Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:29 - ପବିତ୍ର ବାଇବଲ

29 ମରିୟମ ସ୍ୱର୍ଗଦୂତଙ୍କ କଥା ଶୁଣି ଉ‌ଦ୍‌ବିଗ୍ନ ହୋଇଗଲେ। ତାହାଙ୍କ ଅଭିବାଦନର ଅର୍ଥ କ’ଣ ହୋଇପାରେ, ସେହି କଥା ଭାବି ସେ ଚିନ୍ତାରେ ପଡ଼ିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ଉଦ୍ବିଗ୍ନ ହୋଇ ଏହା କିପ୍ରକାର ସମ୍ଭାଷଣ ବୋଲି ମନରେ ଆନ୍ଦୋଳନ କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

29 କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ବିଚଳିତ ହୋଇ ଏହା କି ପ୍ରକାର ବାକ୍ୟ ବୋଲି ମନରେ ଆନ୍ଦୋଳନ କରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ସ୍ୱର୍ଗଦୂତଙ୍କ ବାର୍ତ୍ତା ଶୁଣି ମରିୟମ ଅତିଶୟ ବିଚଳିତ ଓ ବିସ୍ମିତ ହୋଇ ଭାବିଲେ, ଏ କି ପ୍ରକାର ସମ୍ଭାଷଣ? ଏହାର ଅର୍ଥ କ’ଣ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ବିଚଳିତ ହୋଇ ଏହା କି ପ୍ରକାର ବାକ୍ୟ ବୋଲି ମନରେ ବିଚାର କରିବାକୁ ଲାଗିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:29
12 Referans Kwoze  

ପିତର ଯେଉଁ ଦୃଶ୍ୟ ଦେଖିଥିଲେ, ତା'ର ଅର୍ଥ ବିଷୟରେ ଚିନ୍ତା କରି ହତବୁଦ୍ଧି ହୋଇ ପଡ଼ିଲେ। ଏହି ସମୟରେ କର୍ଣ୍ଣୀଲିୟଙ୍କ ଯେଉଁ ଲୋକମାନେ ଶିମୋନଙ୍କର ଘର ଖୋଜୁଥିଲେ, ସେମାନେ ଆସି ଫାଟକ ନିକଟରେ ଠିଆ ହୋଇଥିଲେ।


କର୍ଣ୍ଣୀଲିୟ ତାହାଙ୍କ ଆଡ଼କୁ ଗ୍ଭହିଁଲେ ଏବଂ ଭୟରେ କହିଲେ, “ମହାଶୟ, ଆପଣ କ’ଣ ଗ୍ଭହାନ୍ତି?” ସ୍ୱର୍ଗଦୂତ ତାହାଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ପ୍ରାର୍ଥନା ଶୁଣିଅଛନ୍ତି। ତୁମ୍ଭେ ଗରିବମାନଙ୍କୁ ଯେଉଁସବୁ ଦାନ ଦେଇଅଛ, ତାହା ମଧ୍ୟ ସେ ଦେଖିଅଛନ୍ତି। ତେଣୁ ସେ ତୁମ୍ଭକୁ ସ୍ମରଣ କହିଅଛନ୍ତି।


ଜିଖରିୟ ସ୍ୱର୍ଗଦୂତଙ୍କୁ ଦେଖିବା ମାତ୍ରେ ବିଚଳିତ ଓ ବହୁତ ଭୟଭୀତ ହେଲେ।


ଯୀଶୁ ସେମାନଙ୍କ ସହିତ ନାଜରିତକୁ ଗଲେ। ସେ ବାପାମାଙ୍କର ସବୁ ଆଜ୍ଞା ପାଳନ କଲେ। ଯୀଶୁଙ୍କ ମା ତଥାପି ଏହିସବୁ କଥା ନିଜ ମନ ଭିତରେ ରଖି ଚିନ୍ତା କରୁଥିଲେ।


କିନ୍ତୁ ମରିୟମ ଏସବୁ କଥା ନିଜ ମନ ଭିତରେ ଗୋପନ ରଖି, ନିରନ୍ତର ଚିନ୍ତା କରିବାକୁ ଲାଗିଲେ।


ଏ କଥା ଯେଉଁମାନେ ଶୁଣିଲେ, ସେମାନେ ବିସ୍ମିତ ହୋଇ ଗଲେ। ଲୋକେ ଭାବିଲେ, “ଏ ବାଳକଟି କ’ଣ ହେବ?” ପ୍ରଭୁଙ୍କ ହସ୍ତ ପିଲାଟିର ସହିତ ଅଛି, ସେମାନେ ଏପରି ଭାବିଲେ।


ଶିଷ୍ୟମାନେ ନିଜ ନିଜ ଭିତରେ ଏହାର ଅର୍ଥ ବିଷୟରେ ଆଲୋଚନା କଲେ। ସେମାନେ କହିଲେ, “ବୋଧହୁଏ ଆମ୍ଭେ ରୋଟୀ ନ ଆଣିଥିବାରୁ ସେ ଏପରି କହିଲେ।”


ସ୍ୱର୍ଗଦୂତ ସେହି କନ୍ୟା ପାଖକୁ ଆସି କହିଲେ, “ନମସ୍କାର। ପ୍ରଭୁ ତୁମ୍ଭକୁ ଅନୁଗ୍ରହ କରିଛନ୍ତି। ସେ ତୁମ୍ଭ ସହିତ ଅଛନ୍ତି।”


Swiv nou:

Piblisite


Piblisite