Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:17 - ପବିତ୍ର ବାଇବଲ

17 କିନ୍ତୁ ଯୀଶୁ ସେହି ଲୋକମାନଙ୍କ ଭାବନା ଜାଣି ପାରିଲେ। ସେ କହିଲେ, “ଗୋଟିଏ ରାଜ୍ୟ ଭାଗଭାଗ ହୋଇ ନିଜ ବିରୁଦ୍ଧରେ ଲଢ଼େଇ କଲେ ଶେଷରେ ଧ୍ୱଂସ ହୋଇଯିବ। ଗୋଟିଏ ପରିବାରର ଲୋକେ ନିଜ ବିରୁଦ୍ଧରେ ଲଢ଼େଇ କଲେ ସେ ପରିବାର ମଧ୍ୟ ଭାଙ୍ଗିଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 କିନ୍ତୁ ସେ ସେମାନଙ୍କ ମନର ଭାବ ଜାଣି ସେମାନଙ୍କୁ କହିଲେ, ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ଉତ୍ସନ୍ନ ହୋଇଯାଏ, ପୁଣି ଗୃହ ଗୃହ ଉପରେ ପଡ଼େ।

Gade chapit la Kopi

ଓଡିଆ ବାଇବେଲ

17 କିନ୍ତୁ ସେ ସେମାନଙ୍କ ମନର ଭାବ ଜାଣି ସେମାନଙ୍କୁ କହିଲେ, ଯେକୌଣସି ରାଜ୍ୟ ଭାଗ ଭାଗ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ଉତ୍ସନ୍ନ ହୋଇ ଯାଏ, ପୁଣି, ଗୃହ ଗୃହ ଉପରେ ପଡ଼େ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 କିନ୍ତୁ ଯୀଶୁ ସେମାନଙ୍କ ମନୋଭାବ ଜାଣିଥିଲେ, ତେଣୁ ସେ ସେମାନଙ୍କୁ କହିଲେ, “କୌଣସି ରାଜ୍ୟରେ ଗୃହ ଯୁଦ୍ଧ ଲାଗିଲେ, ସେ ରାଜ୍ୟର ପତନ ଘଟେ, କୌଣସି ଘରେ ଅନ୍ତର୍ବିବାଦ ଲାଗିଲେ, ସେ ଘର ଭାଙ୍ଗିଯାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କିନ୍ତୁ ସେ ସେମାନଙ୍କ ମନର ଭାବ ଜାଣି ସେମାନଙ୍କୁ କହିଲେ, “ଯେକୌଣସି ରାଜ୍ୟ ଭାଗ ଭାଗ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ଉତ୍ସନ୍ନ ହୋଇ ଯାଏ, ପୁଣି, ଗୃହ ଗୃହ ଉପରେ ପଡ଼େ।

Gade chapit la Kopi




ଲୂକ ଲିଖିତ ସୁସମାଚାର 11:17
9 Referans Kwoze  

ମୁଁ ତା'ର ସନ୍ତାନମାନଙ୍କୁ ମଧ୍ୟ ମହାମାରୀ ଦ୍ୱାରା ବଧ କରିବି। ସେତେବେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଗ୍ଭର ଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରତ୍ୟେକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦେବି।


ମନୁଷ୍ୟର ହୃଦୟ ଭିତରେ କ'ଣ ଅଛି, ତାହା ସେ ଭଲ ଭାବରେ ଜାଣିଥିଲେ। ତେଣୁ ତାହାଙ୍କୁ ଲୋକମାନଙ୍କ ବିଷୟରେ କହିବା ପାଇଁ କାହାରି ଦରକାର ନ ଥିଲା।


ସେମାନେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, “ତୁମ୍ଭମୋନେ ମନ ଭିତରେ ମନ୍ଦ ଭାବନା କାହିଁକି ଆଣୁଛ?


Swiv nou:

Piblisite


Piblisite