Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 9:7 - ପବିତ୍ର ବାଇବଲ

7 ତା'ପରେ ମୋଶା ହାରୋଣଙ୍କୁ କହିଲେ, “ଯଜ୍ଞବେଦି ନିକଟକୁ ଆସ ଓ ଲୋକମାନଙ୍କ ଦ୍ୱାରା କରାଯାଇଥିବା ପାପର ପ୍ରାୟଶ୍ଚିତ ପାଇଁ ପାପାର୍ଥକ ବଳି ଓ ହୋମବଳି ଉତ୍ସର୍ଗ କର। ତା'ପରେ ଲୋକମାନଙ୍କର ଉପହାର ଉତ୍ସର୍ଗ କର ଓ ପ୍ରାୟଶ୍ଚିତ କର। କାରଣ ସଦାପ୍ରଭୁ ତୁମ୍ଭକୁ ଏହା କରିବା ପାଇଁ ଆଜ୍ଞା ଦେଇଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହୁଁ ମୋଶା ହାରୋଣଙ୍କୁ କହିଲେ, ତୁମ୍ଭେ ବେଦି ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଆପଣାର ପାପାର୍ଥକ ବଳି ଓ ଆପଣା ହୋମବଳି ଉତ୍ସର୍ଗ କର, ପୁଣି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; ତହିଁ ଉତ୍ତାରୁ ଲୋକମାନଙ୍କର ଉପହାର ଉତ୍ସର୍ଗ କରି ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର।

Gade chapit la Kopi

ଓଡିଆ ବାଇବେଲ

7 ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ବେଦି ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଆପଣାର ପାପାର୍ଥକ ବଳି ଓ ଆପଣା ହୋମ ବଳି ଉତ୍ସର୍ଗ କର, ପୁଣି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; ତହିଁ ଉତ୍ତାରୁ ଲୋକମାନଙ୍କର ଉପହାର ଉତ୍ସର୍ଗ କରି ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ବେଦି ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଆପଣାର ପାପାର୍ଥକ ବଳି ଓ ଆପଣା ହୋମବଳି ଉତ୍ସର୍ଗ କର, ପୁଣି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; ତହିଁ ଉତ୍ତାରେ ଲୋକମାନଙ୍କର ଉପହାର ଉତ୍ସର୍ଗ କରି ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର।”

Gade chapit la Kopi




ଲେବୀୟ ପୁସ୍ତକ 9:7
12 Referans Kwoze  

ମହାଯାଜକ ଅନ୍ୟଲୋକମାନଙ୍କ ପାପ ନିମନ୍ତେ ବଳି ଉତ୍ସର୍ଗ କରନ୍ତି କିନ୍ତୁ ତାହାଙ୍କର ନିଜର ମଧ୍ୟ ଦୁର୍ବଳତା ଥିବା ହେତୁରୁ ସେ ମଧ୍ୟ ନିଜ ପାପ ପାଇଁ ବଳି ଉତ୍ସର୍ଗ କରିବା ଉଚିତ୍।


ପ୍ରତ୍ୟେକ ଯିହୂଦୀ ମହାଯାଜକ ପୁରୁଷମାନଙ୍କ ଭିତରୁ ମନୋନୀତ ହୁଅନ୍ତି। ପରମେଶ୍ୱରଙ୍କୁ ଆପଣା ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରିବା ନିମନ୍ତେ ସେହି ମହାଯାଜକ ଲୋକମାନଙ୍କୁ ସାହାଯ୍ୟ କରନ୍ତି।


କିନ୍ତୁ ଦ୍ୱିତୀୟ ବଖରା ଭିତରକୁ କେବଳ ବର୍ଷରେ ଥରେ ମହାଯାଜକ ଯାଇ ପାରୁଥିଲେ। ମହାଯାଜକ ଉତ୍ସର୍ଗ କରିବାର ରକ୍ତ ନ ନେଇ କଦାପି ସେଠାରେ ପ୍ରବେଶ କରନ୍ତି ନାହିଁ। ଯାଜକ ନିଜର ଲୋକମାନଙ୍କ ଆଜ୍ଞାନକୃତ ପାପ ନିମନ୍ତେ ସେହି ରକ୍ତ ପରମେଶ୍ୱରଙ୍କୁ ଅର୍ପଣ କରୁଥିଲେ।


“ଯଦି ଅଭିଷିକ୍ତ ଯାଜକ ପାପ କରେ ଏବଂ ଦେଶ ପାଇଁ ଦୋଷ ଆଣେ, ତେବେ ସେ ଗୋଟିଏ ନିଖୁଣ ବାଛୁରି ବଳିଦାନ କରିବ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାପାର୍ଥକ ବଳିରୂପେ ଉତ୍ସର୍ଗ କରିବା ଉଚିତ୍।


ମୁଁ ପ୍ରତିଜ୍ଞା କରୁଅଛି ଯେ, ଏଲିର ପରିବାର ପାପ ବଳିଦାନ ଉତ୍ସର୍ଗ ଦ୍ୱାରା ଶସ୍ୟ ନୈବେଦ୍ୟ ଉତ୍ସର୍ଗ ଦ୍ୱାରା କେବେ ପ୍ରାୟଶ୍ଚିତ ହେବ ନାହିଁ।”


ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ଏକ ନିଖୁଣ ମେଷଛୁଆ ଓ ହୋମବଳି ନିମନ୍ତେ ଏକ ନିଖୁଣ ମେଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉତ୍ସର୍ଗ କର।


ଆଜି ଯାହାସବୁ କରାଗଲା, ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ କରିବାକୁ ସେସବୁ ଆଜ୍ଞା ଦେଇଛନ୍ତି।


ତା'ପରେ ହାରୋଣ ନିଜ ପାଇଁ ଗୋବତ୍ସକୁ ପାପାର୍ଥକ ବଳିରୂପେ ଉତ୍ସର୍ଗ କରିବ। ସେ ନିଜକୁ ଓ ନିଜ ପରିବାରକୁ ଏଥିରେ ପ୍ରାୟଶ୍ଚିତ କରିବ।


“ତା'ପରେ ହାରୋଣ ନିଜ ପାଇଁ ପାପାର୍ଥକ ବଳିର ଯେଉଁ ଗୋବତ୍ସ ଆଣିଥିଲା, ନିଜ ପାଇଁ ଓ ନିଜ ଘର ପାଇଁ ପ୍ରାୟଶ୍ଚିତ କରିବ, ପୁଣି ନିଜ ପାପାର୍ଥକ ବଳିର ସେହି ଗୋବତ୍ସକୁ ବଧ କରିବ।


ତା'ପରେ ସେ କୌଣସି ପବିତ୍ର ସ୍ଥାନରେ ନିଜର ଶରୀରକୁ ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ, ପୁଣି ନିଜର ହୋମବଳି ଓ ଲୋକମାନଙ୍କର ହୋମବଳି ଉତ୍ସର୍ଗ କରି ନିଜ ପାଇଁ ଓ ଲୋକମାନଙ୍କ ପାଇଁ ପ୍ରାୟଶ୍ଚିତ କରିବ।


Swiv nou:

Piblisite


Piblisite