Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 5:13 - ପବିତ୍ର ବାଇବଲ

13 ଏହିରୂପେ ଯାଜକ ନିଜକୁ ପ୍ରାୟଶ୍ଚିତ କରିବ, ଏହି ପାପଗୁଡ଼ିକର କୌଣସି ବିଷୟ ପାଇଁ ସେ କରିଛି ଏବଂ ସଦାପ୍ରଭୁ ତାଙ୍କୁ କ୍ଷମା ଦେବେ। ଅବଶିଷ୍ଟ ନୈବେଦ୍ୟ ଶସ୍ୟ ନୈବେଦ୍ୟ ପରି ଯାଜକର ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏହିରୂପେ ଉକ୍ତ କୌଣସି ବିଷୟରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶୁ ତାହା ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ; ଆଉ, ଅବଶିଷ୍ଟ ଦ୍ରବ୍ୟ ଭକ୍ଷ୍ୟ-ନୈବେଦ୍ୟ ତୁଲ୍ୟ ଯାଜକର ହେବ।

Gade chapit la Kopi

ଓଡିଆ ବାଇବେଲ

13 ଏହିରୂପେ ଉକ୍ତ କୌଣସି ବିଷୟରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶୁ ତାହା ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ; ଆଉ, ଅବଶିଷ୍ଟ ଦ୍ରବ୍ୟ ଭକ୍ଷ୍ୟ ନୈବେଦ୍ୟ ତୁଲ୍ୟ ଯାଜକର ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏହିରୂପେ ଉକ୍ତ କୌଣସି ବିଷୟରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶୁ ତାହା ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ; ଆଉ, ଅବଶିଷ୍ଟ ଦ୍ରବ୍ୟ ଭକ୍ଷ୍ୟ ନୈବେଦ୍ୟ ତୁଲ୍ୟ ଯାଜକର ହେବ।”

Gade chapit la Kopi




ଲେବୀୟ ପୁସ୍ତକ 5:13
16 Referans Kwoze  

ଏହି ଶସ୍ୟ ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣର ଓ ତାହାର ପୁତ୍ରମାନଙ୍କର ହେବ। ଏହି ଉପହାରରୁ ସଦାପ୍ରଭୁଙ୍କ ପାଇଁ ନିଆଯାଇଥିବା ଅବଶିଷ୍ଟାଂଶ ମହାପବିତ୍ର ଅଟେ।


ତା'ପରେ ସେହି ଯାଜକ ଉତ୍ସର୍ଗୀକୃତ ପଶୁର ସମସ୍ତ ମେଦ ନେବ ଏବଂ ଯଜ୍ଞବେଦି ଉପରେ ଦ‌‌‌‌ଗ୍‌‌‌‌ଧ କରିବ, ଯେଉଁ ଉପାୟରେ ସେ ମଙ୍ଗଳାର୍ଥକ ନୈବେଦ୍ୟରୁ ମେଦ ସହିତ କରିଥିଲା। ଏହି ପ୍ରକାରେ ଯାଜକ ସେ ଶାସକର ପାପ ପାଇଁ ପ୍ରାୟଶ୍ଚିତ କରିବ ଓ ତା'ଦ୍ୱାରା ସେ ଶାସକ ପ୍ରଭୁଙ୍କ ଦ୍ୱାରା କ୍ଷମା ପ୍ରାପ୍ତ ହେବ।


ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ, ଯେଉଁମାନେ ମନ୍ଦିରର ସେବକ ସେମାନେ ମନ୍ଦିରକୁ ଅଣାଯାଇଥିବା ବଳି ଉତ୍ସର୍ଗରୁ କିଛି ଆଣି ନିଜର ଜୀବିକା ନିର୍ବାହ କରନ୍ତି। ଓ ଯେଉଁମାନେ ବେଦୀର ସେବାରେ ନିଯୁକ୍ତ ସେମାନେ ବେଦୀକୁ ଅଣାଯାଇଥିବା ନୈବେଦ୍ୟରୁ କିଛି ଭାଗ ପାଆନ୍ତି।


“ଆମ୍ଭର ଲୋକମାନଙ୍କ ପାପଗୁଡ଼ିକରୁ ଯାଜକମାନେ ଲାଭବାନ ହୁଅନ୍ତି। ସେମାନେ ଲୋକମାନଙ୍କର ଦୁଷ୍ଟପଣିଆରୁ ଫାଇଦା ଉଠାଇବାରେ ଲୋଭୀ।


ଇସ୍ରାଏଲର ଗୋଷ୍ଠୀମାନଙ୍କ ମଧ୍ୟରୁ ତୁମ୍ଭର ପରିବାରବର୍ଗକୁ ମୋର ଯାଜକ ହୋଇ ସେବା କରିବାକୁ, ଏଫୋଦ ପରିଧାନ କରିବାକୁ ଓ ଯଜ୍ଞବେଦିରେ ଧୂପ ଜଳାଇବାକୁ ମୁଁ ମନୋନୀତ କରିଅଛି। ଆହୁରି ମଧ୍ୟ ମୁଁ ତୁମ୍ଭକୁ ଏକ ନିୟମ ଦେଲି ଯେ, ମୋ’ ପାଇଁ ଇସ୍ରାଏଲର ଲୋକମାନେ ଉତ୍ସର୍ଗ କରୁଥିବା ମାଂସ ଓ ଅନ୍ୟ ସାମଗ୍ରୀ ତୁମ୍ଭ ପରିବାରବର୍ଗକୁ ଦିଆଯିବ।


“ଯାଜକ ପରିବାର ମଧ୍ୟରୁ ଯେକୌଣସି ପୁରୁଷ ଏହି ଦୋଷାର୍ଥକ ବଳି ଭୋଜନ କରି ପାରିବେ। ଏହା ମହାପବିତ୍ର, ତେଣୁ କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ।


ତହୁଁ ସେ ତା'ର କୃତ ପାପର ପ୍ରାୟଶ୍ଚିତ ପାଇଁ ପାପାର୍ଥକ ବଳିଦାନ ରୂପେ ପଲରୁ ଗୋଟିଏ ମାଈ ମେଣ୍ଢାଛୁଆ କିମ୍ବା ମାଈ ଛେଳିଛୁଆ ସଦାପ୍ରଭୁଙ୍କ ଛାମୁକୁ ଆଣିବ। ତା'ପରେ ଯାଜକ ତା'ର କୃତ ପାପର ପ୍ରାୟଶ୍ଚିତ କରାଇବ।


ପୁଣି ସହଭାଗିତାର ନୈବେଦ୍ୟରୁ ନେଇଥିବା ମେଦତୁଲ୍ୟ ତାହାର ସମସ୍ତ ମେଦ ନେବ, ଆଉ ସେହି ଯାଜକ ସୁବାସିତ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ଉପରେ ତାକୁ ଦ‌‌‌‌ଗ୍‌‌‌‌ଧ କରିବ। ଏହିରୂପେ ଯାଜକ ପାପୀମାନଙ୍କୁ ପ୍ରାୟଶ୍ଚିତ କରାଇବ ଓ ସେଥିରେ ସେ ପରମେଶ୍ୱରଙ୍କ ଦ୍ୱାରା କ୍ଷମା ପ୍ରାପ୍ତ ହେବ।


ପୁଣି ସେହି ପାପାର୍ଥକ ନୈବେଦ୍ୟର ଗୋବତ୍ସକୁ ଯେପରି କଲ, ଏହାକୁ ସେହିପରି କରିବ। ଏହିପରି ଯାଜକ ସେମାନଙ୍କ ପାଇଁ ପ୍ରାୟଶ୍ଚିତ କରିବ। ତା'ହେଲେ ଇସ୍ରାଏଲ ଲୋକ କ୍ଷମାପ୍ରାପ୍ତ ହେବେ।


ସେହି ଶସ୍ୟ-ନୈବେଦ୍ୟର ଅବଶିଷ୍ଟ ଅଂଶ ହାରୋଣ ଓ ତାହାର ପୁତ୍ରଗଣର ହେବ। ଏହି ଅବଶିଷ୍ଟାଂଶ ଯାହା ସଦାପ୍ରଭୁଙ୍କ ଉପହାରରୁ ନିଆଯାଏ ତାହା ମହାପବିତ୍ର ଅଟେ।


“କିମ୍ବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବାଗ୍ଭଳତା ପୂର୍ବକ ଶପଥ କରେ ଏବଂ ସେ ଶପଥ ବିଷୟରେ ଭୂଲିଯାଏ, ସେ ଦୋଷୀ ବୋଲି ବିବେଚିତ ହେବ, ଯେତେବେଳେ ସେ ମନେ ପକାଇବ କାରଣ ସେ ତା'ର ଶପଥ ରକ୍ଷା କରି ପାରିଲା ନାହିଁ।


ତେଣୁ ଯଦି କେହି ଏହି ବିଷୟଗୁଡ଼ିକ ମଧ୍ୟରୁ କୌଣସି ଗୋଟିକରେ ଦୋଷୀ ହୁଏ, ତେବେ ସେ ନିଜର ସେ ପାପକର୍ମ ସ୍ୱୀକାର କରିବ।


ତା'ପରେ ଯାଜକ ବିଧି ଅନୁସାରେ ଦ୍ୱିତୀୟ ପକ୍ଷୀକୁ ହୋମବଳି ରୂପେ ଉତ୍ସର୍ଗ କରିବ। ଏହିରୂପେ ସେ ତା'ର କୃତ ପାପ ନିମନ୍ତେ ଯାଜକ ଦ୍ୱାରା ପ୍ରାୟଶ୍ଚିତ ପ୍ରାପ୍ତ ହେବ ଏବଂ ପରମେଶ୍ୱର ତାକୁ କ୍ଷମା କରିବେ।


ସେ ଯାଜକ ନିକଟକୁ ତାହା ଆଣିବ ଓ ଯାଜକ ସେଥିରୁ ସ୍ମରଣାର୍ଥକ ନୈବେଦ୍ୟ ରୂପେ ମୁଠାଏ ନେଇ ଯଜ୍ଞବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ନୈବେଦ୍ୟ ଉପରେ ଦ‌‌‌‌ଗ୍‌‌‌‌ଧ କରିବ। ପାପରୁ ମୁକ୍ତ ହେବା ପାଇଁ ଏହା ପାପାର୍ଥକ ବଳି।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେଉଁ ପାପ କରିଅଛି ତାହା ପରିଶୋଧ କରିବ। ଏହା ବ୍ୟତୀତ ଏକ ପଞ୍ଚମାଂଶ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ନୈବେଦ୍ୟ ଦ୍ୱାରା ତା’ ପାଇଁ ପ୍ରାୟଶ୍ଚିତ କରିବ, ତହିଁରେ ସେ କ୍ଷମା ପ୍ରାପ୍ତ ହେବ।


Swiv nou:

Piblisite


Piblisite