Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 10:7 - ପବିତ୍ର ବାଇବଲ

7 ତୁମ୍ଭେମାନେ ଶାନ୍ତି ଥିବା ଘରେ ରୁହ। ସେ ଲୋକମାନେ ତୁମ୍ଭମାନଙ୍କୁ ଯାହାଦେବେ ତାହା ଖାଅ ଓ ପିଅ। କାରଣ କାମ କରିବା ଲୋକର ତା’ ବେତନ ଉପରେ ଅଧିକାର ଅଛି। ଅନ୍ୟ ଘରେ ରହିବା ପାଇଁ ସେହି ଘର ଛାଡ଼ି ଯାଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ। ଘରକୁ ଘର ଯାଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ । ଘରକୁ ଘର ଯାଅ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ସେମାନେ ଭୋଜନ ପାନ ନିମନ୍ତେ ଯାହା ଦିଅନ୍ତି, ତାହା ଗ୍ରହଣ କରି ସେହି ଗୃହରେ ବାସ କର, କାରଣ ଶ୍ରମିକ ମଜୁରୀ ପାଇବାର ଯୋଗ୍ୟ। ଗୋଟିଏ ଗୃହରୁ ଆଉ ଗୋଟିଏ ଗୃହକୁ ଘୂରିବୁଲ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ। ଘରକୁ ଘର ଯାଅ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 10:7
18 Referans Kwoze  

ଜଣେ ଗ୍ଭଷୀ ନିଜର କଠିନ ପରିଶ୍ରମ କରି ଯେଉଁ ଶସ୍ୟ ଉତ୍ପାଦନ କରିଛି, ସେ ପ୍ରଥମରେ ସେହି ଉତ୍ପାଦନରୁ ଖାଦ୍ୟ ପାଇବା ଉଚିତ୍।


ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟର ଶିକ୍ଷା କରୁଛି, ସେ ନିଜର ଶିକ୍ଷକଙ୍କୁ ତା’ ନିକଟରେ ଥିବା ସମସ୍ତ ଭଲ ବିଷୟ ଗୁଡ଼ିକର ସହଭାଗୀ କରାଉ।


ତୁମ୍ଭେମାନେ ଯେଉଁ ଘରକୁ ଯିବ, ସେ ସ୍ଥାନ ଛାଡ଼ିବା ସମୟ ନ ହେବା ପର୍ଯ୍ୟନ୍ତ ସେହିଠାରେ ରହିବ।


କୌଣସି ଘରେ ପ୍ରବେଶ କଲେ ସେ ସହର ଛାଡ଼ି ଗ୍ଭଲିଯିବା ପର୍ଯ୍ୟନ୍ତ ସେହି ଘରେ ରହିବ।


ସେହି ଯୁବତୀ ବିଧବାମାନେ ଘରକୁ ଘର ଅଯଥାରେ ବୁଲାବୁଲି କରି ସମୟ ନଷ୍ଟ କରିବା ଶିଖନ୍ତି। ସେମାନେ ବଚସା କରିବା ଓ ଅନ୍ୟଲୋକଙ୍କ ଜୀବନ ବିଷୟରେ ଚର୍ଚ୍ଚା କରିବା ଆରମ୍ଭ କରନ୍ତି। ଅନୁଚିତ୍ କଥାଗୁଡ଼ିକ କୁହନ୍ତି।


ତା'ପରେ ସେହି କାରାଧ୍ୟକ୍ଷ ପାଉଲ ଓ ଶୀଲାଙ୍କୁ ଘରକୁ ଡାକି ନେଇ ଖାଇବାକୁ ଦେଲେ। ସେ ଓ ତାହାଙ୍କର ପରିବାରର ସମସ୍ତେ ଆନନ୍ଦିତ ହେଲେ।


ସେ ଓ ତା'ର ଘରେ ରହୁଥିବା ସମସ୍ତେ ବାପ୍ତିଜିତ ହେବାପରେ, ସେ ଆମ୍ଭମାନଙ୍କୁ ଅନୁରୋଧ କରି ଡାକି କହିଲା, “ତୁମ୍ଭେମାନେ ଯଦି ମୋତେ ପ୍ରଭୁଙ୍କଠାରେ ଜଣେ ପ୍ରକୃତ ବିଶ୍ୱାସୀ ବୋଲି ଭାବୁଛ, ତେବେ ମୋ’ ଘରେ ଆସି ରୁହ।” ଏହିପରି ସେ ଆମ୍ଭମାନଙ୍କୁ ତା'ର ଘରକୁ ଯିବା ପାଇଁ ରାଜି କରାଇଲା।


ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନ ସନ୍ତତିଗଣ ତୁମ୍ଭମାନଙ୍କର ଦାସଗଣ, ତୁମ୍ଭମାନଙ୍କର ଦାସୀଗଣ ତୁମ୍ଭମାନଙ୍କର ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ହେତୁ ସେ ଏପରି ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।


ପାଉଲ ଓ ଶୀଲା କାରାଗାରରୁ ବାହାରକୁ ଆସି ଲୁଦିୟାର ଘରକୁ ଆସିଲେ। ସେଠାରେ ଭାଇମାନଙ୍କୁ ଦେଖି ସେମାନେ ସେମାନଙ୍କୁ ଉତ୍ସାହର ବାଣୀ ଶୁଣାଇଲେ। ତା'ପରେ ସେମାନେ ସେ ସ୍ଥାନରୁ ଗ୍ଭଲିଗଲେ।


ଯଦି ସେଠାରେ କେହି ଶାନ୍ତି ପ୍ରିୟ ଲୋକ ଥିବ, ତେବେ ତୁମ୍ଭମାନଙ୍କର ଶାନ୍ତି ଆଶୀର୍ବାଦ ତାହାକୁ ମିଳିବ। ଯଦି ସେଠାରେ କେହି ଶାନ୍ତି ପ୍ରିୟ ଲୋକ ନ ଥିବ, ତେବେ ତୁମ୍ଭମାନଙ୍କ ଶାନ୍ତି ଆଶୀର୍ବାଦ ତୁମ୍ଭମାନଙ୍କ ପାଖକୁ ଫେରି ଆସିବ।


ପୁଣି ତୁମ୍ଭେମାନେ ଓ ତୁମ୍ଭ ପରିବାର ଲୋକମାନେ ସବୁ ସ୍ଥାନରେ ତାହା ଭୋଜନ କରିବ। କାରଣ ତାହା ସମାଗମ-ତମ୍ବୁରେ କରିଥିବା ସେବାକାର୍ଯ୍ୟର ପୁରସ୍କାର ଅଟେ।


ଲେବୀୟମାନେ ଆପଣା ପୈତୃକ ଅଧିକାରର ମୂଲ୍ୟଛଡ଼ା ସେମାନଙ୍କ ସମାନ ଭୋଜନର ଅଂଶ ପାଇବେ।


Swiv nou:

Piblisite


Piblisite