Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:69 - ପବିତ୍ର ବାଇବଲ

69 ସେ ଆମ୍ଭମାନଙ୍କ ପାଇଁ ତାହାଙ୍କ ସେବକ ଦାଉଦଙ୍କ ପରିବାରରୁ, ଜଣେ ଶକ୍ତିଶାଳୀ ଉଦ୍ଧାରକର୍ତ୍ତାଙ୍କୁ ଦେଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

69 ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉତ୍ଥାପନ କରି

Gade chapit la Kopi

ଓଡିଆ ବାଇବେଲ

69 ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

69 ସେ ଆମ ପାଇଁ ତାଙ୍କର ଦାସ ଦାଉଦଙ୍କ ବଂଶରୁ ଏକ ପରାକ୍ରମଶାଳୀ ତ୍ରାଣକର୍ତ୍ତା ଯୋଗାଇଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

69 ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ,

Gade chapit la Kopi




ଲୂକ ଲିଖିତ ସୁସମାଚାର 1:69
23 Referans Kwoze  

ହେ ସଦାପ୍ରଭୁ, ତୁମ୍ଭେ ମୋର ଶୈଳ, ମୋ’ ନିରାପତ୍ତାରେ ଆଶ୍ରୟସ୍ଥଳ। ମୋର ପରମେଶ୍ୱର ମୋ’ ପାଇଁ ଶୈଳ ସଦୃଶ ଦୃଢ଼। ମୁଁ ତାଙ୍କରି ନିକଟକୁ ରକ୍ଷା ପାଇଁ ଦୌଡ଼ି ଯାଏ। ପରମେଶ୍ୱର ମୋର ଢାଲ ସଦୃଶ। ତାଙ୍କର ଶକ୍ତି ମୋର ରକ୍ଷା ଶୃଙ୍ଗ। ସଦାପ୍ରଭୁ ଉଚ୍ଚ ପର୍ବତରେ ମୋର ଲୁଚିବା ସ୍ଥାନର ଆଶ୍ରୟସ୍ଥଳ।


“ସେଦିନ ମୁଁ ଇସ୍ରାଏଲ ବଂଶ ନିମନ୍ତେ ଗୋଟିଏ ଶୃଙ୍ଗ ଅଙ୍କୁରିତ କରାଇବି। ତା'ପରେ ମୁଁ ସେମାନଙ୍କ ମଧ୍ୟରେ ତୁମ୍ଭର ମୁଖ ମୁକ୍ତ କରିବି। ତେଣୁ ମୁଁ ଯେ ସଦାପ୍ରଭୁ ଅଟେ, ଏହା ସେମାନେ ଜାଣିବେ।”


ସେ ମୋର ପରମେଶ୍ୱର, ଶୈଳସ୍ୱରୂପ, ମୁଁ ତାଙ୍କ ପାଖକୁ ଆଶ୍ରୟ ପାଇଁ ଦୌଡ଼ିବି, ପରମେଶ୍ୱର ମୋର ଢାଲ, ତାଙ୍କର ଶକ୍ତି ମୋତେ ରକ୍ଷା କରିବ। ସଦାପ୍ରଭୁ ହେଉଛନ୍ତି ମୋର ଆଶ୍ରୟ ସ୍ଥାନ, ମୋର ନିରାପଦ ସ୍ଥାନ, ଉଚ୍ଚ ଦୁର୍ଗ, ସେ ମୋତେ ଦୁଷ୍ଟମାନଙ୍କର ଦୌରାତ୍ମ୍ୟରୁ ରକ୍ଷା କରନ୍ତି।


ଯେଉଁମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କ ସହିତ ପ୍ରତିବାଦ କରନ୍ତି, ସେମାନେ ଭଗ୍ନ ହେବେ। ସଦାପ୍ରଭୁ ସ୍ୱର୍ଗରେ ଥାଇ ସେହି ଲୋକମାନଙ୍କ ବିରୁଦ୍ଧରେ ଗର୍ଜନ କରିବେ। ଏବଂ ସଦାପ୍ରଭୁ ପୃଥିବୀର ସମସ୍ତ ଲୋକମାନଙ୍କର ବିଗ୍ଭର କରିବେ ଓ ସେ ଆପଣା ରାଜାକୁ ବଳ ଦେବେ। ସେ ତାଙ୍କର ଅଭିଷିକ୍ତ ରାଜାଙ୍କୁ ଉନ୍ନତ କରିବେ।”


ତୁମ୍ଭେ ସେମାନଙ୍କର ଅ‌ଦ୍‌ଭୂତ ଶକ୍ତି। ତୁମ୍ଭ ଦୟାର ସହ ଆମ୍ଭେମାନେ ବିଜୟୀ ଅଟୁ।


ହାନ୍ନା ପ୍ରାର୍ଥନା କରି କହିଲା, “ମୋର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହାଉଲ୍ଲାସ କରୁଅଛି। ପରମେଶ୍ୱରଙ୍କଠାରେ ମୁଁ ମୋର ବହୁତ ଶକ୍ତି ଅନୁଭବ କରୁଛି। ମୁଁ ମୋର ଶତ୍ରୁମାନଙ୍କୁ ଉପହାସ କରୁଛି। ଯେହେତୁ ତୁମ୍ଭେ ମୋତେ ରକ୍ଷା କରିଥିବାରୁ ମୁଁ ବହୁତ ଖୁସୀ।


“ଆମ୍ଭର ପିତା ଦାଉଦଙ୍କର ଆଗାମୀ ରାଜ୍ୟ ଧନ୍ୟ, ସ୍ୱର୍ଗରେ ରହୁଥିବା ପରମ ପିତା ହେଉଛନ୍ତି ଧନ୍ୟ।”


“ଆମ୍ଭେ ନିଜେ ଯୀଶୁ। ମୁଁ ମଣ୍ଡଳୀଗୁଡ଼ିକୁ ଏହି ସମସ୍ତ କହିବା ପାଇଁ ମୋର ଦୂତଙ୍କୁ ତୁମ୍ଭ ପାଖକୁ ପଠାଇଛି। ଆମ୍ଭେ ଦାଉଦଙ୍କ ପରିବାରର ବଂଶଜାତ। ଆମ୍ଭେ ଉଜ୍ଜ୍ୱଳ ପ୍ରଭାତୀ ତାରା।”


“ଦାଉଦଙ୍କର ପତିତ ତମ୍ବୁକୁ ଆମ୍ଭେ ପୁନର୍ବାର ଉଠାଇବା। ଆମ୍ଭେ କାନ୍ଥରେ ଥିବା କଣାସବୁ ବନ୍ଦ କରିବା। ଆମ୍ଭେ ବିଧ୍ୱସ୍ତ ହୋଇଥିବା ଅଟ୍ଟାଳିକାଗୁଡ଼ିକୁ ପୁନର୍ବାର ନିର୍ମାଣ କରିବା ଓ ସେ ଗୁଡ଼ିକ ପୂର୍ବପରି ତମ୍ବୁ ନିର୍ମିତ ହେବ।


ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ ଏହିପରି। ସେ ଦାଉଦଙ୍କ ପୁତ୍ର। ଦାଉଦ ଅବ୍ରହାମଙ୍କ ବଂଶଧର।


ତୁମ୍ଭେ କହିଲ, “ମୁଁ ଆପଣା ମନୋନୀତ ରାଜା ସଙ୍ଗେ ଏକ ଚୁକ୍ତି କରିଲି। ମୁଁ ମୋର ଦାସ ଦାଉଦ ସହିତ ଏକ ପ୍ରତିଜ୍ଞା କଲି।


ତଥାପି ସମୁଦାୟ ରାଜ୍ୟ ତୁମ୍ଭ ପୁତ୍ରଠାରୁ ଆମ୍ଭେ ଛଡ଼େଇ ନେବାକୁ ଯାଉ ନାହୁଁ। ତୁମ୍ଭର ପୁତ୍ରକୁ ଏକ ପରିବାରବର୍ଗକୁ ଶାସନ କରିବାକୁ ଦେବା। ଆମ୍ଭେ ଏପରି କରିବା କାରଣ ଆମ୍ଭେ ଆପଣା ଦାସ ଦାଉଦଙ୍କୁ ଭଲ ପାଉ ଓ ଯିରୁଶାଲମ ଆମ୍ଭର ମନୋନୀତ ନଗର ଅଟେ।”


ତା'ହେଲେ ତୁମ୍ଭର ନାମ ଚିରଦିନ ପାଇଁ ସମ୍ମାନିତ ହେବ। ଲୋକମାନେ କହିବେ, ‘ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱର ଇସ୍ରାଏଲରେ ଶାସନ କରନ୍ତି। ଏବଂ ତୁମ୍ଭର ସେବକ ଦାଉଦର ବଂଶଧର ତୁମ୍ଭର ସେବା କରିବାରେ ଶକ୍ତିଶାଳୀ ହୁଅନ୍ତୁ।’


ଆଉ ସେମାନେ ବିଦେଶୀମାନଙ୍କର ସେବା କରିବେ ନାହିଁ। ସେମାନେ ସେମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କୁ ସେବା କରିବେ। ଆଉ ସେମାନଙ୍କ ପାଇଁ ପଠାଇଥିବା ରାଜା ଦାଉଦଙ୍କର ସେବା କରିବେ।


Swiv nou:

Piblisite


Piblisite