ଲେବୀୟ ପୁସ୍ତକ 7:18 - ପବିତ୍ର ବାଇବଲ18 ଯଦି ତୃତୀୟ ଦିନରେ ସେହି ମଙ୍ଗଳାର୍ଥକ ବଳିରୁ କିଛି ମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ କିମ୍ବା ତାହା ବଳିଦାନକାରୀ ପକ୍ଷରେ ଗଣାଯିବ ନାହିଁ। ତାହା ଘୃଣାଯୋଗ୍ୟ ହେବ, ଆଉ ଯେଉଁ ବ୍ୟକ୍ତି ତାହା ଭୋଜନ କରିବ ସେ ନିଜର ଅପରାଧ ବହନ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)18 ଯେବେ ତୃତୀୟ ଦିନରେ ତାହାର ସେହି ମଙ୍ଗଳାର୍ଥକ ଉପହାର ବଳିରୁ କିଛିମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ, କିଅବା ତହିଁର ଉତ୍ସର୍ଗକାରୀ ପକ୍ଷରେ ତାହା ଗଣାଯିବ ନାହିଁ; ତାହା ଘୃଣାଯୋଗ୍ୟ ହେବ, ପୁଣି ଯେଉଁ ପ୍ରାଣୀ ତାହା ଭୋଜନ କରଇ, ସେ ଆପଣା ଅପରାଧ ବହିବ। Gade chapit laଓଡିଆ ବାଇବେଲ18 ଯଦି ତୃତୀୟ ଦିନରେ ତାହାର ସେହି ମଙ୍ଗଳାର୍ଥକ ଉପହାର ବଳିରୁ କିଛିମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ, କିଅବା ତହିଁର ଉତ୍ସର୍ଗକାରୀ ପକ୍ଷରେ ତାହା ଗଣାଯିବ ନାହିଁ; ତାହା ଘୃଣାଯୋଗ୍ୟ ହେବ, ପୁଣି ଯେଉଁ ପ୍ରାଣୀ ତାହା ଭୋଜନ କରେ, ସେ ଆପଣା ଅପରାଧ ବୋହିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯଦି ତୃତୀୟ ଦିନରେ ତାହାର ସେହି ମଙ୍ଗଳାର୍ଥକ ଉପହାର ବଳିରୁ କିଛିମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ, କିଅବା ତହିଁର ଉତ୍ସର୍ଗକାରୀ ପକ୍ଷରେ ତାହା ଗଣାଯିବ ନାହିଁ; ତାହା ଘୃଣାଯୋଗ୍ୟ ହେବ, ପୁଣି ଯେଉଁ ପ୍ରାଣୀ ତାହା ଭୋଜନ କରେ, ସେ ଆପଣା ଅପରାଧ ବୋହିବ। Gade chapit la |
ପରମେଶ୍ୱର ଗ୍ରହଣ କରି ନେଇଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହେବା ପୂର୍ବରୁ ପରମେଶ୍ୱରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି ଓ ସୁନ୍ନତ ହୋଇ ନାହାନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରହାମ ଅଟନ୍ତି। ସେମାନେ ବିଶ୍ୱାସ କରନ୍ତି ଓ ଏହି କାରଣରୁ ସେମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ବୋଲି ନିରୂପିତ ହୁଅନ୍ତି।
ତୁମ୍ଭେ କହିଛ ଯେ, ତୁମ୍ଭେ ବିବ୍ରତ ହେବ ନାହିଁ ଏବଂ ତୁମ୍ଭେ ଯଜ୍ଞବେଦିରେ ଥିବା ଖାଦ୍ୟ ପ୍ରତି ତାଚ୍ଛଲ୍ୟ ପ୍ରକାଶ କରିଛ ଏବଂ ତୁମ୍ଭେ ନ ଖାଇ ପରିତ୍ୟାଗ କରୁଛ, ଆଉ ମଧ୍ୟ ମନ୍ଦ ବୋଲି କହୁଛ। ମାତ୍ର ଏହା ସତ୍ୟ ନୁହେଁ। ତା'ପରେ ତୁମ୍ଭେମାନେ ଆହତ, ଛୋଟା ଓ ରୁଗ୍ଣ ପଶୁମାନଙ୍କୁ ଆମ୍ଭ ନିକଟରେ ବଳିଦାନ ପାଇଁ ଆଣୁଛ। ମାତ୍ର ସେହି ରୁଗ୍ଣ ପଶୁଗୁଡ଼ିକୁ ଆମ୍ଭେ ଗ୍ରହଣ କରିବା ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।