Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:66 - ପବିତ୍ର ବାଇବଲ

66 ଏ କଥା ଯେଉଁମାନେ ଶୁଣିଲେ, ସେମାନେ ବିସ୍ମିତ ହୋଇ ଗଲେ। ଲୋକେ ଭାବିଲେ, “ଏ ବାଳକଟି କ’ଣ ହେବ?” ପ୍ରଭୁଙ୍କ ହସ୍ତ ପିଲାଟିର ସହିତ ଅଛି, ସେମାନେ ଏପରି ଭାବିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

66 ପୁଣି ଶୁଣିବା ଲୋକସମସ୍ତେ ସେହିସବୁ ଆପଣା ଆପଣା ହୃଦୟରେ ରଖି କହିଲେ, ଏ ଶିଶୁଟି ତେବେ କଅଣ ହେବ? କାରଣ ପ୍ରଭୁଙ୍କ ହସ୍ତ ତାହାର ସହବର୍ତ୍ତୀ।

Gade chapit la Kopi

ଓଡିଆ ବାଇବେଲ

66 ପୁଣି, ଶୁଣିବା ଲୋକ ସମସ୍ତେ ସେହି ସବୁ ଆପଣା ଆପଣା ହୃଦୟରେ ରଖି କହିଲେ, ଏ ଶିଶୁଟି ତେବେ କ’ଣ ହେବ? କାରଣ ପ୍ରଭୁଙ୍କ ହସ୍ତ ତାହାର ସହବର୍ତ୍ତୀ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

66 ଯେ କେହି ଏହା ଶୁଣିଲା, ସେ ଏ ବିଷୟରେ ଚିନ୍ତା କରି ପଚାରିଲା, “ଭବିଷ୍ୟତ୍ରେ ଏ ଶିଶୁଟି କ’ଣ ହେବ?” କାରଣ ଈଶ୍ୱରଙ୍କ ଶକ୍ତି ତା’ ଉପରେ ଥିଲା ବୋଲି ସ୍ପଷ୍ଟ ଜଣାପଡ଼ୁଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

66 ପୁଣି, ଶୁଣିବା ଲୋକ ସମସ୍ତେ ସେହିସବୁ ଆପଣା ଆପଣା ହୃଦୟରେ ରଖି କହିଲେ, ଏ ଶିଶୁଟି ତେବେ କଅଣ ହେବ? କାରଣ ପ୍ରଭୁଙ୍କ ହସ୍ତ ତାହାର ସହବର୍ତ୍ତୀ।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:66
16 Referans Kwoze  

ପ୍ରଭୁ ସେହି ବିଶ୍ୱାସୀମାନଙ୍କୁ ସାହାଯ୍ୟ କରୁଥିଲେ। ତେଣୁ ଅନେକ ଲୋକ ବିଶ୍ୱାସ କଲେ ଓ ପ୍ରଭୁଙ୍କର ଅନୁଗମନ କଲେ।


ଯୀଶୁ ସେମାନଙ୍କ ସହିତ ନାଜରିତକୁ ଗଲେ। ସେ ବାପାମାଙ୍କର ସବୁ ଆଜ୍ଞା ପାଳନ କଲେ। ଯୀଶୁଙ୍କ ମା ତଥାପି ଏହିସବୁ କଥା ନିଜ ମନ ଭିତରେ ରଖି ଚିନ୍ତା କରୁଥିଲେ।


କିନ୍ତୁ ମରିୟମ ଏସବୁ କଥା ନିଜ ମନ ଭିତରେ ଗୋପନ ରଖି, ନିରନ୍ତର ଚିନ୍ତା କରିବାକୁ ଲାଗିଲେ।


କିନ୍ତୁ ସଦାପ୍ରଭୁ ଯୋଷେଫଙ୍କର ସହାୟ ହେଲେ ଓ ଯୋଷେଫ ଜଣେ ଭାଗ୍ୟବାନ୍ ପୁରୁଷ ହେଲେ। ଆଉ ସେ ଆପଣା ମିସ୍ରୀୟ କର୍ତ୍ତାର ଗୃହରେ ବାସ କଲେ।


ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ଯାହା କହିବି, ତାହା ଭୁଲିବ ନାହିଁ। ମନୁଷ୍ୟପୁତ୍ରଙ୍କୁ କେତେଜଣ ମନୁଷ୍ୟମାନଙ୍କ ହାତରେ ଧରେଇ ଦେବେ।”


ସାନ ଶିଶୁଟି ଦିନକୁ ଦିନ ବଢ଼ିବାକୁ ଲାଗିଲେ। ସେ ହୃଷ୍ଟପୁଷ୍ଟ ଓ ବୁଦ୍ଧିମାନ ହେବାକୁ ଲାଗିଲେ। ତାହାଙ୍କ ସହିତ ପରମେଶ୍ୱରଙ୍କର ଆଶୀର୍ବାଦ ଥିଲା।


ଶିଶୁଟି ଏହିପରି ବଢ଼ିବାକୁ ଲାଗିଲା ଓ ଆତ୍ମାରେ ଦୃଢ଼ରୁ ଦୃଢ଼ତର ହେବାକୁ ଲାଗିଲା। ଇସ୍ରାଏଲରେ ଉପଦେଶ ପ୍ରଦାନ କରିବାର ଶକ୍ତି ପାଇବା ପର୍ଯ୍ୟନ୍ତ ଯୋହନ ଅନ୍ୟ ଲୋକଙ୍କଠାରୁ ଦୂରରେ ଏକ ସ୍ଥାନରେ ରହିଥିଲେ।


ମୁଁ ମୋ’ ହୃଦୟରେ ତୁମ୍ଭର ପ୍ରତିଜ୍ଞାକୁ ସଞ୍ଚୟ କରି ରଖିଅଛି, ଯେପରି ମୁଁ ତୁମ୍ଭ ବିରୁଦ୍ଧରେ ପାପ ନ କରିବି।


ଆମ୍ଭେ ଆପଣା ଡାହାଣ ହସ୍ତରେ ତାଙ୍କୁ ଆଶ୍ରୟ ଦେବା ଏବଂ ଆମ୍ଭର ଶକ୍ତିରେ ତାକୁ ବଳବାନ୍ କରିବା।


ସଦାପ୍ରଭୁଙ୍କ ଶକ୍ତି ଏଲିୟଙ୍କ ଉପରେ ପଡ଼ିଲା। ସେ ନିଜର କଟି ବସ୍ତ୍ରକୁ ଶକ୍ତ ଭାବରେ ବାନ୍ଧି ଯିଷ୍ରିୟେଲର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଆହାବଙ୍କ ଆଗେ ଆଗେ ଦୌଡ଼ିଗଲେ।


ଯୁବକମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, “ଦେଖନ୍ତୁ ମୁଁ ବୈ‌ଥ୍‌ଲେହମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି। ସେ ବୀଣା ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ ପୁଣି ସଦାପ୍ରଭୁ ତାଙ୍କ ପାଖେ ପାଖେ ଅଛନ୍ତି।”


ସେ ସମୟରେ ବାଳକ ଶାମୁୟେଲ ଶୁକ୍ଳ ଏଫୋଦ ପିନ୍ଧି ସଦାପ୍ରଭୁଙ୍କ ସମ୍ମୁଖରେ ପରିଚର୍ଯ୍ୟା କଲେ।


ଯୋଷେଫଙ୍କର ଭାଇମାନେ ତାଙ୍କ ପ୍ରତି ବହୁତ ଈର୍ଷାପରାୟଣ ହେଲେ। କିନ୍ତୁ ଯୋଷେଫଙ୍କର ପିତା ଏ କଥାକୁ ଗଭୀର ଭାବରେ ଚିନ୍ତା କଲେ, ଏହାର ଅର୍ଥ କ’ଣ ହୋଇପାରେ।


ହେ ପରମେଶ୍ୱର, ତୁମ୍ଭ ହସ୍ତ ତୁମ୍ଭ ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହୋଇଥିବା ମନୁଷ୍ୟ ଉପରେ ତୁମ୍ଭେ ନିଜେ ହାତ ରଖି ଉଠାଅ।


ତୁମ୍ଭମାନଙ୍କର ଭରସା ହେତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ବିଶ୍ୱାସ ଓ ସାଧୁମାନଙ୍କୁ ପ୍ରେମ କରୁଛ। ତୁମ୍ଭେ ଯେଉଁ ବିଷୟ ଗୁଡ଼ିକ ପାଇଁ ଭରସା କରୁଛ, ତାହା ସ୍ୱର୍ଗରେ ତୁମ୍ଭ ପାଇଁ ସୁରକ୍ଷିତ ଅଛି। ତୁମ୍ଭେମାନେ ଯେତେବେଳେ ସ‌ତ୍‌‌ଶିକ୍ଷା ବା ସୁସମାଗ୍ଭର ଶୁଣିଥିଲ, ସେତେବେଳେ ଏହି ଭରସା ବିଷୟରେ ଜାଣିଥିଲ।


Swiv nou:

Piblisite


Piblisite