Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 27:21 - ପବିତ୍ର ବାଇବଲ

21 ମାତ୍ର ସେହି କ୍ଷେତ୍ର ମହୋଲ୍ଲାସ-ଉତ୍ସବ ସମୟରେ ମୁକ୍ତ ହେଲେ ତାହା ବିଶେଷ ଉପହାର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ ଓ ତହିଁରେ ଯାଜକର ଅଧିକାର ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ମାତ୍ର ସେହି କ୍ଷେତ୍ର ଯୋବେଲ ସମୟରେ ମୁକ୍ତ ହେଲେ, ତାହା ବର୍ଜିତ କ୍ଷେତ୍ର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁରେ ଯାଜକର ଅଧିକାର ହେବ।

Gade chapit la Kopi

ଓଡିଆ ବାଇବେଲ

21 ମାତ୍ର ସେହି କ୍ଷେତ୍ର ଯୁବ୍‍ଲୀ ସମୟରେ ମୁକ୍ତ ହେଲେ, ତାହା ସମ୍ପୂର୍ଣ୍ଣ ରୂପେ ଉତ୍ସର୍ଗିତ କ୍ଷେତ୍ର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁରେ ସେହି କ୍ଷେତ୍ର ଯାଜକର ଅଧିକାର ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମାତ୍ର ସେହି କ୍ଷେତ୍ର ଯୋବେଲ ସମୟରେ ମୁକ୍ତ ହେଲେ, ତାହା ସମ୍ପୂର୍ଣ୍ଣ ରୂପେ ଉତ୍ସର୍ଗିତ କ୍ଷେତ୍ର ତୁଲ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁରେ ସେହି କ୍ଷେତ୍ର ଯାଜକର ଅଧିକାର ହେବ।

Gade chapit la Kopi




ଲେବୀୟ ପୁସ୍ତକ 27:21
11 Referans Kwoze  

ସେମାନେ ଶସ୍ୟ ବଳି, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ଭୋଜନ କରିବେ। ଇସ୍ରାଏଲ ଲୋକମାନେ ଯାହାସବୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବେ, ସେସବୁ ସେମାନଙ୍କର ହେବ।


“ଇସ୍ରାଏଲରେ ସଦାପ୍ରଭୁଙ୍କୁ ଉତ୍ସର୍ଗୀକୃତ ସମସ୍ତ ଦ୍ରବ୍ୟ ତୁମ୍ଭର ହେବ।


ମାତ୍ର ଗ୍ରାମଗୁଡ଼ିକର ଗୃହମାନ ପ୍ରାଚୀର ଦ୍ୱାରା ଘେରାଉ ହୋଇ ନାହିଁ। ସେହି ନିର୍ମିତ ମହୋଲ୍ଲାସ-ଉତ୍ସବ ସମୟରେ ପ୍ରଥମ ବିକ୍ରେତା ନିକଟକୁ ଫେରିଯିବ।


ଯେବେ ସେ ଲୋକ ନିଜର ଅଧିକାର ଫେରାଇ ନେବାକୁ ଯଥେଷ୍ଟ ଅର୍ଥ ନ ପାଏ, ତେବେ ସେ ଯାହା ବିକ୍ରୟ କରିଅଛି ତାହା ମହୋଲ୍ଲାସ-ଉତ୍ସବ ବର୍ଷ ପର୍ଯ୍ୟନ୍ତ କ୍ରୟକର୍ତ୍ତା ହସ୍ତରେ ରହିବ। ପୁଣି ତାହା ମହୋଲ୍ଲାସ-ଉତ୍ସବ ସମୟରେ ମୁକ୍ତ ହେବ ଓ ପୁନର୍ବାର ସେ ପ୍ରକୃତ ଲୋକର ଅଧିକାରକୁ ଫେରିଯିବ।


ପୁଣି ତୁମ୍ଭେ ପଗ୍ଭଶତମ ବର୍ଷକୁ ପବିତ୍ରରୂପେ ବିବେଚନା କରିବ। ସମୁଦାୟ ଦେଶରେ ପ୍ରତ୍ୟେକ ବାସିନ୍ଦାମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ। ତାହା ତୁମ୍ଭମାନଙ୍କ ନିମନ୍ତେ ‘ଯୋବେଲ’ (ମହୋଲ୍ଲାସ ଉତ୍ସବ) ହେବ। ତୁମ୍ଭେମାନେ ସମସ୍ତେ ନିଜ ନିଜର ସମ୍ପତ୍ତି ନିକଟକୁ ଫେରିଯିବ ଓ ପ୍ରତ୍ୟେକ ନିଜ ନିଜ ବଂଶ ନିକଟକୁ ଫେରିଯିବ।


ଯଦି କୌଣସି ଲୋକ ତିନି ଦିନ ମଧ୍ୟରେ ଯିରୁଶାଲମକୁ ନ ଆସିବ, ତେବେ ତାର ସମସ୍ତ ସମ୍ପତ୍ତି ହରଣ କରାଯିବ। ଏହି ନିଷ୍ପତ୍ତି ଅଧିପତିମାନେ ଓ ପ୍ରାଚୀନବର୍ଗମାନେ ନେଇଥିଲେ ଓ ସେମାନଙ୍କୁ ମଧ୍ୟ ବନ୍ଦୀତ୍ୱର ସମାଜରୁ ପୃଥକ କରାଯିବ।


ମାତ୍ର ନଗର ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବର୍ଜିତ ହେବ। କେବଳ ବ୍ୟଭିଗ୍ଭରଣୀ ରାହାବ, ସେହି ଗୃହରେ ତାହା ସଙ୍ଗେ ଥିବା ସମସ୍ତ ଲୋକ ଜୀବିତ ରହିବେ। କାରଣ ସେ ଆମ୍ଭମାନଙ୍କ ଗୁପ୍ତଚରମାନଙ୍କୁ ଲୁଗ୍ଭଇ ରଖିଥିଲା।


ସେହି ଦ୍ରବ୍ୟରୁ ଯାହା ଧ୍ୱଂସ ହେବା ଉଚିତ୍, ତୁମ୍ଭେମାନେ କିଛି ସଂଗ୍ରହ କରିବା ଉଚିତ୍ ନୁହଁ। ଏଥିରେ ସଦାପ୍ରଭୁ ଆପଣା ପ୍ରଚଣ୍ତ କ୍ରୋଧରୁ ଫେରିବେ ଓ ତୁମ୍ଭ ପ୍ରତି କରୁଣା କରିବେ ଏବଂ ତୁମ୍ଭର ସଂଖ୍ୟା ବଢ଼ାଇବେ। ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ପ୍ରତିଜ୍ଞା କରିଥିଲେ।


ସେ ଯଦି କ୍ଷେତ୍ରକୁ ମୁକ୍ତ କରି ନ ପାରିଲେ ସେହି କ୍ଷେତ୍ରଟି ଯାଜକମାନଙ୍କର ହେବ। ଯଦି ସେହି କ୍ଷେତ୍ର ଅନ୍ୟକୁ ବିକ୍ରୟ କରାଯାଇଛି, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ।


“ଯଦି କେହି ଆପଣା ସମ୍ପତ୍ତି ନୁହେଁ, ମାତ୍ର ତାକୁ କିଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠା କରେ,


Swiv nou:

Piblisite


Piblisite