Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:55 - ପବିତ୍ର ବାଇବଲ

55 ସେ ଆମ୍ଭମାନଙ୍କ ପୂର୍ବପୁରୁଷଙ୍କୁ, ଅବ୍ରହାମ ଓ ତାହାଙ୍କର ସନ୍ତାନମାନଙ୍କୁ ସଦାସର୍ବଦା ଦୟା ଦେଖାଇବା ପାଇଁ ଦେଇଥିବା, ତାହାଙ୍କ ପୂର୍ବ ପ୍ରତିଶ୍ରୁତି ପାଳନ କରିଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

55 ଯୁଗେ ଯୁଗେ ଦୟା ସ୍ମରଣ କରିବା ନିମନ୍ତେ ଆପଣା ଦାସ ଇସ୍ରାଏଲର ଉପକାର କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

55 ଯୁଗେ ଯୁଗେ ଦୟା ସ୍ମରଣ କରିବା ନିମନ୍ତେ ଆପଣଙ୍କ ଦାସ ଇସ୍ରାଏଲର ଉପକାର କରିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

55 ସେ ଚିରକାଳ ପାଇଁ ଅବ୍ରାହାମ ଓ ତାଙ୍କର ସମସ୍ତ ବଂଶଧରମାନଙ୍କୁ କୃପା ପ୍ରଦର୍ଶନ କରିବାକୁ ଭୁଲି ନାହାନ୍ତି!”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

55 ଯୁଗେ ଯୁଗେ ଦୟା ସ୍ମରଣ କରିବା ନିମନ୍ତେ ଆପଣଙ୍କ ଦାସ ଇସ୍ରାଏଲର ଉପକାର କରିଅଛନ୍ତି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 1:55
12 Referans Kwoze  

ପରମେଶ୍ୱର କହିଲେ, “ନାଁ, ମୁଁ କହିଲି, ତୁମ୍ଭର ସ୍ତ୍ରୀ ସାରା, ପୁତ୍ର ଜନ୍ମ କରିବ। ତୁମ୍ଭେ ତା'ର ନାମ ଇ‌ସ୍‌ହାକ ରଖିବ। ମୁଁ ତାଙ୍କ ସହିତ ଚୁକ୍ତି କରିବି। ସେହି ଚୁକ୍ତି ତୁମ୍ଭର ବଂଶଧରମାନଙ୍କ ପାଇଁ ଚିରକାଳସ୍ଥାୟୀ ହେବ।


ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହିସବୁ ଦେଶ ଦେବା ଓ ତୁମ୍ଭ ବଂଶଦ୍ୱାରା, ପୃଥିବୀସ୍ଥ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।


ପୃଥିବୀର ସମସ୍ତ ଜାତି ତୁମ୍ଭର ବଂଶଧରମାନଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ। ମୁଁ ଏପରି କରିବି କାରଣ ତୁମ୍ଭେ ମୋର ବାକ୍ୟ ମାନିଅଛ।”


ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି ମୁଁ ସେମାନଙ୍କୁ ଆଶୀର୍ବାଦ କରିବି। ଏବଂ ଯିଏ ତୁମ୍ଭକୁ ଅଭିଶାପ ଦେବ ମୁଁ ସେମାନଙ୍କୁ ଅଭିଶାପ ଦେବି। ତୁମ୍ଭଠାରୁ ପୃଥିବୀର ସବୁବଂଶ ଆଶୀର୍ବାଦ ପାଇବେ।”


ତୁମ୍ଭର ବହୁତ ବଂଶ ହେବେ। ତାହା ପୃଥିବୀର ଧୂଳି ପରି ଅସଂଖ୍ୟ ହେବେ। ସେମାନେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ବ୍ୟାପିବେ। ପୃଥିବୀର ସମସ୍ତ ପରିବାର ତୁମ୍ଭ ବଂଶଧରମାନଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ।


ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସେହି ଚୁକ୍ତି ମଧ୍ୟ ତୁମ୍ଭର ବଂଶଧରମାନଙ୍କ ପାଇଁ ହେବ। ଏହି ଚୁକ୍ତି ଅନନ୍ତକାଳସ୍ଥାୟୀ ହେବ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ୟ‌ଦ୍‌ ବଂଶଧରମାନଙ୍କର ପରମେଶ୍ୱର ହେବି।


ତାହାଙ୍କର ସେବା କରିବା ପାଇଁ ସେ ନିଜେ ବାଛିଥିବା ଇସ୍ରାଏଲର ଲୋକମାନଙ୍କୁ ସାହାଯ୍ୟ କଲେ। ସେ ଆମ୍ଭମାନଙ୍କୁ ତାହାଙ୍କର କୃପା ପ୍ରଦାନ କରିଛନ୍ତି।


ମରିୟମ ପ୍ରାୟ ତିନି ମାସ ପର୍ଯ୍ୟନ୍ତ ଏଲୀଶାବେଥଙ୍କ ପାଖରେ ରହିବା ପରେ ନିଜେ ଘରକୁ ଫେରିଗଲେ।


Swiv nou:

Piblisite


Piblisite