Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 5:7 - ପବିତ୍ର ବାଇବଲ

7 “ଯଦି ସେ ମେଷ ଶାବକ ଦେବାକୁ ଅକ୍ଷମ ତେବେ ସେ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆପଣା କୃତ ଦୋଷାର୍ଥକ ବଳିଦାନ ରୂପେ ଆଣିବ। ତହିଁରୁ ଗୋଟିଏ ପାପ ନିମନ୍ତେ ଓ ଅନ୍ୟଟି ହୋମବଳି ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ, ସେ ଯେବେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଦୋଷାର୍ଥକ ବଳି ରୂପେ ଦୁଇ ଘୁଘୁ ବା ଦୁଇ କାପ୍ତାଛୁଆ ଆଣି ତହିଁରୁ ଗୋଟିକି ପାପ ନିମନ୍ତେ ଓ ଅନ୍ୟଟିକି ହୋମ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।

Gade chapit la Kopi

ଓଡିଆ ବାଇବେଲ

7 ଆଉ, ଯଦି ସେ ମେଷବତ୍ସା ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଦୋଷାର୍ଥକ ବଳି ରୂପେ ଦୁଇ କପୋତ ବା ଦୁଇ ପାରାଛୁଆ ଆଣି ତହିଁରୁ ଗୋଟିଏକୁ ପାପ ନିମନ୍ତେ ଓ ଅନ୍ୟଟିକୁ ହୋମ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ, ଯଦି ସେ ମେଷବତ୍ସା ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଦୋଷାର୍ଥକ ବଳି ରୂପେ ଦୁଇ କପୋତ ବା ଦୁଇ ପାରାଛୁଆ ଆଣି ତହିଁରୁ ଗୋଟିଏକୁ ପାପ ନିମନ୍ତେ ଓ ଅନ୍ୟଟିକୁ ହୋମ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।

Gade chapit la Kopi




ଲେବୀୟ ପୁସ୍ତକ 5:7
24 Referans Kwoze  

“ସାବଧାନ, ଗଧିଆମାନଙ୍କ ଭିତରେ ମେଷମାନଙ୍କୁ ଛାଡ଼ିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ, କପୋତ ଭଳି ନିରୀହ ହୁଅ।


ଯଦି ତୁମ୍ଭମାନଙ୍କର ଦାନ ଦେବାର ଇଚ୍ଛା ଅଛି, ତା'ହେଲେ ତୁମ୍ଭମାନଙ୍କର ଦାନ ଗ୍ରହଣୀୟ ହେବ। ତୁମ୍ଭମାନଙ୍କ ପାଖରେ ଯାହା ଅଛି, ସେହି ଅନୁସାରେ ତୁମ୍ଭମାନଙ୍କ ଦାନ ଗ୍ରାହ୍ୟ କରାଯିବ; ତୁମ୍ଭମାନଙ୍କ ପାଖରେ ଯାହା ନାହିଁ, ସେ ଅନୁସାରେ ନୁହେଁ।


ଯୀଶୁ ବାପ୍ତିଜିତ ହେଲେ। ଯୀଶୁ ଜଳରୁ ବାହାରିବା ମାତ୍ରେ ଆକାଶ ଖୋଲିଗଲା, ଏବଂ ସେ ପରମେଶ୍ୱରଙ୍କ ଆତ୍ମାକୁ ଗୋଟିଏ କପୋତ ରୂପରେ ତଳକୁ ଓହ୍ଲେଇ ତାହାଙ୍କ ଉପରକୁ ଆସୁଥିବାର ଦେଖିଲେ।


ତାହାର ପ୍ରାପ୍ତିର ସାଧ୍ୟ ଅନୁସାରେ ଶସ୍ୟ ନୈବେଦ୍ୟ ସହିତ ଗୋଟିଏ ପାପାର୍ଥକ ବଳିରୂପେ ଓ ଅନ୍ୟଟି ହୋମବଳି ରୂପେ ଉତ୍ସର୍ଗ କରିବ। ପୁଣି ଯାଜକ ଶୋଧନୀୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ କରିବ। ଫଳରେ ଲୋକଟି ଶୁଚି ହେବ।”


ପ୍ରଭୁଙ୍କ ନିୟମରେ ଆହୁରି ମଧ୍ୟ ଲେଖାଅଛି: “ତୁମ୍ଭକୁ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ମଧ୍ୟ ବଳି ଦେବାକୁ ହେବ।” ତେଣୁ ଏହି ବ୍ୟବସ୍ଥା ଅନୁସାରେ ବଳି ଦେବା ନିମନ୍ତେ ଯୋଷେଫ ଓ ମରିୟମ ଯିରୁଶାଲମକୁ ଗଲେ।


“ପୁଣି ହାରୋଣ ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥକ ବଳି ପାଇଁ ଦୁଇଟି ଛାଗ ଓ ହୋମବଳି ପାଇଁ ଏକ ମେଷ ନେବ।


ତା'ପରେ ସେ ଯାଜକ ସେଥିମଧ୍ୟରୁ ଗୋଟିଏ ପକ୍ଷୀ ପାପାର୍ଥକ ବଳିରୂପେ ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ। ଏହିରୂପେ ସେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ସେ ସ୍ତ୍ରୀଲୋକଙ୍କୁ ପ୍ରାୟଶ୍ଚିତ କରାଇବ।


ଇସ୍ରାଏଲର ଲୋକମାନଙ୍କୁ କୁହ, ‘ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ନିମନ୍ତେ ଏକ ଅଣ୍ଡିରା ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ମେଷ ଶାବକ ନେବେ, କାରଣ ସଦାପ୍ରଭୁ ଏହା ଆଜ୍ଞା କରିଛନ୍ତି। ବାଛୁରି ଏବଂ ମେଷଛୁଆ ନିଶ୍ଚୟ ଏକ ବର୍ଷୀୟ ଓ ନିଖୁଣ ହୋଇଥିବେ।


“ଯଦି ସେ ଦୁଇଟି କପୋତ ଛୁଆ କିମ୍ବା ଦୁଇଟି ପାରା ଛୁଆ ଆଣିବାକୁ ଅସମର୍ଥ ହୁଏ ତେବେ ସେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବା ଉଚିତ୍, ସେଥିରେ ତୈଳ ଦେବା ଉଚିତ୍ ନୁହେଁ କି ସୁଗନ୍ଧି ଦେବା ଉଚିତ୍ ନୁହଁ କାରଣ ତାହା ପାପାର୍ଥକ ନୈବେଦ୍ୟ।


ଯୀଶୁ ମନ୍ଦିର ପରିସରରେ ପ୍ରବେଶ କଲେ। ସେଠାରେ କିଣା ଓ ବିକା କରୁଥିବା ଲୋକମାନଙ୍କୁ ଯୀଶୁ ବାହାରକୁ ଘଉଡ଼େଇ ଦେଲେ। ସେ ମୁଦ୍ରା ବ୍ୟବସାୟୀଙ୍କ ମେଜ ଓ କାପ୍ତା ବ୍ୟବସାୟୀଙ୍କ ଆସନ ଓଲଟେଇ ଦେଲେ।


“ଏହିସବୁ ଦୋଷାର୍ଥକ ବଳିର ବିଧି ଅଟେ। ତାହା ମହାପବିତ୍ର।


“ତା'ପରେ ପୁତ୍ର ବା କନ୍ୟା ପ୍ରସବର ଅଶୌଚ ଦିନ ପୂର୍ଣ୍ଣ ହେଲେ ସେ ବଳିଦାନ ନିମନ୍ତେ ଏକବର୍ଷୀୟ ଏକ ମେଷ ଶାବକ ଓ ପାପାର୍ଥକ ବଳି ନିମନ୍ତେ ଏକ କପୋତ ଛୁଆ କିମ୍ବା ପାରା ଛୁଆ ସମାଗମ-ତମ୍ବୁର ଦ୍ୱାରର ଯାଜକ ନିକଟକୁ ଆଣିବ।


“ପୁଣି ସେ ତା'ର ପ୍ରାପ୍ତିର ସାଧ୍ୟ ଅନୁସାରେ ସେ ଦୁଇ କପୋତ ବା ଦୁଇ ପାରା ଛୁଆ ମଧ୍ୟରୁ ଗୋଟିଏ ଉତ୍ସର୍ଗ କରିବ।


“ଇସ୍ରାଏଲ ଲୋକମାନଙ୍କୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ଯଦି କୌଣସି ବ୍ୟକ୍ତି ବିରୁଦ୍ଧରେ ଅପରାଧ କରେ, ତେବେ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ମଧ୍ୟ ଅପରାଧ କରିଛନ୍ତି। ସେମାନେ ଦୋଷୀ।


ପୁଣି ଅଷ୍ଟମ ଦିନରେ ନାସରୀୟ ଦୁଇଟି କପୋତ କିମ୍ବା ପାରା ସମାଗମ-ତମ୍ବୁ ଦ୍ୱାରରେ ଯାଜକ ନିକଟକୁ ଆଣିବ।


ଆଉ ଯାଜକ ତହିଁରୁ ଗୋଟିଏକୁ ପାପାର୍ଥକ ନୈବେଦ୍ୟ ରୂପେ ଓ ଅନ୍ୟଟି ହୋମବଳି ରୂପେ ଉତ୍ସର୍ଗ କରିବ। ସେ ଶବ ସମନ୍ଧରେ ଯେଉଁ ପାପ ନାସରୀୟ କଲା, ତହିଁ ଲାଗି ପ୍ରାୟଶ୍ଚିତ କରିବ ଓ ସେ ସେହି ଦିନ ପୁନର୍ବାର ତା'ର ମସ୍ତକ ପବିତ୍ର କରିବ।


“ଯଦି ଲୋକଟି ଅତି ଦରିଦ୍ର ଓ ନିରୂପିତ ମୂଲ୍ୟ ଦେଇ ପାରିବ ନାହିଁ, ତେବେ ତାକୁ ଯାଜକ ନିକଟକୁ ଅଣାଯିବ, ଯାଜକ ତାହାର ମୂଲ୍ୟ ନିରୂପିଣ କରିବ। ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ।


Swiv nou:

Piblisite


Piblisite