ଲେବୀୟ ପୁସ୍ତକ 27:30 - ପବିତ୍ର ବାଇବଲ30 “ଭୂମିର ଶସ୍ୟ ହେଉ କି ବୃକ୍ଷର ଫଳ ହେଉ, ଉତ୍ପନ୍ନ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ। ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)30 ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର। Gade chapit laଓଡିଆ ବାଇବେଲ30 ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର। Gade chapit la |
“ରେ କପଟୀ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭ ପାଖରେ ଯାହା ଅଛି, ତା'ର ଦଶ ଭାଗରୁ ଏକ ଭାଗ, ଏପରିକି ନିଜର ପୋଦିନା, ପାନମଧୁରୀ ଓ ଜୀରାର ମଧ୍ୟ ଦଶ ଭାଗରୁ ଏକ ଭାଗ ତୁମ୍ଭେ ପରମେଶ୍ୱରଙ୍କୁ ଦେଉଛ, କିନ୍ତୁ ତୁମ୍ଭେମାନେ ନିୟମର ଅଧିକ ନ୍ୟାୟ, ଦୟା ଓ ବିଶ୍ୱାସ ଭଳି ମହତ୍ତ୍ୱପୂର୍ଣ୍ଣ ଉପଦେଶ ଗୁଡ଼ିକୁ ପାଳନ କରୁ ନାହଁ। ମାତ୍ର ଏଗୁଡ଼ିକ ତୁମ୍ଭର ପାଳନ କରିବା ଉଚିତ୍। ଅନ୍ୟ ଉପଦେଶଗୁଡ଼ିକୁ ମଧ୍ୟ ନିୟମିତ ରୂପରେ ତୁମ୍ଭର ପାଳନ କରିବା ଉଚିତ୍।
ଏହା ପରେ ଯାଜକମାନେ ନୈବେଦ୍ୟ, ଦଶମାଂଶ ଓ ଅନ୍ୟାନ୍ୟ ବସ୍ତୁସବୁ ଆଣିଲେ, ଯେଉଁଗୁଡ଼ିକ କେବଳ ସଦାପ୍ରଭୁଙ୍କୁ ଦିଆଯିବା ନିମନ୍ତେ ଉଦ୍ଧିଷ୍ଟ ଥିଲା, ସେହି ସମସ୍ତ ସଂଗୃହୀତ ବସ୍ତୁ ମନ୍ଦିର ମଧ୍ୟସ୍ଥ ଭଣ୍ଡାର ଘରମାନଙ୍କରେ ରଖାଗଲା। ଲେବୀୟ କନାନିୟ ସେହି ସମସ୍ତ ସଂଗୃହୀତ ବସ୍ତୁର ଦାୟିତ୍ୱରେ ଥିଲେ, ଶିମିୟି ଦ୍ୱିତୀୟରେ ଏହି ଦାୟିତ୍ୱରେ ଥିଲେ। ଶିମିୟି କନାନିୟଙ୍କ ଭ୍ରାତା ଥିଲେ।
“ହେ ଫାରୂଶୀଗଣ! ତୁମ୍ଭମାନଙ୍କୁ ଧିକ୍! ତୁମ୍ଭେମାନେ ସମସ୍ତ ବିଷୟରେ ଦଶମାଂଶ ପରମେଶ୍ୱରଙ୍କୁ ଦେଇଥାଅ। ପୋଦିନା, ଆରୁଦ ଓ ଏପରିକି ବଗିଗ୍ଭର ଅନ୍ୟାନ୍ୟ ଛୋଟ ଗ୍ଭରାର ମଧ୍ୟ ଦଶ ଭାଗରୁ ଭାଗେ ପରମେଶ୍ୱରଙ୍କୁ ଦେଇଥାଅ। କିନ୍ତୁ ଅନ୍ୟମାନଙ୍କ ପ୍ରତି ଦୟାପୂର୍ଣ୍ଣ ବ୍ୟବହାର କରିବାକୁ ଓ ପରମେଶ୍ୱରଙ୍କୁ ଭଲ ପାଇବାକୁ ତୁମ୍ଭେମାନେ ଭୁଲି ଯାଇଥାଅ। ତୁମ୍ଭମାନଙ୍କର ଏସବୁ କାର୍ଯ୍ୟ କରିବା ଉଚିତ୍। ତା’ ସହିତ ଦଶମାଂଶ ଦେବା ଏବଂ ଅନ୍ୟାନ୍ୟ କାର୍ଯ୍ୟ ମଧ୍ୟ ଗ୍ଭଲୁ ରଖିବା ଉଚିତ୍।