Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 26:46 - ପବିତ୍ର ବାଇବଲ

46 ଏହିସବୁ ବ୍ୟବସ୍ଥା, ବିଧି ଓ ଶିକ୍ଷାମାନ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କୁ ଦେଲେ। ଏହିସବୁ ବିଧି ଇସ୍ରାଏଲ ସନ୍ତାନଗଣ ଓ ସଦାପ୍ରଭୁଙ୍କ ମଧ୍ୟରେ ସ୍ଥାପିତ ହୋଇଥିଲା। ଆଉ ସଦାପ୍ରଭୁ ଏହି ସମସ୍ତ ବିଧି ମୋଶାଙ୍କୁ ସୀନୟ ପର୍ବତରେ ଦେଇଥିଲେ ଓ ମୋଶା ଇସ୍ରାଏଲର ଲୋକମାନଙ୍କୁ ତାହା ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ଦ୍ଵାରା ଆପଣାର ଓ ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଏହି ସକଳ ବିଧି ଓ ଶାସନ ଓ ବ୍ୟବସ୍ଥା ସ୍ଥାପନ କଲେ।

Gade chapit la Kopi

ଓଡିଆ ବାଇବେଲ

46 ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ଦ୍ୱାରା ଆପଣାର ଓ ଇସ୍ରାଏଲ ସନ୍ତାନଗଣର ମଧ୍ୟରେ ଏହି ସକଳ ବିଧି, ଶାସନ ଓ ବ୍ୟବସ୍ଥା ସ୍ଥାପନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ଦ୍ୱାରା ଆପଣାର ଓ ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଏହି ସକଳ ବିଧି, ଶାସନ ଓ ବ୍ୟବସ୍ଥା ସ୍ଥାପନ କଲେ।

Gade chapit la Kopi




ଲେବୀୟ ପୁସ୍ତକ 26:46
15 Referans Kwoze  

ଏ ସମସ୍ତ ଆଜ୍ଞା ଯାହାକୁ ସଦାପ୍ରଭୁ ସୀନୟ ପର୍ବତରେ ଇସ୍ରାଏଲ ସନ୍ତାନଗଣଙ୍କ ଉଦ୍ଦେଶ୍ୟରେ ମୋଶାଙ୍କୁ ପ୍ରଦାନ କରିଥିଲେ।


“ଏହି ନିୟମ ବିଧିସବୁ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ଏହି ନୂତନ ଦେଶରେ ମାନିବାକୁ ହେବ। ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କର ଅଧିକାର ନିମନ୍ତେ ଯେଉଁ ଦେଶ ଦେଇଛନ୍ତି, ସେହି ଦେଶରେ ଜୀବିତ ଥିବା ପର୍ଯ୍ୟନ୍ତ ତାଙ୍କର ଏହି ବିଧିସକଳ ମାନିବ।


“ଏହିସବୁ ଆଜ୍ଞା, ବ୍ୟବସ୍ଥା ଓ ବିଧି ତୁମ୍ଭମାନଙ୍କୁ ଶିକ୍ଷା ଦେବା ପାଇଁ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ମୋତେ କହିଲେ। ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେଦି ଦେଶରେ ତୁମ୍ଭେମାନେ ଏହି ବ୍ୟବସ୍ଥା ପାଳନ କରିବା ଉଚିତ୍।


ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚା‌ଦ୍‌ଗମନ କରିବ। ତାହାଙ୍କୁ ଭୟ କରିବ। ତାହାଙ୍କ ଆଜ୍ଞା ସବୁ ପାଳନ କରିବ। ତାହାଙ୍କ ବାକ୍ୟ ପ୍ରତି ଧ୍ୟାନ ଦେବ। ତାଙ୍କର ସେବା କରିବ। ଏବଂ ତାଙ୍କଠାରେ ଆସକ୍ତି ହେବ।


ଅନନ୍ତର ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କୁ କହିଲେ,


ମୋଶାଙ୍କ ଦ୍ୱାରା ଆମ୍ଭମାନଙ୍କୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନୁଗ୍ରହ ଓ ସତ୍ୟ ମାର୍ଗ ଆସିଲା।


ତୁମ୍ଭେ ମୋଶା ଓ ହାରୋଣକୁ ବ୍ୟବହାର କରି ଆପଣା ଲୋକମାନଙ୍କୁ ମେଷପଲ ପରି ଚଲାଇଲ।


ଏହିମାନେ କହାତୀୟ ବଂଶର ଲୋକ ଯେଉଁମାନେ ସମାଗମ-ତମ୍ବୁରେ ସେବାକାର୍ଯ୍ୟରେ ନିଯୁକ୍ତି ହେଲେ, ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମୋଶା ଓ ହାରୋଣ ସେମାନଙ୍କୁ ଗଣନା କଲେ।


ତେଣୁ ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେସବୁ କଥା ପାଳନ କଲେ।


ସଦାପ୍ରଭୁ ଯେଉଁ ଦିନ ସୀନୟ ପର୍ବତରେ ମୋଶାଙ୍କୁ ଆଦେଶ ଦେଲେ ସେହି ଦିନ ଇସ୍ରାଏଲ ସନ୍ତାନଗଣଙ୍କୁ ସୀନୟ ପ୍ରାନ୍ତରସ୍ଥିତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ଆପଣା ଉପହାର ଦେବାକୁ ଆଜ୍ଞା କଲେ।


ସଦାପ୍ରଭୁ ମୋଶାଙ୍କୁ କହିଲେ,


ସଦାପ୍ରଭୁ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ ପଦାରେ ମୋଶାଙ୍କୁ ବ୍ୟବସ୍ଥା ଦେଲେ। ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ସଦାପ୍ରଭୁ ଏହିସବୁ ଆଜ୍ଞା ଓ ଶାସନ ଆଦେଶ ଦେଇଥିଲେ।


“ହଁ ଦେଖ, ସଦାପ୍ରଭୁ ମୋର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ସେହି ବ୍ୟବସ୍ଥାସବୁ ଶିକ୍ଷା ଦେଲି। ମୁଁ ତୁମ୍ଭମାନଙ୍କୁ ସେହିପରି ବ୍ୟବସ୍ଥା ଓ ବିଧି ଶିକ୍ଷା ଦେଇଅଛି, ଯେପରି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କ ଅନୁସାରେ ବାସ କରିବ।


ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ସହିତ ହୋରେବ ପର୍ବତରେ ଏକ ଚୁକ୍ତି କରିଥିଲେ। ତାହାଛଡ଼ା ସେ ମୋୟାବ ଦେଶରେ ତାଙ୍କ ସହିତ ଆଉ ଏକ ଚୁକ୍ତି କରିଥିଲେ। ତାହା ସବୁ ଏହି ଯେ,


ମୋଶା ଆମ୍ଭକୁ ନିୟମ ଗୁଡ଼ିକ ଶିକ୍ଷା ଦେଲେ, ତାହା ଯାକୁବର ଲୋକମାନଙ୍କର ଚିରସ୍ଥାୟୀ ଅଧିକାର।


Swiv nou:

Piblisite


Piblisite