Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 4:18 - ପବିତ୍ର ବାଇବଲ

18 ଆଉ ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ଯଜ୍ଞବେଦି ଶୃଙ୍ଗ ଉପରେ ଦେବ। ଅବଶିଷ୍ଟ ସମସ୍ତ ରକ୍ତ ସମାଗମ-ତମ୍ବୁର ଦ୍ୱାର ସମୀପକୁ ହୋମବେଦି ମୂଳରେ ଢାଳିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ଵୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ଵୁର ଦ୍ଵାର ସମୀପସ୍ଥ ହୋମବେଦି ମୂଳରେ ଆଉ ସବୁ ରକ୍ତ ଢାଳିବ।

Gade chapit la Kopi

ଓଡିଆ ବାଇବେଲ

18 ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିର ଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ହୋମବେଦି ମୂଳରେ ତାହାର ସମସ୍ତ ରକ୍ତ ଢାଳିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିର ଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ହୋମବେଦି ମୂଳରେ ତାହାର ସମସ୍ତ ରକ୍ତ ଢାଳିବ।

Gade chapit la Kopi




ଲେବୀୟ ପୁସ୍ତକ 4:18
11 Referans Kwoze  

ଯାଜକ ସଦାପ୍ରଭୁଙ୍କ ଆଗରେ କିଛି ରକ୍ତ ନେଇ ସମାଗମ-ତମ୍ବୁର ସୁଗନ୍ଧି ଧୂପବେଦିର ପାର୍ଶ୍ୱରେ ରଖିବା ଉଚିତ୍ ହେବ। ତା'ପରେ ସେ ଉତ୍ସର୍ଗୀକୃତ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ଯଜ୍ଞବେଦି ମୂଳରେ ଢାଳିବ।


ତା'ପରେ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ନୈବେଦ୍ୟର ରକ୍ତରୁ କିଛି ନେଇ ହୋମବେଦିର ଶିଙ୍ଗ ଉପରେ ଦେବ ଓ ତାହାର ଅବଶିଷ୍ଟ ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।


ତା'ପରେ ସେ ଯାଜକ ଅଙ୍ଗୁଳିରେ ତା'ର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତା'ର ସମସ୍ତ ରକ୍ତ ଯଜ୍ଞବେଦି ମୂଳରେ ଢାଳିବ।


ତା'ପରେ ସେ ଯାଜକ ସେହି ପାପାର୍ଥକ ନୈବେଦ୍ୟର ରକ୍ତରୁ କିଛି ଅଙ୍ଗୁଳିରେ ନେଇ ହୋମବେଦିର ଶିଙ୍ଗ ଉପରେ ଦେବ ଓ ସମସ୍ତ ରକ୍ତ ଯଜ୍ଞବେଦି ମୂଳରେ ଢାଳିବ।


ତା'ପରେ ସେ ଏହି ରକ୍ତରୁ କିଛି ନେଇ ଯଜ୍ଞବେଦି ପାଖରେ ଛିଞ୍ଚିବ, ପୁଣି ଅବଶିଷ୍ଟ ରକ୍ତ ସବୁ ନେଇ ଯଜ୍ଞବେଦି ମୂଳରେ ଢାଳିବ। ଏହା ପାପରୁ ମୁକ୍ତ ହେବା ପାଇଁ ଏକ ନୈବେଦ୍ୟ ବୋଲି ବିବେଚନା କରାଯିବ।


ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ କରିବା ନିମନ୍ତେ ଯଦି କୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତେବେ ସେହି ପାପାର୍ଥକ ବଳି ନିଶ୍ଚୟ ଭୋଜନ କରାଯିବା ଉଚିତ୍ ନୁହେଁ। ତାହା ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ କରାଯିବା ଉଚିତ୍।


ତେଣୁ ଯାଜକମାନେ ବଳଦମାନଙ୍କୁ ହତ୍ୟା କଲେ ଓ ରକ୍ତକୁ ରଖିଲେ। ଆଉ ସେମାନେ ସେହି ବଳଦର ରକ୍ତକୁ ବେଦି ଉପରେ ସିଞ୍ଚିଲେ। ଏହା ପରେ ଯାଜକମାନେ ମେଷମାନଙ୍କୁ ହତ୍ୟା କଲେ ଓ ମେଷମାନଙ୍କର ରକ୍ତ ଯଜ୍ଞବେଦି ଉପରେ ସିଞ୍ଚନ କଲେ।


ଏହା ପରେ ସେହି ବାଛୁରିର କିଛି ରକ୍ତ ଯଜ୍ଞବେଦି ନିକଟକୁ ନିଅ। ତୁମ୍ଭର ଅଙ୍ଗୁଳିରେ ରକ୍ତ ନେଇ ଯଜ୍ଞବେଦିର ଶିଙ୍ଗ ଉପରେ ଦିଅ ଓ ଅବଶିଷ୍ଟ ରକ୍ତ ବେଦି ମୂଳରେ ଢାଳ।


“ହାରୋଣ, ପାପ କ୍ଷମାର୍ଥେ ବର୍ଷକୁ ଥରେ ଦୋଷାର୍ଥକ ବଳି ରକ୍ତ ସହିତ ଯଜ୍ଞବେଦିର ଶିଙ୍ଗ ଉପରେ ପ୍ରସ୍ତୁତ କରିବାର ଦିନ ବ୍ୟବହାର କରିବା ଉଚିତ୍। ହାରୋଣର ବଂଶଧର ପୁରୁଷାନୁକ୍ରମେ ପ୍ରତ୍ୟେକ ବର୍ଷ ଏହା କରିବା ଉଚିତ୍। ଏହି ଯଜ୍ଞବେଦି ସଦାପ୍ରଭୁଙ୍କ ପାଇଁ ମହାପବିତ୍ର।”


ତତ୍ପରେ ମୋଶା ତାକୁ ବଧ କଲେ ଓ ସେହି ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ଯଜ୍ଞବେଦିର ଗ୍ଭରିଆଡ଼େ ଶିଙ୍ଗ ଉପରେ ଦେଇ ଯଜ୍ଞବେଦିକି ପାପ ମୁକ୍ତ କଲେ। ଆଉ ଯଜ୍ଞବେଦି ମୂଳରେ ସେହି ରକ୍ତକୁ ଢାଳି ଦେଲେ। ଲୋକମାନଙ୍କୁ ପ୍ରାୟଶ୍ଚିତ କରିବା ପାଇଁ ସେ ଏହାକୁ ପବିତ୍ର କଲେ।


ତା'ପରେ ହାରୋଣଙ୍କ ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣିଲେ ତହିଁରେ ସେ ନିଜର ଅଙ୍ଗୁଳି ବୁଡ଼ାଇ ଯଜ୍ଞବେଦିର ଶିଙ୍ଗ ଉପରେ ଛିଞ୍ଚିଲେ ଓ ଅବଶିଷ୍ଟ ରକ୍ତ ଯଜ୍ଞବେଦି ମୂଳରେ ଢାଳିଲେ।


Swiv nou:

Piblisite


Piblisite