Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:58 - ପବିତ୍ର ବାଇବଲ

58 ତାହାଙ୍କର ପଡ଼ୋଶୀ ଓ ପରିବାରର ଲୋକେ ଶୁଣିଲେ ଯେ, ପ୍ରଭୁ ତାହାଙ୍କ ଉପରେ ଅଶେଷ ଦୟା କରିଛନ୍ତି। ସେମାନେ ଏଲୀଶାବେଥଙ୍କ ପାଇଁ ଆନନ୍ଦିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

58 ଆଉ ପ୍ରଭୁ ଯେ ତାଙ୍କ ପ୍ରତି ମହା ଦୟା ପ୍ରକାଶ କରିଅଛନ୍ତି, ଏହା ଶୁଣି ତାଙ୍କ ପ୍ରତିବାସୀ ଓ ଆତ୍ମୀୟମାନେ ତାଙ୍କ ସହିତ ଆନନ୍ଦ କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

58 ଆଉ ପ୍ରଭୁ ଯେ ତାଙ୍କ ପ୍ରତି ମହା ଦୟା ପ୍ରକାଶ କରିଅଛନ୍ତି, ଏହା ଶୁଣି ତାଙ୍କ ପ୍ରତିବାସୀ ଓ ସମ୍ପର୍କୀୟମାନେ ତାଙ୍କ ସହିତ ଆନନ୍ଦ କରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

58 ଈଶ୍ୱର ତାଙ୍କୁ କେଡ଼େ ଆଶ୍ଚର୍ଯ୍ୟଭାବେ ଦୟା କରିଛନ୍ତି, ଏ କଥା ଶୁଣି ତାଙ୍କର ପ୍ରତିବାସୀ ଓ ଆତ୍ମୀୟସ୍ୱଜନମାନେ ସମସ୍ତେ ତାଙ୍କ ସହିତ ଆନନ୍ଦ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

58 ଆଉ ପ୍ରଭୁ ଯେ ତାହାଙ୍କ ପ୍ରତି ମହା ଦୟା ପ୍ରକାଶ କରିଅଛନ୍ତି, ଏହା ଶୁଣି ତାହାଙ୍କ ପ୍ରତିବାସୀ ଓ ସମ୍ପର୍କୀୟମାନେ ତାହାଙ୍କ ସହିତ ଆନନ୍ଦ କରିବାକୁ ଲାଗିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:58
12 Referans Kwoze  

ଯେତେବେଳେ ଅନ୍ୟମାନେ ପ୍ରସନ୍ନ, ତୁମ୍ଭେମାନେ ସେମାନଙ୍କ ସହିତ ପ୍ରସନ୍ନ ହୁଅ। ଅନ୍ୟମାନେ ଦୁଃଖିତ ଥିଲାବେଳେ ତୁମ୍ଭେମାନେ ତାହାଙ୍କ ସହିତ ଦୁଃଖିତ ହୁଅ।


“ଦେଖ, ଶେଷରେ ପରମେଶ୍ୱର ମୋତେ ସାହାଯ୍ୟ କରିଛନ୍ତି। ଲୋକମାନଙ୍କ ମଧ୍ୟରେ ମୋର ଲଜ୍ଜା ନିବାରଣ କରିବା ପାଇଁ ପ୍ରଭୁ ମୋ’ ପ୍ରତି ସଦୟ ହୋଇଛନ୍ତି।”


ତୁମ୍ଭେ ଅତ୍ୟନ୍ତ ଖୁସୀ ହେବ। ତାହାଙ୍କର ଜନ୍ମ ହେତୁ ବହୁତ ଲୋକ ଖୁସୀ ହେବେ।


ଯଦି ଶରୀରର ଗୋଟିଏ ଅଙ୍ଗ କଷ୍ଟ ପାଏ, ତା'ସହିତ ଶରୀରର ଅନ୍ୟ ଅଙ୍ଗଗୁଡ଼ିକ ମଧ୍ୟ କଷ୍ଟ ପା’ନ୍ତି। ଯଦି ଶରୀରର କୌଣସି ଅଙ୍ଗ ସମ୍ମାନ ପାଏ ଅନ୍ୟ ସମସ୍ତ ଅଙ୍ଗଗୁଡ଼ିକ ତାହା ସହିତ ଏକତ୍ର ହୋଇ ଆନନ୍ଦ କରନ୍ତି।


ଜଣେ ସ୍ତ୍ରୀ ବନ୍ଧ୍ୟା ହୋଇପାରେ। କିନ୍ତୁ ପରମେଶ୍ୱର ତା’ କୋଳରେ ସନ୍ତାନ ଦେଇ ତାକୁ ଖୁସୀ କରାନ୍ତି। ସଦାପ୍ରଭୁଙ୍କର ପ୍ରଶଂସା କର!


ଏବଂ ସାରା କହିଲେ, “ପରମେଶ୍ୱର ମୋ’ ନିମନ୍ତେ ହସ ଦେଲେ ଏବଂ ଯିଏ ଏହା ଶୁଣିବ ସେ ମଧ୍ୟ ହସିବ।


ଆପଣ ମୋତେ ମୋର ଜୀବନକୁ ରକ୍ଷାକରି, କିଛି ସମୟ ପୂର୍ବରୁ ଆମ୍ଭଙ୍କୁ ଅତ୍ୟନ୍ତ ଦୟା ଓ ଅନୁଗ୍ରହ ଦେଖାଇଛନ୍ତି। କିନ୍ତୁ ମୁଁ ପର୍ବତକୁ ପଳାଇ ଯାଇ ନ ପାରେ। ଏହି ବିପତ୍ତି ହୁଏତ ମୋତେ ଧରି ପକାଇବ ଓ ମାରିଦେବ।


ଏଲୀଶାବେଥଙ୍କର ସନ୍ତାନ ପ୍ରସବ କରିବା ସମୟ ହେବାରୁ ସେ ପୁତ୍ରସନ୍ତାନଟିଏ ଜନ୍ମ ଦେଲେ।


ଯୀଶୁ ତାହାଙ୍କୁ ନିମନ୍ତ୍ରଣ କରିଥିବା ଫାରୂଶୀ ଜଣଙ୍କୁ କହିଲେ, “ତୁମ୍ଭେ କାହାରିକୁ ଦିନରେ ବା ରାତିରେ ଖାଇବାକୁ ନିମନ୍ତ୍ରଣ କଲାବେଳେ କେବଳ ତୁମ୍ଭର ଭାଇ, ବନ୍ଧୁ, କୁଟୁମ୍ବ ଓ ଧନୀ ପଡ଼ୋଶୀମାନଙ୍କୁ ଡାକ ନାହିଁ। କାରଣ ଅନ୍ୟ ବେଳେ ସେମାନେ ମଧ୍ୟ ତୁମ୍ଭକୁ ତାହାଙ୍କ ସହିତ ଖାଇବାକୁ ଡାକିବେ। ସେତେବେଳେ ତୁମ୍ଭେ ତୁମ୍ଭର ପ୍ରତିଦାନ ପାଇଯିବ।


ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହୁଅନ୍ତୁ। ତୁମ୍ଭର ମାତା ଆନନ୍ଦ କରୁ।


Swiv nou:

Piblisite


Piblisite