Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 9:24 - ପବିତ୍ର ବାଇବଲ

24 ପୁଣି ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ଯଜ୍ଞବେଦି ଉପରିସ୍ଥ ହୋମବଳି ଓ ମେଦକୁ ଭସ୍ମ କଲା। ସେତେବେଳେ ସମସ୍ତ ଲୋକ ତାହା ଦେଖି ଉଚ୍ଚଧ୍ୱନି କରି ଭୂମିରେ ମଥାନତ କରି ପଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ପୁଣି, ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ବେଦି-ଉପରିସ୍ଥ ହୋମବଳି ଓ ମେଦ ଭସ୍ମ କଲା, ପୁଣି, ସମସ୍ତ ଲୋକେ ତାହା ଦେଖି ଉଚ୍ଚଧ୍ଵନି କରି ମୁହଁ ମାଡ଼ି ହୋଇ ପଡ଼ିଲେ।

Gade chapit la Kopi

ଓଡିଆ ବାଇବେଲ

24 ପୁଣି, ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ବେଦି ଉପରିସ୍ଥ ହୋମବଳି ଓ ମେଦ ଭସ୍ମ କଲା, ପୁଣି, ସମସ୍ତ ଲୋକେ ତାହା ଦେଖି ଉଚ୍ଚଧ୍ୱନି କରି ମୁହଁ ମାଡ଼ି ହୋଇ ପଡ଼ିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ବେଦି ଉପରିସ୍ଥ ହୋମବଳି ଓ ମେଦ ଭସ୍ମ କଲା, ପୁଣି, ସମସ୍ତ ଲୋକେ ତାହା ଦେଖି ଉଚ୍ଚଧ୍ୱନି କରି ମୁହଁ ମାଡ଼ି ହୋଇ ପଡ଼ିଲେ।

Gade chapit la Kopi




ଲେବୀୟ ପୁସ୍ତକ 9:24
24 Referans Kwoze  

ଏହା ପରେ ସଦାପ୍ରଭୁଙ୍କର ଦୂତ ତାଙ୍କ ହସ୍ତରେ ଥିବା ଯଷ୍ଟିର ଅଗ୍ର ବଢ଼ାଇ ସେହି ମାଂସ ଓ ତାଡ଼ିଶୂନ୍ୟ ରୋଟୀକୁ ସ୍ପର୍ଶ କଲେ। ଏହା ପରେ ପଥରରୁ ଅଗ୍ନି ବାହାରିଲା ଏବଂ ତା’ ଉପରେ ଥିବା ମାଂସ ଓ ପିଠା ସମ୍ପୂର୍ଣ୍ଣ ପୋଡ଼ିଗଲା। ତା'ପରେ ସଦାପ୍ରଭୁଙ୍କର ଦୂତ ଅଦୃଶ୍ୟ ହୋଇଗଲେ।


ସଦାପ୍ରଭୁଙ୍କର ଉପାସନା କରିବା ନିମନ୍ତେ ଦାଉଦ ଏକ ଯଜ୍ଞବେଦି ନିର୍ମାଣ କଲେ। ଦାଉଦ ହୋମବଳି ଏବଂ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଦାଉଦ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ସଦାପ୍ରଭୁ ସ୍ୱର୍ଗରୁ ଅଗ୍ନି ପଠାଇ ଦାଉଦଙ୍କୁ ପ୍ରାର୍ଥନାର ଉତ୍ତର ଦେଲେ। ହୋମବଳି, ନୈବେଦ୍ୟ ଉପରେ ସେହି ଅଗ୍ନି ଅବତରଣ କଲା।


ହେ ଇସ୍ରାଏଲର ପାଳକ, କର୍ଣ୍ଣପାତ କର। ତୁମ୍ଭେ ଯୋଷେଫର ଲୋକମାନଙ୍କୁ ମେଷପରି ନେତୃତ୍ୱ କରିଅଛ। କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ, ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।


କିନ୍ତୁ ତା'ର ସ୍ତ୍ରୀ ଉତ୍ତର ଦେଲା, “ସଦାପ୍ରଭୁ ଆମ୍ଭକୁ ମାରିବାକୁ ଗ୍ଭହାନ୍ତି ନାହିଁ। ଯଦି ସଦାପ୍ରଭୁ ଆମ୍ଭମାନଙ୍କୁ ମାରିବାକୁ ଗ୍ଭହିଁଥା’ନ୍ତେ, ତେବେ ସେ ଆମ୍ଭର ହୋମବଳି ଓ ଶସ୍ୟ ନୈବେଦ୍ୟ ଗ୍ରହଣ କରି ନ ଥା’ନ୍ତେ। ସେ ଆମ୍ଭକୁ ଏପରି ଆଶ୍ଚର୍ଯ୍ୟ ଦୃଶ୍ୟ ଦେଖାଇ ନ ଥା’ନ୍ତେ ଓ ଏହିସବୁ କଥା କହି ନ ଥା’ନ୍ତେ।”


ଯଜ୍ଞବେଦି ଉପରେ ଅଗ୍ନି ସର୍ବଦା ଜ୍ୱଳନ୍ତ ରହିବ, କଦାପି ନିର୍ବାପିତ ହେବ ନାହିଁ।


ସେହି ପର୍ବତରେ, ମୋଶା ଦେଖିଲେ ସଦାପ୍ରଭୁଙ୍କର ଦୂତ ଏକ ଜ୍ୱଳନ୍ତା ବୁଦା ମଧ୍ୟରେ ଥିଲେ। ମୋଶା ଦେଖିଲେ, ବୁଦାରେ ଅଗ୍ନି ଲାଗି ଥିଲେ ମଧ୍ୟ ତାହା ଧ୍ୱଂସ ହେଉ ନ ଥିଲା।


ସୂର୍ଯ୍ୟାସ୍ତ ପରେ, ଯେତେବେଳେ ଏହା ଘୋର ଅନ୍ଧକାର ହେଲା, ଏକ ଧୂଆଁ ବାହାରୁଥିବା ପାତ୍ର ଏବଂ ଜ୍ୱଳନ୍ତ ମଶାଲ ହଠାତ୍ ଦେଖାଗଲା ଏବଂ ତାହା ଦୁଇ ଧାଡ଼ିରେ ଥିବା ମୃତ ପଶୁଗୁଡ଼ିକର ଖଣ୍ଡସବୁ ମଧ୍ୟଦେଇ ଗଲା।


ପ୍ରାଚୀନମାନେ ଓ ଗ୍ଭରି ଜଣ ପ୍ରାଣୀ ସେଠାରେ ଥିଲେ। ସବୁ ଦୂତମାନେ ସେମାନଙ୍କର ଓ ସିଂହାସନର ଗ୍ଭରିପାଖରେ ଘେରି ଠିଆ ହୋଇଥିଲେ। ସେମାନେ ସିଂହାସନ ସମ୍ମୁଖରେ ପ୍ରଣାମ କରି ପରମେଶ୍ୱରଙ୍କ ଉପାସନା କଲେ।


ସେ ଚର୍ମପତ୍ରକୁ ଗ୍ରହଣ କରିବାପରେ, ଗ୍ଭରିଜୀବିତ ପ୍ରାଣୀ ଓ ଚବିଶଜଣ ପ୍ରାଚୀନ ତାହାଙ୍କ ସମ୍ମୁଖରେ ନଇଁପଡ଼ି ପ୍ରଣାମ କଲେ। ସେମାନେ ପ୍ରତ୍ୟେକ ଗୋଟିଏ ଗୋଟିଏ ବୀଣା ଧରି ଥିଲେ। ସେମାନେ ସୁଗନ୍ଧିତ ଧୂପର ସୁନାର ପାତ୍ର ମଧ୍ୟ ଧରିଥିଲେ। ସେହି ସୁଗନ୍ଧିତ ଧୂପପାତ୍ରଗୁଡ଼ିକ ହେଉଛି, ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କର ପ୍ରାର୍ଥନା।


ସେମାନଙ୍କ ପାଖରୁ କିଛି ଦୂରକୁ ଗ୍ଭଲିକରି ଯିବାପରେ ଯୀଶୁ ତଳେ ଉବୁଡ଼ ହୋଇ ପଡ଼ିଲେ ଓ ପ୍ରାର୍ଥନା କଲେ, “ହେ ପରମପିତା! ଯଦି ସମ୍ଭବ ହୁଏ, ତେବେ ଯନ୍ତ୍ରଣାର ଏହି ପାତ୍ରଟି ମୋ'ଠାରୁ ଦୂର ହୋଇଯାଉ। କିନ୍ତୁ ମୋ’ ଇଚ୍ଛା ଅନୁସାରେ ନ ହୋଇ ଆପଣଙ୍କ ଇଚ୍ଛା ଅନୁସାରେ କରନ୍ତୁ।”


ସେମାନେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ ଦେଇ ଏକ ଆରେକ ପ୍ରତି ଗାନ କରି କହିଲେ, “ସେ ମଙ୍ଗଳମୟ, ଯେହେତୁ ଇସ୍ରାଏଲ ପ୍ରତି ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।” ଆଉ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଯିବା ସକାଶୁ ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚସ୍ୱରରେ ଜୟଧ୍ୱନି କଲେ।


ଏହି ଜୀବିତ ପ୍ରାଣୀମାନେ ସିଂହାସନରେ ବସିଥିବା ବ୍ୟକ୍ତିଙ୍କୁ ଗୌରବ, ସମ୍ମାନ ଓ ଧନ୍ୟବାଦ ଦିଅନ୍ତି। ସେ ସବୁଦିନ ପାଇଁ ଜୀବିତ ଅଟନ୍ତି ଏବଂ ଏହି ଜୀବିତ ପ୍ରାଣୀମାନେ ସର୍ବଦା ଏହିଭଳି କରନ୍ତି।


ହେ ସଦାପ୍ରଭୁ, ତୁମ୍ଭେ ବାସ କରିବା ନିମନ୍ତେ ମୁଁ ଏକ ମନ୍ଦିର ନିର୍ମାଣ କରିଅଛି। ଅନନ୍ତକାଳ ବାସ କରିବା ପାଇଁ ଏହା ତୁମ୍ଭ ନିମନ୍ତେ ଏକ ଉଚ୍ଚ ମନ୍ଦିର ସ୍ଥାନ ଅଟେ।”


ହିଜକିୟ ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, “ହେ କିରୁବଗଣ ଉପରେ ଉପବିଷ୍ଟ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ କେବଳ ଏ ସମଗ୍ର ବିଶ୍ୱର ପରମେଶ୍ୱର ଅଟ। ଆଉ ମଧ୍ୟ ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।


ତହୁଁ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ତୁମ୍ଭେ ଜାଣ ସମସ୍ତ ଲୋକମାନେ କ’ଣ ଚିନ୍ତା କରୁଛନ୍ତି, ଯଦି ମଣ୍ତଳୀର କେହି ପାପ କରେ, ସମସ୍ତ ମଣ୍ତଳୀକୁ ଉତ୍ପିଡ଼ୀନ କରିବା ଉଚିତ୍ କି?”


ତହିଁରେ ମୋଶା ଓ ହାରୋଣ ଏତେ ବ୍ୟତିବ୍ୟସ୍ତ ହୋଇଗଲେ ଯେ, ସେମାନେ ଇସ୍ରାଏଲର ଲୋକମାନଙ୍କ ଆଗରେ ମୁହଁ ମାଡ଼ି ଭୂମିରେ ପଡ଼ିଗଲେ।


ତହିଁରେ ଅବ୍ରାମ ପରମେଶ୍ୱରଙ୍କଠାରେ ମଥାନତ କଲେ। ପରମେଶ୍ୱର ତାଙ୍କୁ କହିଲେ,


ତେଣୁ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କୁ ଗ୍ରାସ କଲା ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ।


ସେ ଯାକୁବ ପରିବାରର ପାପ ଦେଖନ୍ତି ନାହିଁ। ଏବଂ ଇସ୍ରାଏଲ ମଧ୍ୟରେ ପାପ ଦେଖି ନାହାନ୍ତି। ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କ ସହିତ ଅଛନ୍ତି। ସେମାନଙ୍କ ରାଜାଙ୍କର ଜୟଧ୍ୱନୀ ସେମାନଙ୍କ ମଧ୍ୟରେ ଥିଲା।


Swiv nou:

Piblisite


Piblisite