Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 1:9 - ପବିତ୍ର ବାଇବଲ

9 ଧୂପ ଅର୍ପଣ କରିବା ପାଇଁ ଯାଜକମାନେ ସଦାବେଳେ ଜଣେ ଯାଜକଙ୍କୁ ବାଛୁଥିଲେ। ଜିଖରିୟଙ୍କୁ ଏଥିପାଇଁ ବଛାଗଲା। ତେଣୁ ଜିଖରିୟ ପ୍ରଭୁଙ୍କ ମନ୍ଦିର ଭିତରକୁ ଧୂପ ଦେବା ପାଇଁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଯାଜକୀୟ କାର୍ଯ୍ୟର ରୀତି ଅନୁଯାୟୀ ଗୁଲିବାଣ୍ଟ ଦ୍ଵାରା ତାଙ୍କୁ ପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ଧୂପ ଦେବାକୁ ପଡ଼ିଲା,

Gade chapit la Kopi

ଓଡିଆ ବାଇବେଲ

9 ଯାଜକୀୟ କାର୍ଯ୍ୟର ରୀତି ଅନୁଯାୟୀ ଗୁଲିବାଣ୍ଟ ଦ୍ୱାରା ତାହାଙ୍କୁ ପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ଧୂପ ଦେବାକୁ ପଡ଼ିଲା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଯାଜକୀୟ କର୍ମ ପାଇଁ ତାଙ୍କର ପାଳି ଥିଲା। ଯାଜକୀୟ ପ୍ରଥା ଅନୁଯାୟୀ ଗୁଳିବାଣ୍ଟ ଦ୍ୱାରା ବେଦୀ ଉପରେ ଧୂପ ଜଳାଇବା ପାଇଁ ସେ ମନୋନୀତ ହୋଇଥିଲେ। ସେଥିପାଇଁ ସେ ମନ୍ଦିର ଭିତରକୁ ଗଲେ। ସେଦିନ ସେ ମନ୍ଦିର ଭିତରେ ପ୍ରବେଶ କରି ଧୂପ ଦେବା ସମୟରେ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯାଜକୀୟ କାର୍ଯ୍ୟର ରୀତି ଅନୁଯାୟୀ ଗୁଲିବାଣ୍ଟ ଦ୍ୱାରା ତାହାଙ୍କୁ ପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ଧୂପ ଦେବାକୁ ପଡ଼ିଲା,

Gade chapit la Kopi




ଲୂକ ଲିଖିତ ସୁସମାଚାର 1:9
10 Referans Kwoze  

ତେଣୁ ହେ ମୋର ପୁତ୍ରଗଣ, ଆଉ ପରିଚର୍ଯ୍ୟା କର ନାହିଁ କି ଆଉ ସମୟ ନଷ୍ଟ କର ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କୁ ତାଙ୍କର ସେବାକାର୍ଯ୍ୟ ନିମନ୍ତେ ମନୋନୀତ କରିଅଛନ୍ତି। ସେ ତୁମ୍ଭମାନଙ୍କୁ ତାଙ୍କର ମନ୍ଦିରରେ ସେବାକାର୍ଯ୍ୟ କରିବା ଓ ସୁଗନ୍ଧିଧୂପ ଜଳାଇବା ନିମନ୍ତେ ମନୋନୀତ କରିଛନ୍ତି।”


ଅମ୍ରାମଙ୍କ ପୁତ୍ରମାନେ ଥିଲେ ହାରୋଣ ଓ ମୋଶା। ହାରୋଣ ବିଶେଷ ରୂପେ ମନୋନୀତ କରାଯାଇଥିଲେ। ହାରୋଣ ଓ ତାଙ୍କର ବଂଶଧରମାନେ ଚିରକାଳ ନିମନ୍ତେ, ବିଶେଷ ରୂପେ ମନୋନୀତ ହୋଇଥିଲେ। ସଦାପ୍ରଭୁଙ୍କ ସେବାକାର୍ଯ୍ୟ ନିମନ୍ତେ ସବୁଠାରୁ ମହାପବିତ୍ର ସାମଗ୍ରୀ ପ୍ରସ୍ତୁତ କରିବା ପାଇଁ ସେମାନଙ୍କୁ ମନୋନୀତ କରାଯାଇଥିଲା। ସଦାପ୍ରଭୁ ସମ୍ମୁଖରେ ସୁଗନ୍ଧି ଧୂପ ଜଳାଇବା ନିମନ୍ତେ ହାରୋଣ ଓ ତାହାଙ୍କ ବଂଶ ମନୋନୀତ ହୋଇଥିଲେ। ସେମାନେ ଯାଜକରୂପେ ସଦାପ୍ରଭୁଙ୍କର ସେବାକାର୍ଯ୍ୟ କରିବା ନିମନ୍ତେ ମନୋନୀତ ହୋଇଥିଲେ। ଚିରକାଳ ପାଇଁ ସଦାପ୍ରଭୁଙ୍କ ନାମକୁ ବ୍ୟବହାର କରିବା ଓ ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ସେମାନେ ମନୋନୀତ ହୋଇଥିଲେ।


ଇସ୍ରାଏଲର ଗୋଷ୍ଠୀମାନଙ୍କ ମଧ୍ୟରୁ ତୁମ୍ଭର ପରିବାରବର୍ଗକୁ ମୋର ଯାଜକ ହୋଇ ସେବା କରିବାକୁ, ଏଫୋଦ ପରିଧାନ କରିବାକୁ ଓ ଯଜ୍ଞବେଦିରେ ଧୂପ ଜଳାଇବାକୁ ମୁଁ ମନୋନୀତ କରିଅଛି। ଆହୁରି ମଧ୍ୟ ମୁଁ ତୁମ୍ଭକୁ ଏକ ନିୟମ ଦେଲି ଯେ, ମୋ’ ପାଇଁ ଇସ୍ରାଏଲର ଲୋକମାନେ ଉତ୍ସର୍ଗ କରୁଥିବା ମାଂସ ଓ ଅନ୍ୟ ସାମଗ୍ରୀ ତୁମ୍ଭ ପରିବାରବର୍ଗକୁ ଦିଆଯିବ।


ଏହି ଧାତୁ ଆଚ୍ଛାଦକ ଇସ୍ରାଏଲର ଲୋକମାନଙ୍କୁ ମନେପକାଇ ଦିଏ ଯେ, ହାରୋଣଙ୍କ ପରିବାର ବ୍ୟତୀତ ଅନ୍ୟ କେହି ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳି ପାରିବେ ନାହିଁ। ଯଦି ଅନ୍ୟ କେହି ଏହି ସେବା କରିବ, ସେ କୋରହଙ୍କ ପରିବାରବର୍ଗ ପରି ହେବ ବୋଲି ଯାହା ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଜଣାଇ ଥିଲେ।


ମୋର କହିବା ଅନୁଯାୟୀ ସେହି ତମ୍ବୁରେ ସମସ୍ତ କିଛି ପ୍ରସ୍ତୁତ କରି ରଖା ଯାଇଥିଲା। ଯାଜକମାନେ ଉପାସନା କାର୍ଯ୍ୟ କରିବା ପାଇଁ ପ୍ରଥମ ବଖରାଟିକୁ ପ୍ରତିଦିନ ଯାଆନ୍ତି।


କିନ୍ତୁ ଉଷିୟ ଯେତେବେଳେ ଶକ୍ତିଶାଳୀ ହୋଇ ଉଠିଲେ, ତାଙ୍କର ଗର୍ବ ତାଙ୍କର ବିନାଶର କାରଣ ହେଲା। ସେ ତାଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ହୋଇ ରହିଲେ ନାହିଁ। ସେ ସୁଗନ୍ଧିଧୂପର ବେଦି ଉପରେ ସୁଗନ୍ଧିଧୂପ ଜ୍ୱଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।


କିନ୍ତୁ କେବଳ ହାରୋଣ ଏବଂ ତାଙ୍କର ବଂଶଧରମାନଙ୍କୁ ହୋମବଳି, ଯଜ୍ଞବେଦି ସୁଗନ୍ଧିବେଦି ଉପରେ ସୁଗନ୍ଧି ଧୂପ ଜଳାଇବା ନିମନ୍ତେ ଅନୁମତି ଦିଆଯାଇ ଥିଲା। ପରମେଶ୍ୱରଙ୍କ ଗୃହର ମହାପବିତ୍ରତମ ସ୍ଥାନର ସମସ୍ତ କାର୍ଯ୍ୟ ଏବଂ ଇସ୍ରାଏଲ ପାଇଁ ମଧ୍ୟ ପ୍ରାୟଶ୍ଚିତ କରନ୍ତି। ମୋଶା ପରମେଶ୍ୱରଙ୍କ ସେବକ, ଯେଉଁ ସମସ୍ତ ନୀତି ଓ ଆଇନ ଦେଇଥିଲେ ସେହିସବୁ ସେମାନେ ପାଳନ କଲେ।


“ଯିହୂଦା ମନ୍ଦିର ଭିତରେ ସେହି ରୂପାଟଙ୍କାତକ ଫିଙ୍ଗିଦେଲା। ତା'ପରେ ସେହି ଜାଗା ଛାଡ଼ି ଯିହୂଦା ଗ୍ଭଲିଗଲା ଓ ନିଜକୁ ଫାଶି ଦେଲା।


Swiv nou:

Piblisite


Piblisite