Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:36 - ପବିତ୍ର ବାଇବଲ

36 ତୁମ୍ଭର ସମ୍ପର୍କୀୟ ଏଲୀଶାବେଥ ମଧ୍ୟ ଗର୍ଭବତୀ ଅଛନ୍ତି। ବହୁତ ବୁଢ଼ୀ ହୋଇଯାଇଥିଲେ ମଧ୍ୟ ସେ ଏବେ ଗୋଟିଏ ପୁତ୍ରସନ୍ତାନକୁ ଜନ୍ମ ଦେବେ। ସମସ୍ତେ ଭାବୁଥିଲେ ଯେ, ସେ ଏଣିକି ଆଉ ସନ୍ତାନସନ୍ତତି ପାଇବାକୁ ସମର୍ଥ ହେବେ ନାହିଁ। କିନ୍ତୁ ସେ ଏବେ ଛଅ ମାସର ଗର୍ଭବତୀ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ପୁଣି ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି। ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଷଷ୍ଠ ମାସ ହେଲାଣି;

Gade chapit la Kopi

ଓଡିଆ ବାଇବେଲ

36 ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି । ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 “ତୁମର ଆତ୍ମୀୟ ଏଲିଶାବେଥ୍ କଥା ସ୍ମରଣ କର। ତାଙ୍କୁ ବନ୍ଧ୍ୟା ବୋଲି କୁହାଯାଉଥିଲା; କିନ୍ତୁ ଅତି ବୃଦ୍ଧା ହେଲେ ସୁଦ୍ଧା ସେ ବର୍ତ୍ତମାନ ଛଅ ମାସ ହେବ ଗର୍ଭବତୀ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି। ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି;

Gade chapit la Kopi




ଲୂକ ଲିଖିତ ସୁସମାଚାର 1:36
10 Referans Kwoze  

ହେରୋଦ ଯିହୂଦାର ରାଜା ଥିବା ସମୟରେ ଜିଖରିୟ ନାମକ ଜଣେ ଯାଜକ ଥିଲେ। ସେ ‘ଅବିୟଙ୍କ’ ଦଳର ଲୋକ ଥିଲେ। ତାହାଙ୍କ ପତ୍ନୀଙ୍କ ନାମ ଥିଲା ଏଲୀଶାବେଥ। ଏଲୀଶାବେଥ ହାରୋଣ ବଂଶର ଝିଅ ଥିଲେ।


ସ୍ୱର୍ଗଦୂତ ମରିୟମଙ୍କୁ କହିଲେ, “ପବିତ୍ରଆତ୍ମା ତୁମ୍ଭ ପାଖକୁ ଆସିବେ, ସର୍ବୋପରିସ୍ଥ ପରମେଶ୍ୱରଙ୍କ ଶକ୍ତି ତୁମ୍ଭକୁ ଆବରଣ କରିବ। ଏହିଭଳି ଭାବରେ ଜନ୍ମଗ୍ରହଣ କରୁଥିବା ବାଳକ ପବିତ୍ର ହେବେ। ସେ ପରମେଶ୍ୱରଙ୍କ ପୁତ୍ରଭାବରେ ଖ୍ୟାତ ହେବେ।


ପରମେଶ୍ୱର ସବୁକିଛି କରି ପାରନ୍ତି। ତାହାଙ୍କ ପାଇଁ ଅସମ୍ଭବ ବୋଲି କିଛି ନାହିଁ।”


ସାରୀ ବନ୍ଧ୍ୟା ଥିଲେ। ତାଙ୍କର କୌଣସି ସନ୍ତାନ ନ ଥିଲେ।


ଅବ୍ରାମଙ୍କର ସ୍ତ୍ରୀ ସାରୀ ନିଃସନ୍ତାନ ଥିଲେ। ତାଙ୍କର ଗୋଟିଏ ହାଗାର ନାମ୍ନୀ ମିଶର ଦେଶୀୟ ଦାସୀ ଥିଲା।


ବର୍ତ୍ତମାନ ଅବ୍ରହାମ ଓ ସାରା ବହୁତ ବୃଦ୍ଧ ହେଲେ। ସାରାର ପିଲା ଜନ୍ମ କରିବା ବୟସ ଅତିକ୍ରମ ହୋଇଥିଲା।


ସାରା ଗର୍ଭବତୀ ହୋଇ ଅବ୍ରହାମଙ୍କ ବାର୍ଦ୍ଧକ୍ୟ ଅବସ୍ଥାରେ ଏକ ଶିଶୁକୁ ଜନ୍ମ ଦେଲେ। ଏସବୁ ପରମେଶ୍ୱରଙ୍କ ନିରୂପିତ ସମୟରେ ଘଟିଲା।


ସ୍ତ୍ରୀଲୋକଟି ଗର୍ଭବତୀ ହେଲା। ଇଲୀଶାୟ ତାଙ୍କୁ କହିଲା ପରି, ପର ବସନ୍ତ ଋତୁରେ ସେ ଏକ ପୁତ୍ରକୁ ଜନ୍ମ କଲା।


ଜନ୍ମ ହେବାର ଏକ ସମୟ ଅଛି, ଏବଂ ମରିବା ପାଇଁ ମଧ୍ୟ ଏକ ସମୟ ଅଛି। ବୃକ୍ଷ ରୋପଣ ପାଇଁ ସମୟ ଅଛି, ବୃକ୍ଷ ଉପାଡ଼ିବା ପାଇଁ ମଧ୍ୟ ଏକ ସମୟ ଅଛି।


ପିଲାପିଲି ହେବା ପାଇଁ ଅବ୍ରହାମଙ୍କର ବୟସ ଅଧିକ ହୋଇଯାଇଥିଲା। ଆହୁରି ମଧ୍ୟ ସାରାର ପିଲାପିଲି ହୋଇ ପାରି ନ ଥିଲା। କିନ୍ତୁ ପରମେଶ୍ୱରଙ୍କଠାରେ ଅବ୍ରହାମଙ୍କର ବିଶ୍ୱାସ ଥିଲା, ଅତଏବ ପରମେଶ୍ୱର ସେମାନଙ୍କୁ ସନ୍ତାନ ହେବା ପାଇଁ ସକ୍ଷମ କଲେ। ପରମେଶ୍ୱରଙ୍କ ପ୍ରତିଜ୍ଞା ପୂରଣ କରିବା ବିଷୟରେ ଅବ୍ରହାମ ତାହାଙ୍କ ଉପରେ ବିଶ୍ୱାସ ରଖିଥିଲେ।


Swiv nou:

Piblisite


Piblisite