Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:41 - ପବିତ୍ର ବାଇବଲ

41 ଯୀଶୁ ଉତ୍ତର ଦେଲେ, “ମାର୍ଥା, ହେ ମାର୍ଥା, ବହୁତ ଗୁଡ଼ାଏ କଥା ପାଇଁ ତୁମ୍ଭେ ବ୍ୟସ୍ତ ଓ ଚିନ୍ତିତ ଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 କିନ୍ତୁ ପ୍ରଭୁ ତାଙ୍କୁ କହିଲେ, ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ,

Gade chapit la Kopi

ଓଡିଆ ବାଇବେଲ

41 କିନ୍ତୁ ପ୍ରଭୁ ତାଙ୍କୁ କହିଲେ, ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

41 ପ୍ରଭୁ ତାକୁ କହିଲେ, “ମାର୍ଥା, ମାର୍ଥା, ତୁମେ ଅନେକ ବିଷୟରେ ଚିନ୍ତିତ ଓ ବ୍ୟସ୍ତ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ,

Gade chapit la Kopi




ଲୂକ ଲିଖିତ ସୁସମାଚାର 10:41
13 Referans Kwoze  

କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ୱରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲାବେଳେ ସଦା ଧନ୍ୟବାଦ ଦିଅ।


“ସାବଧାନ ରୁହ। ତୁମ୍ଭେମାନେ ମଦ୍ୟପାନ କରି ମାତାଲ ହୋଇ ନିଜ ସମୟ ନଷ୍ଟ କର ନାହିଁ। ସାଂସାରିକ ବସ୍ତୁଗୁଡ଼ିକ ବିଷୟରେ ଅତ୍ୟଧିକ ଚିନ୍ତିତ ହୋଇ ପଡ଼ ନାହିଁ। ସେଭଳି କଲେ ତୁମ୍ଭେମାନେ ଜଡ଼ ହୋଇଯିବ ଓ ଉଚିତ୍ କଥା କେବେ ଭାବି ପାରିବ ନାହିଁ। ଏବଂ ତୁମ୍ଭେମାନେ ପ୍ରସ୍ତୁତ ନ ଥିବା ବେଳେ ଅନ୍ତିମକାଳ ଆସି ଯାଇପାରେ।


କିନ୍ତୁ ତାହାଙ୍କ ମନରେ ଜୀବନର ଚିନ୍ତା, ଧନ-ସମ୍ପତ୍ତିର ମୋହ ଓ ଅନ୍ୟ ବସ୍ତୁ ଲାଭ କରିବାର ଲାଳସା ଆସେ ଓ ସେଗୁଡ଼ିକ ବାକ୍ୟକୁ ଗ୍ଭପି ପକାଏ। ଫଳରେ ତାହା ସେମାନଙ୍କ ଜୀବନରେ ଫଳହୀନ ହୁଏ।


ଯୀଶୁ ପୁଣି ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ କ’ଣ ଖାଇ ଜୀବନ ଧାରଣ କରିବ, ସେଥିପାଇଁ ଚିନ୍ତା କର ନାହିଁ। ଶରୀର ଆବୃତ କରିବା ପାଇଁ ଯେଉଁ ଲୁଗା ପଟା ଦରକାର, ସେଥିପାଇଁ ଚିନ୍ତା କର ନାହିଁ।


“ଯେଉଁ ବୀଜ କଣ୍ଟା ବୁଦାରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ବାକ୍ୟ ଶୁଣନ୍ତି କିନ୍ତୁ ଚିନ୍ତା, ଧନ, ସମ୍ପତ୍ତି, ଜୀବନର ଭୋଗ ବିଳାସ ଆଦି ସେମାନଙ୍କୁ ବଢ଼ିବାରୁ ବାଧାଦିଏ। ତା’ ଫଳରେ ସେଥିରୁ ଭଲ ଫଳ ମିଳି ପାରେ ନାହିଁ।


ସେମାନେ ଯେତେ ଅଧିକ ଯୁକ୍ତି କରିବେ, ତାହା ସେତେ ଅନାବଶ୍ୟକ ଅଟେ। ଏହା ତାଙ୍କର କ’ଣ ଲାଭ ହେବ?


ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯାତ୍ରା କରୁଥିବା ଅବସରରେ ଗୋଟିଏ ଗାଁକୁ ଯୀଶୁ ଗଲେ। ମାର୍ଥା ନାମକ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ସ୍ୱାଗତ କଲା।


ମାର୍ଥାକୁ ବହୁତ ଗୁଡ଼ାଏ କାମ କରିବାକୁ ପଡ଼ୁଥିବାରୁ ସେ ରାଗିଗଲା। ସେ ଯୀଶୁଙ୍କ ପାଖକୁ ଆସି କହିଲା, “ପ୍ରଭୁ! ମୋ’ ଭଉଣୀ ଘରର ଯେ ସବୁ କାମ ମୋ’ ଉପରେ ଛାଡ଼ି ଦେଇଛି, ଏ ବିଷୟରେ କ’ଣ ଆପଣଙ୍କର ମନୋଯୋଗ ନାହିଁ? ଏଣୁ ତାହାକୁ କୁହନ୍ତୁ ଯେ ସେ ମୋତେ ସାହାଯ୍ୟ କରୁ।”


ଲାଜାର ନାମରେ ଜଣେ ବ୍ୟକ୍ତି ଅସୁସ୍ଥ ଥିଲେ। ସେ ବେଥନୀୟା ନଗରରେ ରହୁଥିଲେ। ସେଠାରେ ମରିୟମ ଓ ତାହାଙ୍କ ଭଉଣୀ ମାର୍ଥା ବାସ ମଧ୍ୟ କରୁଥିଲେ।


ଯୀଶୁ ମାର୍ଥା, ତା'ର ଭଉଣୀ ମରିୟମ ଓ ଲାଜାରଙ୍କୁ ବହୁତ ଭଲ ପାଉଥିଲେ।


ସେଠାରେ ଯୀଶୁଙ୍କ ପାଇଁ ଗୋଟିଏ ଭୋଜି ପ୍ରସ୍ତୁତ ହୋଇଥିଲା। ମାର୍ଥା ଖାଦ୍ୟ ପରିବେଷଣ କରୁଥିଲେ। ଯୀଶୁଙ୍କ ସହିତ ଅନ୍ୟ ଲୋକମାନଙ୍କ ମଧ୍ୟରେ ଲାଜାର ମଧ୍ୟ ଖାଉଥିଲେ।


Swiv nou:

Piblisite


Piblisite