Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:27 - ପବିତ୍ର ବାଇବଲ

27 ସେ ଉତ୍ତର ଦେଲେ, “‘ତୁମ୍ଭେ ନିଜର ସମସ୍ତ ହୃଦୟ, ସମସ୍ତ ଆତ୍ମା, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ତୁମ୍ଭର ପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କର’ ଏବଂ, ‘ତୁମ୍ଭେ ନିଜକୁ ପ୍ରେମ କରିଲା ଭଳି ଅନ୍ୟମାନଙ୍କୁ ପ୍ରେମ କର।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର।

Gade chapit la Kopi

ଓଡିଆ ବାଇବେଲ

27 ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ଲୋକଟି କହିଲା, “‘ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ତୁମ ପ୍ରଭୁ, ଈଶ୍ୱରଙ୍କୁ ପ୍ରେମ କର’; ଏବଂ ‘ତୁମର ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର’।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।

Gade chapit la Kopi




ଲୂକ ଲିଖିତ ସୁସମାଚାର 10:27
15 Referans Kwoze  

ଏଣୁ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ।


ମୁଁ ଏପରି କହୁଛି, କାରଣ ବ୍ୟବସ୍ଥା କୁହେ: “ବ୍ୟଭିଗ୍ଭର କର ନାହିଁ, କାହାକୁ ବଧ କର ନାହିଁ, କୌଣସି ଜିନିଷ ଗ୍ଭେରି କର ନାହିଁ, ଅନ୍ୟ ଲୋକର ଜିନିଷ ପ୍ରତି ଲୋଭ ରଖ ନାହିଁ।” ଏହି ସମସ୍ତ ଆଦେଶ ଗୁଡ଼ିକ ଓ ଅନ୍ୟ ସମସ୍ତ ଆଦେଶ ଗୁଡ଼ିକ ସାରାଂଶ ଭାବେ ଏହି ବ୍ୟବସ୍ଥାର ଅନ୍ତର୍ଗତ ଅଟେ, ଯଥା: “ନିଜକୁ ପ୍ରେମ କଲା ଭଳି ଅନ୍ୟ ପ୍ରତିବାସିକୁ ପ୍ରେମ କର।”


ତୁମ୍ଭେମାନେ ଯେପରି ଆପଣାର ସମସ୍ତ ପ୍ରାଣ ଓ ସମସ୍ତ ହୃଦୟ ସହିତ ପରମେଶ୍ୱରଙ୍କୁ ପ୍ରେମ କରିବ। ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ। ତହିଁରେ ତୁମ୍ଭେ ବଞ୍ଚିବ।


ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣଙ୍କୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ। ବରଂ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ, ଆମ୍ଭେ ସଦାପ୍ରଭୁ।


ଗୋଟିଏ ନିୟମ, ଅନ୍ୟ ସମସ୍ତ ନିୟମଗୁଡ଼ିକର ଉପରେ ଆଧିପତ୍ୟ କରେ। ଶାସ୍ତ୍ରରେ ଏହି ରାଜକୀୟ ନିୟମଟି ମିଳେ: “ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।” ଯଦି ତୁମ୍ଭେ ଏହି ନିୟମ ପାଳନ କରୁଛ, ତା'ହେଲେ ତୁମ୍ଭେ ଠିକ୍ କରୁଛ।


“ଏବେ ହେ ଇସ୍ରାଏଲ, ଶୁଣ! ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବାସ୍ତବରେ ତୁମ୍ଭଠାରୁ କ’ଣ ଗ୍ଭହାନ୍ତି ଜାଣ? ସେ ଗ୍ଭହାନ୍ତି ତାଙ୍କର ବାକ୍ୟ ଅନୁସାରେ କର୍ମମାନ କର। ବିଧି ନିୟମ ପାଳନ କର। ପରମେଶ୍ୱର ଗ୍ଭହାନ୍ତି ତୁମ୍ଭେମାନେ ଅନ୍ତକରଣ ସହକାରେ ସଦାପ୍ରଭୁଙ୍କୁ ପ୍ରେମ କର ଓ ତାଙ୍କର ସେବା କର। ତାଙ୍କର ବ୍ୟବସ୍ଥା ଓ ଆଦେଶ ମାନି ଚଳ।


ପ୍ରିୟ ପିଲାମାନେ, ଆମ୍ଭର ପ୍ରେମ କେବଳ ଶବ୍ଦ ଓ କଥା ମଧ୍ୟରେ ସୀମିତ ରହିବା ଉଚିତ୍ ନୁହେଁ। ମାତ୍ର ଏହା ସତ୍ୟପ୍ରେମ ହେବା ଆବଶ୍ୟକ ଓ ଆଚରଣରେ ଆମ୍ଭେ ଏହା ଦେଖାଇବା ଉଚିତ୍।


ଏହି ନୂତନ ନିୟମଟି ମୁଁ ଇସ୍ରାଏଲର ଲୋକଙ୍କ ସହତ କରିବି, ଏହି ନିୟମଟି ମୁଁ ଭବିଷ୍ୟତରେ କରିବି ପ୍ରଭୁ କୁହନ୍ତି: ମୁଁ ସେମାନଙ୍କ ମନରେ ଆପଣା ବ୍ୟବସ୍ଥା ଦେବି ସେମାନଙ୍କ ହୃଦୟରେ ସେହିସବୁ ଲେଖିବି। ମୁଁ ସେମାନଙ୍କ ପରମେଶ୍ୱର ହେବି, ଓ ସେମାନେ ମୋର ଲୋକ ହେବେ।


ମୋ’ ଭାଇ ଓ ଭଉଣୀମାନେ! ପରମେଶ୍ୱର ତୁମ୍ଭମାନଙ୍କୁ ସ୍ୱାଧୀନ ରହିବା ପାଇଁ ବାଛିଛନ୍ତି। କିନ୍ତୁ ଏହି ସ୍ୱାଧୀନତାକୁ ତୁମ୍ଭେମାନେ ନିଜ ନିଜର ପାପମୟ ସ୍ୱଭାବର ଇଚ୍ଛା ପୂରଣ ନିମନ୍ତେ ବ୍ୟବହାର କର ନାହିଁ। ବରଂ ଏକଆରେକର ପ୍ରେମ ପୂର୍ବକ ସେବା କର।


ନିଜ ପିତାମାତାଙ୍କୁ ସମ୍ମାନ ଦେବ ଓ ‘ନିଜକୁ ଯେପରି ଭଲ ପାଉଛ, ଅନ୍ୟମାନଙ୍କୁ ସେହିପରି ଭଲ ପାଇବ।’’’


“ହେ ଇସ୍ରାଏଲ ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି।


ଏହା ଶୁଣି ଯୀଶୁ ତାହାଙ୍କୁ କହିଲେ, “ବ୍ୟବସ୍ଥାଶାସ୍ତ୍ରରେ କ’ଣ ଲେଖାଅଛି? ସେଥିରେ ତୁମ୍ଭେ କ’ଣ ପଢ଼ୁଛ?”


Swiv nou:

Piblisite


Piblisite