ଲୂକ ଲିଖିତ ସୁସମାଚାର 10:20 - ପବିତ୍ର ବାଇବଲ20 ହଁ, ଆତ୍ମାମାନେ ତୁମ୍ଭମାନଙ୍କ କଥା ମାନୁଛନ୍ତି। ତୁମ୍ଭେମାନେ ଖୁସୀ ହୁଅ, କାରଣ ତୁମ୍ଭମାନଙ୍କ ପାଖରେ ଏ ଶକ୍ତି ଥିବା ଯୋଗୁଁ ନୁହେଁ, ବରଂ ତୁମ୍ଭମାନଙ୍କ ନାମ ସ୍ୱର୍ଗରେ ଲେଖା ହୋଇଥିବା ଯୋଗୁଁ ଖୁସୀ ହୁଅ।” Gade chapit laପବିତ୍ର ବାଇବଲ (Re-edited) - (BSI)20 ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ଵର୍ଗରେ ଲେଖା ଅଛି, ଏଥିରେ ଆନନ୍ଦ କର। Gade chapit laଓଡିଆ ବାଇବେଲ20 ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖା ଅଛି, ଏଥିରେ ଆନନ୍ଦ କର । Gade chapit laପବିତ୍ର ବାଇବଲ (CL) NT (BSI)20 କିନ୍ତୁ ଭୂତମାନେ ତୁମର ବଶୀଭୂତ ହେଲେ; ଆନନ୍ଦ କର ନାହିଁ, ବରଂ ସ୍ୱର୍ଗରେ ତୁମ୍ଭମାନଙ୍କର ନାମ ଲେଖା ହୋଇ ଥିବାରୁ ଆନନ୍ଦ କର।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖାଅଛି, ଏଥିରେ ଆନନ୍ଦ କର।” Gade chapit la |
ସେହି ଲୋକଟି ଦର୍ଶନରେ କହିଲେ, “ଦାନିୟେଲ, ସେ ସମୟରେ ତୁମ୍ଭ ଲୋକ ଯିହୁଦୀଙ୍କ, ତତ୍ତ୍ୱାବଧାରକ ରୂପେ ମୀଖାୟେଲ ମୁଖ୍ୟ ଅଧିପତିରୂପେ ଠିଆ ହେବେ। ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳ ଆରମ୍ଭରୁ ସେ ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର କାଳ କେବେ ହୋଇ ନାହିଁ। ଆଉ ତୁମ୍ଭ ଯିହୁଦୀୟ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକ ସେ ସମୟରେ ଉଦ୍ଧାର ପାଇବେ।
“ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଦର୍ଶନ ପାଇବାର ବାହାନା କରନ୍ତି ଓ ମିଥ୍ୟା ଅଲୌକିକ ଶକ୍ତି ଘୋଷଣା କରନ୍ତି, ମୋର ହସ୍ତ ସେମାନଙ୍କ ବିରୁଦ୍ଧରେ ଯିବ, ସେମାନେ ମୋ’ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ। ଇସ୍ରାଏଲର ପରିବାର ତାଲିକାରେ ସେମାନଙ୍କର ନାମଗୁଡ଼ିକ ତାଲିକାଭୁକ୍ତ ହେବ ନାହିଁ। ଏବଂ ଇସ୍ରାଏଲ ଦେଶରେ ସେମାନେ ପ୍ରବେଶ କରିବେ ନାହିଁ। ତାହାହେଲେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।