Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 26:17 - ପବିତ୍ର ବାଇବଲ

17 ଆମ୍ଭେ ତୁମ୍ଭ ବିରୁଦ୍ଧରେ ଯିବା, ତୁମ୍ଭେମାନେ ତୁମ୍ଭମାନଙ୍କର ଶତ୍ରୁମାନଙ୍କ ଦ୍ୱାରା ପରାଜିତ ହେବ, ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି ସେମାନେ ତୁମ୍ଭମାନଙ୍କ ଉପରେ ଶାସନ କରିବେ ଓ କେହି ତୁମ୍ଭମାନଙ୍କ ପଛରେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ଦୌଡ଼ି ପଳାଇଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି ଆମ୍ଭେ ତୁମ୍ଭମାନଙ୍କ ପ୍ରତିକୂଳରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣର ଅଗ୍ରତେ ହତ ହେବ ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇ ଯିବ।

Gade chapit la Kopi

ଓଡିଆ ବାଇବେଲ

17 ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।

Gade chapit la Kopi




ଲେବୀୟ ପୁସ୍ତକ 26:17
30 Referans Kwoze  

ଦୁଷ୍ଟ ଲୋକମାନେ ସବୁକୁ ଭୟ କରନ୍ତି। ମାତ୍ର ଧାର୍ମିକ ଲୋକମାନେ ସିଂହପରି ଆତ୍ମନିର୍ଭରଶୀଳ ହୁଅନ୍ତି।


“ଆଉ କୌଣସି ଇସ୍ରାଏଲୀୟ କିମ୍ବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜି ପ୍ରାଣୀର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କଠାରୁ ତାକୁ ପୃଥକ ରଖିବା।


କିନ୍ତୁ ସେହି ଅଧର୍ମାଗ୍ଭରୀ ଲୋକମାନେ ଭୟଭୀତ ହେବେ। ଏପରି ସେମାନେ ପୂର୍ବରୁ କେବେ ଭୟଭୀତ ହୋଇ ନ ଥିବେ। ଇସ୍ରାଏଲ, ସେହି ଦୁଷ୍ଟ ଲୋକମାନେ ତୁମ୍ଭକୁ ଆକ୍ରମଣ କରନ୍ତି। କିନ୍ତୁ ପରମେଶ୍ୱର ସେମାନଙ୍କୁ ପରିତ୍ୟାଗ କରିଛନ୍ତି। ତୁମ୍ଭେମାନେ ସେମାନଙ୍କୁ ପରାସ୍ତ କରିବ ଏବଂ ପରମେଶ୍ୱର ସେମାନଙ୍କର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇବେ।


“ସଦାପ୍ରଭୁ ତୁମ୍ଭମାନଙ୍କୁ ତୁମ୍ଭ ଶତ୍ରୁମାନଙ୍କ ହାତରେ ତୁମ୍ଭକୁ ପରାସ୍ତ କରାଇବେ। ତୁମ୍ଭେ ଯୁଦ୍ଧ କରିବା ପାଇଁ ଗୋଟିଏ ବାଟରେ ପଶିବ ମାତ୍ର ସାତୋଟି ବାଟରେ ପଳାୟନ କରି ଆସିବ। ତୁମ୍ଭମାନଙ୍କ ପ୍ରତି ଏପରି ଘଟଣାମାନ ସବୁ ଘଟିବ ଯେଉଁଥିରେ ସମସ୍ତ ପୃଥିବୀବାସୀ ତାହା ଦେଖି ଭୟ କରିବେ।


ପୁଣି ସେହି ସ୍ଥାନରେ ଆମ୍ଭେ ଯିହୁଦାର ଓ ଯିରୁଶାଲମର ସମସ୍ତ ସାଜସଜ୍ଜା ବ୍ୟର୍ଥ କରିବା। ତା'ପରେ ସେମାନଙ୍କୁ ସେମାନଙ୍କର ଶତ୍ରୁମାନଙ୍କର ‌‌ଖ‌ଡ଼୍‌ଗରେ ଧ୍ୱଂସ ହେବାକୁ ଆମ୍ଭେ ଦେବା। ଆମ୍ଭେ ସେମାନଙ୍କର ଶବକୁ ପକ୍ଷୀମାନଙ୍କୁ ଓ ପଶୁମାନଙ୍କୁ ଖାଦ୍ୟ ରୂପେ ଦେବା।


ସଦାପ୍ରଭୁ ଇସ୍ରାଏଲ ଉପରେ କୋପଦୃଷ୍ଟି ପକାଇଲେ। ପରମେଶ୍ୱର ଲୁଣ୍ଠନକାରୀମାନଙ୍କୁ ସେମାନଙ୍କ ଆକ୍ରମଣ ପାଇଁ ଆଦେଶ ଦେଲେ। ତେଣୁ ସେମାନେ ଇସ୍ରାଏଲର ଲୋକମାନଙ୍କୁ ଲୁଣ୍ଠନ କଲେ। ସଦାପ୍ରଭୁ ସେମାନଙ୍କର ଚତୁର୍ପାର୍ଶ୍ୱରେ ଥିବା ଶତ୍ରୁମାନଙ୍କୁ ସାହାଯ୍ୟ କଲେ, ସେମାନଙ୍କୁ ହରାଇବାକୁ। ତେଣୁ ଇସ୍ରାଏଲର ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କ ବିରୁଦ୍ଧରୁ ନିଜକୁ ରକ୍ଷା କରି ପାରିଲେ ନାହିଁ।


ତା'ର ବିପକ୍ଷମାନେ ଜୟଲାଭ କରିଛନ୍ତି ଓ ତା'ର ଶତ୍ରୁଗଣ ସୌଭାଗ୍ୟବାନ୍ ହୋଇଛନ୍ତି। କାରଣ ତା'ର ଅପାର ପାପ ଯୋଗୁଁ ସଦାପ୍ରଭୁ ତାକୁ କ୍ଳେଶ ଦେଇଛନ୍ତି। ତା'ର ଶିଶୁ ସନ୍ତାନଗଣ ଶତ୍ରୁମାନଙ୍କ ଦ୍ୱାରା ନିର୍ବାସିତ ହୋଇଯାଇଛନ୍ତି।


ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ ଏବଂ ଇସ୍ରାଏଲୀୟମାନେ ଭୟରେ ସେଠାରୁ ଦୌଡ଼ି ପଳାୟନ କଲେ। ଗି‌ଲ୍‌ବୋୟ ପର୍ବତ ଉପରେ ବହୁତ ଇସ୍ରାଏଲୀୟମାନଙ୍କୁ ମାରି ଦିଆଗଲା।


ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲୀୟମାନେ ପରାସ୍ତ ହୋଇ ପ୍ରତ୍ୟେକ ଆପଣା ଆପଣା ତମ୍ବୁକୁ ଫେରିଗଲେ, ସେତେବେଳେ ଅତି ମହାସଂହାର ହେଲା, କାରଣ ସେଥିରେ ଇସ୍ରାଏଲର 30,000 ପଦାତିକ ସୈନ୍ୟ ମରି ପଡ଼ିଲେ।


ଅତୀତରେ ଭୂମିରେ କୃଷିକର୍ମ କଲେହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ। ତୁମ୍ଭେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ବୁଲୁଥିବ, ପୃଥିବୀରେ ତୁମ୍ଭର ଗୃହ ରହିବ ନାହିଁ।”


ତେଣୁ ମାତ୍ର 3,000 ସୈନ୍ୟ ଅୟକୁ ଗଲେ। କିନ୍ତୁ ଅୟର ଲୋକମାନେ ଛତିଶ୍ ଜଣ ଇସ୍ରାଏଲୀୟଙ୍କୁ ହତ୍ୟା କଲେ। ତେଣୁ ଇସ୍ରାଏଲୀୟ ସୈନ୍ୟମାନେ ସେହି ସ୍ଥାନରୁ ଦୌଡ଼ି ପଳାଇଲେ। ଅୟର ଲୋକମାନେ ସେମାନଙ୍କର ପଛେ ଗୋଡ଼େଇ ଗୋଡ଼େଇ ଆଣି ଶବାରୀମ ପର୍ଯ୍ୟନ୍ତ ଆଣିଲେ। ତେଣୁ ଇସ୍ରାଏଲୀୟ ଲୋକମାନେ ଭୟଭୀତ ହେଲେ ଓ ସେମାନେ ସାହସ ହରାଇଲେ।


“ସମୟ ସମୟରେ ଇସ୍ରାଏଲର ଲୋକମାନେ ତୁମ୍ଭ ବିରୁଦ୍ଧରେ ପାପ କରିବେ ଓ ସେଥିପାଇଁ ଶତ୍ରୁଦ୍ୱାରା ପରାସ୍ତ ହେବେ। ଯଦି ତୁମ୍ଭ ନିକଟକୁ ଫେରି ଆସି ତୁମ୍ଭ ନାମର ପ୍ରଶଂସା ଉତ୍ସର୍ଗିକୃତ ଭାବରେ କରନ୍ତି ଓ ଏହି ମନ୍ଦିରରେ ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି।


ଆମ୍ଭର ଶତ୍ରୁମାନେ ଆମ୍ଭକୁ ପଛକୁ ତଡ଼ି ଦେଲେ। ଆମ୍ଭର ଶତ୍ରୁମାନେ ଆମ୍ଭର ଧନ ସମ୍ପତ୍ତି ନେଇଗଲେ।


“ଏଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିପକ୍ଷରେ ଓ ସମଗ୍ର ଯିହୁଦା ବିପକ୍ଷରେ ଅମଙ୍ଗଳ ଓ ଧ୍ୱଂସ ଘଟାଇବା ପାଇଁ ମନସ୍ଥ କରିଅଛୁ।


ମୁଁ ସେମାନଙ୍କ ବିରୁଦ୍ଧରେ ମୋର ମୁହଁ ବୁଲାଇବି। ଯଦି ସେମାନେ ଅଗ୍ନିରୁ ରକ୍ଷା ପାଇଗଲେ, ତଥାପି ସେହି ଅଗ୍ନି ସେମାନଙ୍କୁ ଗ୍ରାସ କରିବ। ଯେହେତୁ ମୁଁ ସେମାନଙ୍କ ବିରୁଦ୍ଧରେ ବିମୁଖ ହୋଇଛି, ଏହା ସେମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ।


ସଦାପ୍ରଭୁଙ୍କ କୋପ ଇସ୍ରାଏଲବାସୀଙ୍କ ଉପରେ ପଡ଼ିଲା। ତେଣୁ ସେ ଅରାମ ନହରୟିମର ରାଜା କୂଶନରିଶିୟାଥୟିମର ହସ୍ତରେ ଇସ୍ରାଏଲବାସୀଙ୍କୁ ପରାସ୍ତ କଲେ। ତେଣୁ ଇସ୍ରାଏଲବାସୀମାନେ ଆଠ ବର୍ଷ ପର୍ଯ୍ୟନ୍ତ ତାଙ୍କର ସେବା କଲେ।


ମୋୟାବର ରାଜା ଇଗ୍ଲୋନ ଇସ୍ରାଏଲ ଉପରେ ଅଠର ବର୍ଷ ଶାସନ କଲେ।


ମିଦିୟନୀୟମାନେ ବହୁ ପରାକ୍ରମଶାଳୀ ହେଲେ ଏବଂ ସେମାନେ ଇସ୍ରାଏଲର ଲୋକମାନଙ୍କର ବିରୋଧୀ ହୋଇଗଲେ। ଯେଉଁଥିପାଇଁ ଇସ୍ରାଏଲ ସନ୍ତାନଗଣ ପର୍ବତ ଫାଟକରେ, ଗୁମ୍ଫାରେ ଓ ନିରାପଦ ସ୍ଥାନମାନଙ୍କରେ ଲୁଚି ରହିଲେ।


କିନ୍ତୁ ଯଦି ତୁମ୍ଭେ ସଦାପ୍ରଭୁଙ୍କ ‌କଥା ନ ମାନ ଏବଂ ତାଙ୍କ ବିରୁଦ୍ଧରେ ଯାଅ, ତେବେ ପରମେଶ୍ୱରଙ୍କର ହସ୍ତ ତୁମ୍ଭମାନଙ୍କ ବିରୁଦ୍ଧରେ ଯିବ। ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କ ବିରୁଦ୍ଧରେ ଥିଲେ।


ଏଥିରେ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ କ୍ରୋଧାନ୍ୱିତ ହେଲେ। ତେଣୁ ସେ ଅରାମର ରାଜା ହସାୟେଲ ଓ ତାଙ୍କର ପୁତ୍ର ବି‌ନ୍‌ହଦଦ୍ ଶାସନର ଅଧୀନରେ ଇସ୍ରାଏଲକୁ ଦିର୍ଘ ସମୟ ପାଇଁ ଦେଲେ।


ଅରାମର ରାଜା ଯିହୋୟାହସଙ୍କ ସୈନ୍ୟବାହିନୀକୁ ପରାସ୍ତ କରି ତାଙ୍କର ମାତ୍ର ପଗ୍ଭଶ୍ ଅଶ୍ୱାରୋହୀ, ଦଶ ଗୋଟି ରଥ ଓ 10,000 ପଦାତିକଙ୍କୁ ଛାଡ଼ି ଅନ୍ୟ ସମସ୍ତଙ୍କୁ ବଧ କଲେ। ଯିହୋୟାହସଙ୍କ ସୈନ୍ୟମାନେ ଶସ୍ୟଅମଳ ସମୟରେ ଅଗାଡ଼ି ତୁଲ୍ୟ ପବନରେ ଗ୍ଭଲିଗଲେ।


ମୁଁ ଇଚ୍ଛାକରେ, ସେହି ବିଜୟ ସିୟୋନ ପର୍ବତରୁ ଇସ୍ରାଏଲକୁ ଆସନ୍ତା କି! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ପୁଣି ଥରେ ବନ୍ଦୀତ୍ୱରୁ ଆଣିବେ, ସେତେବେଳେ ଯାକୁବ ଆନନ୍ଦିତ ହେବେ ଏବଂ ଇସ୍ରାଏଲ ଉଲ୍ଲସିତ ହେବେ।


ଜଣେ ବ୍ୟକ୍ତିର ଧମକରେ ତୁମ୍ଭର ସହସ୍ର ଲୋକ ପଳାୟନ କରିବେ। ପାଞ୍ଚ ଜଣଙ୍କ ଧମକରେ ତୁମ୍ଭେମାନେ ସମସ୍ତେ ପଳାୟନ କରିବ। କେବଳ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନ ସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡସ୍ୱରୂପ ହୋଇ ଅବଶିଷ୍ଟ ରହିବ।


ମାତ୍ର ସେମାନେ ସଦାପ୍ରଭୁଙ୍କ ବିପକ୍ଷରେ ବିଦ୍ରୋହ କଲେ ଓ ତାଙ୍କର ପବିତ୍ରଆତ୍ମାକୁ ଦୁଃଖିତ କଲେ। ତେଣୁ ସେ ସେମାନଙ୍କର ଶତ୍ରୁ ହୋଇଗଲେ ଓ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।


ଆଉ ସଦାପ୍ରଭୁ ଶତ୍ରୁ ପରି ଧନୁରେ ସୂତା ବାନ୍ଧିଥିଲେ ଓ ତାଙ୍କର ଦକ୍ଷିଣ ହସ୍ତକୁ ଶତ୍ରୁପକ୍ଷ ପରି ସୁଶୋଭିତ କରିଛନ୍ତି। ଯିହୁଦାର ସମସ୍ତ ସୁନ୍ଦର ଲୋକଙ୍କୁ ଶତ୍ରୁପରି ବଧ କରିଅଛନ୍ତି। ପୁଣି ତାଙ୍କର କ୍ରୋଧାଗ୍ନିକୁ ସିୟୋନ କନ୍ୟାର ତମ୍ବୁ ଉପରେ ଢାଳି ଦେଇଅଛନ୍ତି।


Swiv nou:

Piblisite


Piblisite