Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:52 - ପବିତ୍ର ବାଇବଲ

52 ପରମେଶ୍ୱର ରାଜାମାନଙ୍କୁ ସିହାଂସନରୁ ତଳକୁ ଖସାଇ ଆଣିଲେ ଓ ଦୀନହୀନ ଲୋକଙ୍କୁ ଉପରକୁ ଉଠାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

52 ସେ ବିକ୍ରମୀମାନଙ୍କୁ ସିଂହାସନଚ୍ୟୁତ କରିଅଛନ୍ତି, ଦୀନହୀନମାନଙ୍କୁ ଉନ୍ନତ କରିଅଛନ୍ତି,

Gade chapit la Kopi

ଓଡିଆ ବାଇବେଲ

52 ସେ ଶାସନକର୍ତ୍ତାମାନଙ୍କୁ ସିଂହାସନରୁ ବାହାର କରିଅଛନ୍ତି, ଦୀନହୀନମାନଙ୍କୁ ଉଠାଇଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

52 ସେ ପରାକ୍ରମଶାଳୀ ରାଜାମାନଙ୍କୁ ସିଂହାସନଚ୍ୟୁତ କରିଛନ୍ତି ଓ ନମ୍ରମାନଙ୍କୁ ଉନ୍ନତ କରିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

52 ସେ ଶାସନକର୍ତ୍ତାମାନଙ୍କୁ ସିଂହାସନରୁ ବାହାର କରିଅଛନ୍ତି, ଦୀନହୀନମାନଙ୍କୁ ଉଠାଇଅଛନ୍ତି,

Gade chapit la Kopi




ଲୂକ ଲିଖିତ ସୁସମାଚାର 1:52
14 Referans Kwoze  

“ତାହାହେଲେ କ୍ଷେତ୍ରସ୍ଥ ସମସ୍ତ ବୃକ୍ଷ ଜାଣିବେ ଯେ, ମୁଁ ଉଚ୍ଚବୃକ୍ଷକୁ ନୀଚ୍ଚ କରିପାରେ ଓ ନୀଚ୍ଚ ବୃକ୍ଷକୁ ଉଚ୍ଚ କରିପାରେ। ପୁଣି ସତେଜ ବୃକ୍ଷକୁ ଶୁଷ୍କ କରିପାରେ ଓ ଶୁଷ୍କ ବୃକ୍ଷକୁ ସତେଜ କରିପାରେ। ମୁଁ ସଦାପ୍ରଭୁ ଏହା କହିଅଛି ଓ ମୁଁ ଏହା କରିବି।”


ପ୍ରଭୁଙ୍କ ଆଗରେ ନମ୍ର ହୁଅ ଓ ସେ ତୁମ୍ଭକୁ ମହାନ୍ କରିବେ।


ମୁଁ ତୁମ୍ଭମାନଙ୍କୁ କହୁଛି, ‘ଏହି ଲୋକଟି ଯେତେବେଳେ ତା'ର ପ୍ରାର୍ଥନା ଶେଷ କରି ତା’ ଘରକୁ ଫେରିଗଲା, ସେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ପରିଗଣତ ହେଲା। କିନ୍ତୁ ଯେଉଁ ଫାରୂଶୀ ଅନୁଭବ କଲା ଯେ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ଭଲ ଲୋକ, ସେ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। ଯେଉଁ ଲୋକ ନିଜକୁ ନିଜେ ମହାନ୍ ବୋଲି ଭାବେ, ତାକୁ ହୀନ କରି ଦିଆଯିବ, କିନ୍ତୁ ଯେଉଁ ଲୋକ ନିଜକୁ ହୀନ କରି ଦିଏ ତାକୁ ମହାନ୍ କରାଯିବ।”


କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା। ଆହୁରି ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମିଥିଲା।


ବୀରମାନଙ୍କର ସମସ୍ତ ଧନୁ ଭଙ୍ଗା ଯାଇଅଛି ଓ ଝୁଣ୍ଟି ପଡ଼ୁଥିବା ଦୁର୍ବଳ ଲୋକମାନେ ବଳଶାଳୀ ହୋଇଛନ୍ତି।


“ଦାଉଦଙ୍କର ପତିତ ତମ୍ବୁକୁ ଆମ୍ଭେ ପୁନର୍ବାର ଉଠାଇବା। ଆମ୍ଭେ କାନ୍ଥରେ ଥିବା କଣାସବୁ ବନ୍ଦ କରିବା। ଆମ୍ଭେ ବିଧ୍ୱସ୍ତ ହୋଇଥିବା ଅଟ୍ଟାଳିକାଗୁଡ଼ିକୁ ପୁନର୍ବାର ନିର୍ମାଣ କରିବା ଓ ସେ ଗୁଡ଼ିକ ପୂର୍ବପରି ତମ୍ବୁ ନିର୍ମିତ ହେବ।


ଏ କ’ଣ ସେହି ବଢ଼େଇ ନୁହନ୍ତି? ଏ କ’ଣ ମରିୟମଙ୍କ ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନଙ୍କ ଭାଇ ନୁହନ୍ତି? ତାହାଙ୍କର ଭଉଣୀମାନେ କ’ଣ ଏଠାରେ ଆମ୍ଭ ସହିତ ନାହାନ୍ତି?” ତେଣୁ ଯୀଶୁଙ୍କୁ ସ୍ୱୀକାର କରିବାରେ ଏହି ଲୋକମାନେ ବାଧା ପାଇଲେ।


ଯେଉଁ ଲୋକ ନିଜକୁ ମହାନ୍ ଭାବେ, ତାକୁ ହୀନ କରି ଦିଆଯିବ। ଯେଉଁ ଲୋକ ନିଜକୁ ହୀନ ଭାବେ, ତାହାକୁ ମହାନ୍ କରାଯିବ।”


Swiv nou:

Piblisite


Piblisite