Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 7:30 - ପବିତ୍ର ବାଇବଲ

30 ତା'ର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୋଳନୀୟ ନୈବେଦ୍ୟ ଆଣିବ। ସେ ବକ୍ଷ ଏବଂ ମେଦ ଆଣି ଯାଜକକୁ ଦେବା ଉଚିତ୍। ସେହି ବକ୍ଷ ତା'ର ଆଗରେ ଉଠାଯାଇ ସଦାପ୍ରଭୁଙ୍କୁ ଉପହାର ଦିଆଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ତାହାର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଆଣିବ; ସେ ବକ୍ଷ ସହିତ ମେଦ ଆଣିବ, ତହିଁରେ ସେହି ବକ୍ଷ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ସାକ୍ଷାତରେ ଦୋଳାୟିତ ହେବ।

Gade chapit la Kopi

ଓଡିଆ ବାଇବେଲ

30 ତାହାର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଆଣିବ; ସେ ବକ୍ଷ ସହିତ ମେଦ ଆଣିବ, ତହିଁରେ ସେହି ବକ୍ଷ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ସାକ୍ଷାତରେ ଦୋଳାୟିତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ତାହାର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଆଣିବ; ସେ ବକ୍ଷ ସହିତ ମେଦ ଆଣିବ, ତହିଁରେ ସେହି ବକ୍ଷ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ସାକ୍ଷାତରେ ଦୋଳାୟିତ ହେବ।

Gade chapit la Kopi




ଲେବୀୟ ପୁସ୍ତକ 7:30
16 Referans Kwoze  

ତା'ପରେ ଯାଜକ ଦୋଳନୀୟ ନୈବେଦ୍ୟ ତାହା ସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଟେକିବ, ସେହି ଛାତି ଓ ଗୋଡ଼ ନୈବେଦ୍ୟ ଯାଜକ ପାଇଁ ଏକ ପବିତ୍ର ଉପହାର ଅଟେ। ତା'ପରେ ସେହି ନାସରୀୟ ବ୍ରତ କରିଥିବା ବ୍ୟକ୍ତି ଦ୍ରାକ୍ଷାରସ ପାନ କରି ପାରିବ।


ତା'ପରେ ସେ ସହଭାଗିତାର ନୈବେଦ୍ୟରୁ ଏକ ଅଂଶ ସଦାପ୍ରଭୁଙ୍କୁ ଉପହାର ରୂପେ ଦେବ। ସେ ଅନ୍ତ ଆଚ୍ଛାଦକ ମେଦ ଓ ଅନ୍ତ ଉପରିସ୍ଥ ମେଦ ସବୁ ଉତ୍ସର୍ଗ କରିବ।


ଏହା ପରେ ସେହି ମଙ୍ଗଳାର୍ଥକ ନୈବେଦ୍ୟରୁ ଏକ ଅଂଶ ନୈବେଦ୍ୟ ସଦାପ୍ରଭୁଙ୍କ ପାଇଁ ଉପହାର ରୂପେ ହେବ। ସେ ତା'ର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ, ମେରୁଦଣ୍ଡ ନିକଟରୁ କାଟି ନେବ। ସମସ୍ତ ମେଦ ଉପରିସ୍ଥ ଅଂଶ ଏବଂ ଏହାର ଅନ୍ତ ଅଂଶଗୁଡ଼ିକ ନୈବେଦ୍ୟ ହେବ।


ଯଦି ତୁମ୍ଭମାନଙ୍କର ଦାନ ଦେବାର ଇଚ୍ଛା ଅଛି, ତା'ହେଲେ ତୁମ୍ଭମାନଙ୍କର ଦାନ ଗ୍ରହଣୀୟ ହେବ। ତୁମ୍ଭମାନଙ୍କ ପାଖରେ ଯାହା ଅଛି, ସେହି ଅନୁସାରେ ତୁମ୍ଭମାନଙ୍କ ଦାନ ଗ୍ରାହ୍ୟ କରାଯିବ; ତୁମ୍ଭମାନଙ୍କ ପାଖରେ ଯାହା ନାହିଁ, ସେ ଅନୁସାରେ ନୁହେଁ।


ମୋ'ଠାରୁ କେହି ମୋ’ ଜୀବନ ନେଇ ପାରିବ ନାହିଁ। ମୁଁ ସ୍ୱେଚ୍ଛାରେ ମୋ’ ଜୀବନ ଦିଏ। ମୋର ଜୀବନ ଦେବାର ଅଧିକାର ଅଛି। ଏବଂ ମୋର ପୁନର୍ବାର ଜୀବନ ଫେରି ପାଇବାର ମଧ୍ୟ ଅଧିକାର ରହିଛି। ଏହି କଥା ମୋତେ ପରମପିତା କହିଛନ୍ତି।”


ତୁମ୍ଭ ପରାକ୍ରମର ଦିନରେ, ଯେତେବେଳେ ତୁମ୍ଭର ସୈନ୍ୟବାହିନୀ ଏକତ୍ର ହେବେ, ତୁମ୍ଭ ଲୋକମାନେ ସ୍ୱଇଚ୍ଛାରେ ମିଶିବେ। ପବିତ୍ର ପର୍ବତ ଉପରେ ଅତି ପ୍ରଭାତରେ ସେମାନେ ମିଳିତ ହେବେ। ସେହି ସମସ୍ତ ଯୁବକ ତୁମ୍ଭ ଗ୍ଭରିପଟେ ପଡ଼ିଆରେ କାକର ଟୋପା ପରି ବେଢ଼ି ରହିବେ।


ମୋଶାଙ୍କ ଆଜ୍ଞା ଅନୁସାରେ ହାରୋଣ ସଦାପ୍ରଭୁଙ୍କ ସମ୍ମୁଖରେ ବକ୍ଷ ଓ ଡାହାଣ ଚଟୁଆ ଦୋଳନୀୟ ନୈବେଦ୍ୟ ରୂପେ ଦୋଳନ କଲେ।


ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତରେ ସେହିସବୁ ଦେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ।


ଆଉ ମୋଶା ବକ୍ଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ। ପଦନିଯୋଗାର୍ଥକ ମେଷର ଏହି ଅଂଶ ମୋଶାଙ୍କର ହେଲା। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମୋଶା ଏହା କଲେ।


“ପୁଣି ତୁମ୍ଭେ ତୁମ୍ଭର ପୁତ୍ରଗଣ ଓ ତୁମ୍ଭର କନ୍ୟାଗଣ ଝୁଲାଯାଇଥିବା ବକ୍ଷ ଓ ଚଟୁଆ ନେଇ ଏକ ଶୁଚି ସ୍ଥାନରେ ଭୋଜନ କରିବ, ଯେହେତୁ ଇସ୍ରାଏଲ ସନ୍ତାନଗଣର ମଙ୍ଗଳାର୍ଥକ ନୈବେଦ୍ୟ ମଧ୍ୟରୁ ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣର ପ୍ରାପ୍ୟ ଅଂଶ।


ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ। ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରିବେ।


ଏହିସବୁ ମେଦ ସେମାନେ ଗୋରୁ ଓ ମେଷର ବକ୍ଷ ଉପରେ ରଖିଲେ ଓ ହାରୋଣ ସେ ସମସ୍ତ ବେଦି ଉପରେ ଦ‌‌‌‌ଗ୍‌‌‌‌ଧ କଲେ।


ଯାହା ସେମାନେ ଦୋଳନୀୟ ନୈବେଦ୍ୟ ସହିତ ଉତ୍ତୋଳନୀୟ ଚଟୁଆ ଓ ଟଙ୍ଗାଯାଇଥିବା ବକ୍ଷ ସଦାପ୍ରଭୁଙ୍କ ସମ୍ମୁଖରେ ଟାଙ୍ଗିବାକୁ ଆଣିବେ, ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣଙ୍କର ଅନନ୍ତକାଳୀନ ଅଧିକାର ହେବ। ଯେପରି ସଦାପ୍ରଭୁ ଆଜ୍ଞା କରିଛନ୍ତି।”


“ତୁମ୍ଭେମାନେ ଯେତେବେଳେ ବଳିଦାନ କରିବ, ତୁମ୍ଭେମାନେ ଯାଜକଙ୍କୁ ଏହି ଅଂଶ ଯଥା: ଆଗ-ଚଟୁଆ, ଦୁଇଗାଲ ଓ ପାକସ୍ଥଳୀ ଦେବ।


Swiv nou:

Piblisite


Piblisite