍କ ନୈବେଦ୍ୟର ପବିତ୍ର ଅଂଶ। ଏହି ରୋଟୀ ଚିରଦିନ ପାଇଁ ସେମାନଙ୍କର ଅଂଶ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)9 ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି। Gade chapit laଓଡିଆ ବାଇବେଲ9 ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣଙ୍କର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣଙ୍କର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି।” Gade chapit la |
ତୁମ୍ଭେମାନେ କ’ଣ ପଢ଼ି ନାହଁ ଯେ, ଅବିୟାଥର ମହାଯାଜକ ଥିବା ସମୟରେ ଦାଉଦ ପରମେଶ୍ୱରଙ୍କ ମନ୍ଦିରରେ ପ୍ରବେଶ କରି ପରମେଶ୍ୱରଙ୍କୁ ଅର୍ପଣ କରାଯାଇଥିବା ଖାଦ୍ୟ ଖାଇଥିଲେ? ମୋଶାଙ୍କ ନିୟମ ଅନୁସାରେ ଯାଜକମାନେ କେବଳ ସେହି ଖାଦ୍ୟ ଖାଇ ପାରିବେ। ତାହାଙ୍କ ବ୍ୟତୀତ ଆଉ କାହାରିକୁ ସେହି ଖାଦ୍ୟ ଖାଇବାର ଅଧିକାର ନାହିଁ। କିନ୍ତୁ ଦାଉଦ ସେ ଖାଦ୍ୟରୁ କିଛି ମଧ୍ୟ ତାହାଙ୍କ ସହିତ ଥିବା ଲୋକମାନଙ୍କୁ ଖାଇବାକୁ ଦେଇଥିଲେ।”