Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:80 - ପବିତ୍ର ବାଇବଲ

80 ଶିଶୁଟି ଏହିପରି ବଢ଼ିବାକୁ ଲାଗିଲା ଓ ଆତ୍ମାରେ ଦୃଢ଼ରୁ ଦୃଢ଼ତର ହେବାକୁ ଲାଗିଲା। ଇସ୍ରାଏଲରେ ଉପଦେଶ ପ୍ରଦାନ କରିବାର ଶକ୍ତି ପାଇବା ପର୍ଯ୍ୟନ୍ତ ଯୋହନ ଅନ୍ୟ ଲୋକଙ୍କଠାରୁ ଦୂରରେ ଏକ ସ୍ଥାନରେ ରହିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

80 ପୁଣି, ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ।

Gade chapit la Kopi

ଓଡିଆ ବାଇବେଲ

80 ପୁଣି, ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

80 ବୟସ ବଢ଼ିବା ସଙ୍ଗେ ସଙ୍ଗେ ଶିଶୁଟିର ଶାରୀରିକ ଓ ଆଧ୍ୟାତ୍ମିକ ବିକାଶ ଘଟିଲା କିନ୍ତୁ ଇଶ୍ରାୟେଲ ଲୋକମାନଙ୍କ ସମକ୍ଷରେ ନିଜକୁ ପ୍ରକାଶ କରିବା ପର୍ଯ୍ୟନ୍ତ ସେ ନିର୍ଜ୍ଜନ ମରୁ ଅଞ୍ଚଳରେ ବାସ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

80 ପୁଣି, ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 1:80
11 Referans Kwoze  

ସାନ ଶିଶୁଟି ଦିନକୁ ଦିନ ବଢ଼ିବାକୁ ଲାଗିଲେ। ସେ ହୃଷ୍ଟପୁଷ୍ଟ ଓ ବୁଦ୍ଧିମାନ ହେବାକୁ ଲାଗିଲେ। ତାହାଙ୍କ ସହିତ ପରମେଶ୍ୱରଙ୍କର ଆଶୀର୍ବାଦ ଥିଲା।


ଯୀଶୁ ଜ୍ଞାନରେ, ଶରୀରରେ ଏବଂ ପରମେଶ୍ୱର ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବଢ଼ିବାକୁ ଲାଗିଲେ।


ସେହି ସମୟରେ ବାପ୍ତିଜକ ଯୋହନ ଆସି ଯିହୂଦା ପ୍ରଦେଶର ପ୍ରାନ୍ତର ମଧ୍ୟରେ ଘୋଷଣା କରି କହିବାକୁ ଲାଗିଲେ


ମୁଁ ନିଜେ ମଧ୍ୟ ତାହାଙ୍କୁ ଜାଣି ନ ଥିଲି। କିନ୍ତୁ ଇସ୍ରାଏଲ ଲୋକମାନେ ଯେପରି ଜାଣି ପାରିବ ଯେ ଯୀଶୁ ହିଁ ଖ୍ରୀଷ୍ଟ ଅଟନ୍ତି। ଏଥିନିମନ୍ତେ ମୁଁ ଲୋକମାନଙ୍କୁ ଜଳରେ ବାପ୍ତିଜିତ କରିବା ପାଇଁ ଆସିଅଛି।”


ପ୍ରଭୁଙ୍କ ପାଇଁ ଯୋହନ ମହାନ୍ ହେବେ। ସେ କେବେ ହେଁ ଦ୍ରାକ୍ଷାରସ କିମ୍ବା ମଦ୍ୟପାନ କରିବେ ନାହିଁ। ଏପରିକି ଜନ୍ମ ସମୟରୁ ସେ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହେବେ।


ଏ କଥା ଶୁଣି ଯୋହନଙ୍କ ଶିଷ୍ୟମାନେ ଫେରି ଯାଉଥିବା ସମୟରେ ଯୀଶୁ ସେଠାରେ ଜମା ହୋଇଥିବା ଲୋକମାନଙ୍କୁ ଯୋହନଙ୍କ ବିଷୟରେ କହିଲେ, “ଏ ମରୁଭୂମିକୁ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ ପବନରେ ଦୋହଲୁ ଥିବା କୌଣସି ନଳଗଛକୁ?


ପୁଣି ସଦାପ୍ରଭୁ ହାନ୍ନା ପ୍ରତି ଦୟା କଲେ ଓ ସେ ତିନି ପୁତ୍ର ଓ ଦୁଇ କନ୍ୟା ପ୍ରସବ କଲା। ଏଥି ମଧ୍ୟରେ ବାଳକ ଶାମୁୟେଲ ସଦାପ୍ରଭୁଙ୍କ ଉପସ୍ଥିତିରେ ବଢ଼ିଲା।


କାରଣ ସେ ଯିହୂଦୀମାନଙ୍କ ସହିତ ସର୍ବସାଧାରଣରେ ଦୃଢ଼ଭାବେ ଯୁକ୍ତିତର୍କ କରି ସେମାନଙ୍କୁ ପରାସ୍ତ କଲେ ଓ ଧର୍ମଶାସ୍ତ୍ରରୁ ପ୍ରମାଣ କରି ଦେଖାଇ ଦେଲେ ଯେ କେବଳ ଯୀଶୁ ହିଁ ଖ୍ରୀଷ୍ଟ ଅଟନ୍ତି।


Swiv nou:

Piblisite


Piblisite