Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 6:7 - ପବିତ୍ର ବାଇବଲ

7 ତା'ପରେ ଯାଜକ ସଦାପ୍ରଭୁଙ୍କ ଛାମୁରେ ତାହା ନିମନ୍ତେ ପ୍ରାୟଶ୍ଚିତ କରିବ। ତେଣୁ ସେ ଯେଉଁ କର୍ମ ଯୋଗୁଁ ଦୋଷୀ ହୋଇଥିବ ସେଥିରୁ କ୍ଷମା ପ୍ରାପ୍ତ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହୁଁ ଯାଜକ ସଦାପ୍ରଭୁଙ୍କ ଛାମୁରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଯେକୌଣସି କର୍ମ ଦ୍ଵାରା ଦୋଷୀ ହୋଇଥାଏ, ତହିଁରୁ କ୍ଷମାପ୍ରାପ୍ତ ହେବ।

Gade chapit la Kopi

ଓଡିଆ ବାଇବେଲ

7 ତହୁଁ ଯାଜକ ସଦାପ୍ରଭୁଙ୍କ ଛାମୁରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଯେକୌଣସି କର୍ମ ଦ୍ୱାରା ଦୋଷୀ ହୋଇଥାଏ, ତହିଁରୁ କ୍ଷମାପ୍ରାପ୍ତ ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହୁଁ ଯାଜକ ସଦାପ୍ରଭୁଙ୍କ ଛାମୁରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଯେକୌଣସି କର୍ମ ଦ୍ୱାରା ଦୋଷୀ ହୋଇଥାଏ, ତହିଁରୁ କ୍ଷମାପ୍ରାପ୍ତ ହେବ।”

Gade chapit la Kopi




ଲେବୀୟ ପୁସ୍ତକ 6:7
22 Referans Kwoze  

ତା'ପରେ ସେହି ଯାଜକ ଉତ୍ସର୍ଗୀକୃତ ପଶୁର ସମସ୍ତ ମେଦ ନେବ ଏବଂ ଯଜ୍ଞବେଦି ଉପରେ ଦ‌‌‌‌ଗ୍‌‌‌‌ଧ କରିବ, ଯେଉଁ ଉପାୟରେ ସେ ମଙ୍ଗଳାର୍ଥକ ନୈବେଦ୍ୟରୁ ମେଦ ସହିତ କରିଥିଲା। ଏହି ପ୍ରକାରେ ଯାଜକ ସେ ଶାସକର ପାପ ପାଇଁ ପ୍ରାୟଶ୍ଚିତ କରିବ ଓ ତା'ଦ୍ୱାରା ସେ ଶାସକ ପ୍ରଭୁଙ୍କ ଦ୍ୱାରା କ୍ଷମା ପ୍ରାପ୍ତ ହେବ।


ଯଦି ଆମ୍ଭେ ନିଜ ନିଜର ପାପ ସ୍ୱୀକାର କରୁ ତେବେ ପରମେଶ୍ୱର ଆମ୍ଭକୁ ପାପରୁ କ୍ଷମା କରିବେ। କାରଣ ସେ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି। ସେ ଆମ୍ଭକୁ ସମସ୍ତ ଅଧର୍ମରୁ ପରିଷ୍କାର କରିବେ।


ପରମେଶ୍ୱର ଆଲୋକରେ ବାସ କରନ୍ତି, ତେଣୁ ଆମ୍ଭେ ମଧ୍ୟ ଆଲୋକରେ ବାସ କରିବା ଉଚିତ୍। ଯଦି ଆମ୍ଭେ ଆଲୋକରେ ଜୀବନଯାପନ କରୁ, ତେବେ ଆମ୍ଭେ ପରସ୍ପର ସହଭାଗୀ ହୋଇପାରିବା। ଯଦି ଆମ୍ଭେମାନେ ଆଲୋକରେ ରହୁ, ତେବେ ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ଆମ୍ଭର ସମସ୍ତ ପାପ ଧୋଇଦିଏ।


ତେଣୁ ମୁଁ ତୁମ୍ଭକୁ କହୁଛି ଯେ, ଲୋକେ ଯେଉଁସବୁ ପାପ କରୁଛନ୍ତି ତାହା କ୍ଷମା କରି ଦିଆଯିବ। ଲୋକମାନେ ଯେଉଁସବୁ ଖରାପ କଥା କହୁଛନ୍ତି, ତାହା କ୍ଷମା କରି ଦିଆଯିବ। କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କଲେ କ୍ଷମା କରାଯାଇ ପାରିବନି।


ତୁମ୍ଭ ପରି ପରମେଶ୍ୱର ଆଉ ସେଠାରେ କେହି ନାହିଁ। ତୁମ୍ଭେ ଲୋକମାନଙ୍କର ଦୋଷ କ୍ଷମା କର। ଅବଶିଷ୍ଟ ଲୋକମାନଙ୍କୁ ତୁମ୍ଭେ ମଧ୍ୟ କ୍ଷମା ଦିଅ। ତୁମ୍ଭେ ସର୍ବଦା କ୍ରୋଧିତ ହେବ ନାହିଁ କାରଣ ତୁମ୍ଭେ ସ୍ନେହ ଗ୍ଭହଁ।


ଯଦି ଜଣେ ଦୁଷ୍ଟ ଆପଣା ଦୁଷ୍ଟତାରୁ ଫେରି ନ୍ୟାୟ ଓ ଧର୍ମାଚରଣ କରେ ସେ ବଞ୍ଚିବ।


ସଦାପ୍ରଭୁ ପୁଣି କୁହନ୍ତି, “ଆସ, ମୋ’ ସହିତ ଆଳାପ କର। ତୁମ୍ଭମାନଙ୍କର ପାପ ସିନ୍ଦୁରବର୍ଣ୍ଣ ପରି ଲାଲ ହେଲେ ହେଁ ବରଫ ସଦୃଶ ଶୁଭ୍ର ହେବ। ଆଉ ତୁମ୍ଭମାନଙ୍କର ପାପ ଉଜ୍ଜ୍ୱଳ ଲୋହିତ ବର୍ଣ୍ଣ ପରି ହେଲେ ହେଁ ମେଷଲୋମ ସଦୃଶ ଶୁଭ୍ର ହେବ।


ସେହି ବ୍ୟକ୍ତି ଅପରାଧର ମାତ୍ରା ଅନୁସାରେ ଏକ ନିଖୁଣ ମେଷ ଦୋଷାର୍ଥକ ନୈବେଦ୍ୟ ରୂପେ ଯାଜକ ନିକଟକୁ ଆଣିବ। ପୁଣି ଯେଉଁ ପାପ ସେ ଅଜ୍ଞାତରେ କରିଛି ସେଥିପାଇଁ ଯାଜକ ପ୍ରାୟଶ୍ଚିତ କରିବ। ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ଏହିରୂପେ ଯାଜକ ନିଜକୁ ପ୍ରାୟଶ୍ଚିତ କରିବ, ଏହି ପାପଗୁଡ଼ିକର କୌଣସି ବିଷୟ ପାଇଁ ସେ କରିଛି ଏବଂ ସଦାପ୍ରଭୁ ତାଙ୍କୁ କ୍ଷମା ଦେବେ। ଅବଶିଷ୍ଟ ନୈବେଦ୍ୟ ଶସ୍ୟ ନୈବେଦ୍ୟ ପରି ଯାଜକର ହେବ।”


ତା'ପରେ ଯାଜକ ବିଧି ଅନୁସାରେ ଦ୍ୱିତୀୟ ପକ୍ଷୀକୁ ହୋମବଳି ରୂପେ ଉତ୍ସର୍ଗ କରିବ। ଏହିରୂପେ ସେ ତା'ର କୃତ ପାପ ନିମନ୍ତେ ଯାଜକ ଦ୍ୱାରା ପ୍ରାୟଶ୍ଚିତ ପ୍ରାପ୍ତ ହେବ ଏବଂ ପରମେଶ୍ୱର ତାକୁ କ୍ଷମା କରିବେ।


ପୁଣି ସହଭାଗିତାର ନୈବେଦ୍ୟରୁ ନେଇଥିବା ମେଦତୁଲ୍ୟ ତାହାର ସମସ୍ତ ମେଦ ନେବ, ଆଉ ସେହି ଯାଜକ ସୁବାସିତ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ଉପରେ ତାକୁ ଦ‌‌‌‌ଗ୍‌‌‌‌ଧ କରିବ। ଏହିରୂପେ ଯାଜକ ପାପୀମାନଙ୍କୁ ପ୍ରାୟଶ୍ଚିତ କରାଇବ ଓ ସେଥିରେ ସେ ପରମେଶ୍ୱରଙ୍କ ଦ୍ୱାରା କ୍ଷମା ପ୍ରାପ୍ତ ହେବ।


ପୁଣି ସେହି ପାପାର୍ଥକ ନୈବେଦ୍ୟର ଗୋବତ୍ସକୁ ଯେପରି କଲ, ଏହାକୁ ସେହିପରି କରିବ। ଏହିପରି ଯାଜକ ସେମାନଙ୍କ ପାଇଁ ପ୍ରାୟଶ୍ଚିତ କରିବ। ତା'ହେଲେ ଇସ୍ରାଏଲ ଲୋକ କ୍ଷମାପ୍ରାପ୍ତ ହେବେ।


ସଦାପ୍ରଭୁ ତାଙ୍କର ହଜାର ହଜାର ବଂଶଧରଙ୍କୁ ଦୟା ଦେଖାଇଛନ୍ତି। ସଦାପ୍ରଭୁ ସେମାନଙ୍କର ସମସ୍ତ ଦୋଷ କ୍ଷମା କରିଛନ୍ତି। କିନ୍ତୁ ସଦାପ୍ରଭୁ ଦୋଷୀକୁ ଦଣ୍ଡ ଦେଇଛନ୍ତି। ସଦାପ୍ରଭୁ ଦୋଷୀକୁ ତା'ର ସନ୍ତାନମାନଙ୍କୁ ଓ ତାର ନାତି ନାତୁଣୀମାନଙ୍କୁ ଦଣ୍ଡିତ କରିବେ। ଅର୍ଥାତ୍ ଦୋଷୀ ତାର ତୃତୀୟ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଦଣ୍ଡ ଭୋଗ କରନ୍ତି।”


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


ଯେଉଁ ସ୍ଥାନରେ ଯାଜକ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ। ତା'ପରେ ଯାଜକ ସେହି ବଳିର ରକ୍ତ ନେଇ ଯଜ୍ଞବେଦି ଗ୍ଭରିପାଖରେ ଛିଞ୍ଚିବ।


“ଆଉ କେହି ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଶସ୍ୟ ନୈବେଦ୍ୟ ଆଣିଲେ, ତାହା ଅତି ସୂକ୍ଷ୍ମ ମଇଦାରେ ନୈବେଦ୍ୟ ହେବ। ପୁଣି ସେଥିରେ ସେ ତୈଳ ଢାଳିବ ଓ ତା'ଉପରେ ଲୋବାନି ରଖିବ।


Swiv nou:

Piblisite


Piblisite