Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:74 - ପବିତ୍ର ବାଇବଲ

74 ଯେ ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କ ଶତ୍ରୁଙ୍କ ଶକ୍ତି କବଳରୁ ମୁକ୍ତ କରିବେ। ତା ଫଳରେ ଆମ୍ଭେମାନେ ନିର୍ଭୟରେ ପରମେଶ୍ୱରଙ୍କ ସେବା କରି ପାରିବୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

74 ପୁଣି ଯେପରି ଶତ୍ରୁହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଯାବଜ୍ଜୀବନ ତାହାଙ୍କ ଛାମୁରେ,

Gade chapit la Kopi

ଓଡିଆ ବାଇବେଲ

74 ପୁଣି, ଯେପରି ଶତ୍ରୁ ହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଚିରକାଳ ତାହାଙ୍କ ଛାମୁରେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

74 ପୁଣି, ଯେପରି ଶତ୍ରୁ ହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଚିରକାଳ ତାହାଙ୍କ ଛାମୁରେ,

Gade chapit la Kopi




ଲୂକ ଲିଖିତ ସୁସମାଚାର 1:74
21 Referans Kwoze  

ପରମେଶ୍ୱର ଆମ୍ଭକୁ ଭୟର ଆତ୍ମା ଦେଇ ନାହାନ୍ତି। ସେ ଆମ୍ଭକୁ ଶକ୍ତି, ପ୍ରେମ ଓ ଆତ୍ମସଂଯମର ଆତ୍ମା ପ୍ରଦାନ କରିଛନ୍ତି।


ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।


ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାରରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭେମାନେ ଦଶ ଦିନ ପର୍ଯ୍ୟନ୍ତ ଦୁଃଖ କଷ୍ଟ ସହିବ। କିନ୍ତୁ ବିଶ୍ୱସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ୟୁବରଣ କରିବାକୁ ପଡ଼ିପାରେ। ତୁମ୍ଭେ ଯଦି ବିଶ୍ୱସ୍ତ ରହିବ, ତେବେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦେବି।


ମୃତ୍ୟୁ ଭୟରେ ସାରା ଜୀବନ ବନ୍ଧନ ଗ୍ରସ୍ତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଯୀଶୁ ମାନବରୂପ ଧାରଣ କରି ମୃତ୍ୟୁ ବରଣ କଲେ।


ଯେଉଁ ଆତ୍ମାଙ୍କୁ ଆମ୍ଭେ ପାଇଛୁ, ସେ ଆତ୍ମା ଆମ୍ଭକୁ ଆଉ ଦାସ ହେବାକୁ ଦେବେ ନାହିଁ କି ଆମ୍ଭ ପାଇଁ ଭୟର କାରଣ ହେବେ ନାହିଁ। ଆମ୍ଭ ଭିତରେ ଯେଉଁ ଆତ୍ମା ଅଛନ୍ତି ସେ ଆମ୍ଭକୁ ପରମେଶ୍ୱରଙ୍କର ସନ୍ତାନ କରି ଦିଅନ୍ତି। ଓ ସେହି ଆତ୍ମାଙ୍କ ସହିତ ଆମ୍ଭେ କହୁ, ‘ପିତା, ପ୍ରିୟ ପିତା।’


ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ ତଥା ଆମ୍ଭମାନଙ୍କୁ ଘୃଣା କରୁଥିବା ସମସ୍ତଙ୍କ ହାତରୁ ରକ୍ଷା କରିବାକୁ ପ୍ରତିଶ୍ରୁତି ଦେଇଥିଲେ।


ମାତ୍ର ଇସ୍ରାଏଲ ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପାଇବ; ତୁମ୍ଭେମାନେ ଯୁଗ ଯୁଗାନ୍ତ ଯାଏ ଲଜ୍ଜିତ କିମ୍ବା ବିବ୍ରତ ହେବ ନାହିଁ।


କିନ୍ତୁ ଏବେ ତୁମ୍ଭେମାନେ ପାପରୁ ମୁକ୍ତ। ତୁମ୍ଭେମାନେ ଏବେ ପରମେଶ୍ୱରଙ୍କର ଦାସ ଓ ଏହା କେବଳ ପରମେଶ୍ୱରଙ୍କ ପାଇଁ ତୁମ୍ଭମାନଙ୍କୁ ଜୀବନ ଆଣି ଦେବ। ତା'ପରେ ତୁମ୍ଭେମାନେ ସଦାକାଳ ପାଇଁ ଅନନ୍ତ ଜୀବନ ପାଇବ।


ହେ ସଦାପ୍ରଭୁ, ଯେଉଁମାନେ ମୋତେ ଆହତ କରନ୍ତି ସେମାନଙ୍କଠାରୁ ମୋତେ ରକ୍ଷା କର ଯେପରିକି ମୁଁ ତୁମ୍ଭର ନିର୍ଦ୍ଦେଶ ସକଳ ମାନିବି।


ସେହି ଲୋକମାନଙ୍କୁ ଆମ୍ଭର ପ୍ରଶଂସା ଗାନ କରିବାକୁ ଆମ୍ଭେ ସୃଷ୍ଟି କରିଅଛୁ।


ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ତୁମ୍ଭମାନଙ୍କର ଚତୁର୍ଥ ମାସ, ପଞ୍ଚମ ମାସ, ସପ୍ତମ ମାସ ଓ ଦଶମ ମାସର ଦୁଃଖ ଓ ଉପବାସର ଯିହୁଦାର ଘର ପାଇଁ ଆନନ୍ଦମୟ ଦିନ ହେବ। ତାହା ବିଜୟ ଉଲ୍ଲସିତର ଦିନ ଏବଂ ଉଲ୍ଲାସର ସମାରୋହ ହେବ। ସେଥିପାଇଁ ତୁମ୍ଭେମାନେ ନିଶ୍ଚୟ ସତ୍ୟ ଓ ଶାନ୍ତିକୁ ପ୍ରେମ କରିବ।”


ସେ ଆମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ପ୍ରତିଜ୍ଞା ଦେଇଥିଲେ।


ଆମ୍ଭେମାନେ ବଞ୍ଚିଥିବା ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଆଗରେ ଧାର୍ମିକ ଓ ପବିତ୍ର ରହିବୁ।


ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ତୁମ୍ଭେମାନେ କେବଳ ଭୟ ଓ ସମ୍ମାନ କରିବ ଓ ସେ ତୁମ୍ଭମାନଙ୍କୁ ସମସ୍ତ ଶତ୍ରୁଠାରୁ ଉଦ୍ଧାର କରିବେ।”


Swiv nou:

Piblisite


Piblisite