ଲୂକ ଲିଖିତ ସୁସମାଚାର 10:16 - ପବିତ୍ର ବାଇବଲ16 “ଯେତେବେଳେ କୌଣସି ଲୋକ ତୁମ୍ଭମାନଙ୍କ କଥା ଶୁଣେ, ସେ ପ୍ରକୃତରେ ମୋ’ କଥା ଶୁଣେ। ଯେତେବେଳେ ଜଣେ ତୁମ୍ଭମାନଙ୍କୁ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତରେ ମୋତେ ଗ୍ରହଣ କରିବାକୁ ମନା କରିଦିଏ ଏବଂ ଯେତେବେଳେ ଜଣେ ମୋତେ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତରେ ମୋତେ ପଠାଇଥିବା ପରମେଶ୍ୱରଙ୍କୁ ଗ୍ରହଣ କରିବାକୁ ମନା କରିଦିଏ।” Gade chapit laପବିତ୍ର ବାଇବଲ (Re-edited) - (BSI)16 ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋʼ କଥା ଶୁଣେ, ପୁଣି ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋʼ ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ। Gade chapit laଓଡିଆ ବାଇବେଲ16 ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋ' କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋ' ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ । Gade chapit laପବିତ୍ର ବାଇବଲ (CL) NT (BSI)16 ଯୀଶୁ ତାଙ୍କର ଶିଷ୍ୟମାନଙ୍କୁ କହିଲେ, “ଯେ କେହି ତୁମ କଥା ଶୁଣେ, ସେ ମୋ’ କଥା ଶୁଣେ; ଯେ କେହି ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ; ଏବଂ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋର ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋʼ କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋʼ ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ। Gade chapit la |
ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ, “ପିଲାମାନେ ସେମାନଙ୍କର ପିତାଙ୍କୁ ସମ୍ମାନ କରନ୍ତି, ଗ୍ଭକରମାନେ ସେମାନଙ୍କର ମୁନିବଙ୍କୁ ସମ୍ମାନ କରନ୍ତି, ତେଣୁ ଆମ୍ଭେ ତୁମ୍ଭମାନଙ୍କର ପିତା, ତୁମ୍ଭେମାନେ ଆମ୍ଭକୁ କାହିଁକି ଭୟ ଓ ସମ୍ମାନ କରୁ ନାହଁ? ଆମ୍ଭେ ତୁମ୍ଭମାନଙ୍କର ମୁନିବ, ତୁମ୍ଭେମାନେ ଆମ୍ଭକୁ କାହିଁକି ଭୟ ଏବଂ ସମ୍ମାନ କରୁ ନାହଁ? ତୁମ୍ଭେ ଯାଜକଗଣ ଆମ୍ଭର ନାମ ପ୍ରତି ତାଚ୍ଛଲ୍ୟ ମନୋଭାବ ଦେଖାଉଛ। “କିନ୍ତୁ ତୁମ୍ଭେମାନେ ପଗ୍ଭର, ‘ଆମ୍ଭେମାନେ କିପରି ତୁମ୍ଭର ନାମକୁ ତାଚ୍ଛଲ୍ୟ ମନୋଭାବ ଦେଖାଇଛୁ?’
ଏବଂ ମୋଶା କହିଲେ, “ତେଣୁ ଆଜି ରାତ୍ରିରେ ସେ ତୁମ୍ଭମାନଙ୍କୁ ମାଂସ ଭୋଜନ କରିବାକୁ ଦେବେ। ଏବଂ ପ୍ରଭାତରେ ସେ ତୁମ୍ଭମାନଙ୍କୁ ଆବଶ୍ୟକ ପରିମାଣରେ ରୋଟୀ ମଧ୍ୟ ଦେବେ। ସଦାପ୍ରଭୁ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଛନ୍ତି। ଯାହା ତୁମ୍ଭେ ଆମ୍ଭ ବିରୁଦ୍ଧରେ କଲ। କିନ୍ତୁ ଆମ୍ଭେ କିଏ? ପ୍ରକୃତରେ ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ଆପତ୍ତି କରୁ ନାହଁ। ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ଆପତ୍ତି କରୁଅଛ।”