Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:18 - ପବିତ୍ର ବାଇବଲ

18 ତେଣୁ ଯଦି ଶୟତାନ ନିଜ ବିରୁଦ୍ଧରେ ଲଢ଼େଇ କରେ, ତେବେ କିଭଳି ତା ରାଜ୍ୟ ତିଷ୍ଠି ରହି ପାରିବ? ମୁଁ ବାଆ‌‌‌ଲ୍‌ଜିବୂଲ୍‌ ସାହାଯ୍ୟରେ ଭୂତମାନଙ୍କୁ ବାହାର କରି ଦେଉଛି ବୋଲି ତୁମ୍ଭେମାନେ କହୁଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ, ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି, ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ? ମୁଁ ବାଆଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ ତ କହୁଅଛ।

Gade chapit la Kopi

ଓଡିଆ ବାଇବେଲ

18 ଆଉ ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ନିଜ ବିରୁଦ୍ଧରେ ଉଠେ, ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ ? ମୁଁ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ ତ କହୁଅଛ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ତେଣୁ ଶୟତାନର ରାଜ୍ୟରେ ଗୃହ ଯୁଦ୍ଧ ଲାଗିଲେ, ତାହା କିପରି ତିଷ୍ଠିବ? ତୁମେ କହୁଛ ଯେ ବାଆଲ୍ଜିବୂଲ୍ର ଶକ୍ତିରେ ମୁଁ ଭୂତ ଛଡ଼ାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ନିଜ ବିରୁଦ୍ଧରେ ଉଠେ, ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ? ମୁଁ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ ତ କହୁଅଛ।

Gade chapit la Kopi




ଲୂକ ଲିଖିତ ସୁସମାଚାର 11:18
7 Referans Kwoze  

ଯଦି ଶୟତାନ ତା'ର ନିଜ ଭୂତମାନଙ୍କୁ ତଡ଼ି ଦିଏ, ତେବେ ତା'ର ଅର୍ଥ ସେ ନିଜେ ନିଜ ଭିତରେ ଭାଗଭାଗ ହୋଇଛି। ଏ ପରିସ୍ଥିତିରେ ତା'ର ରାଜ୍ୟ ତିଷ୍ଠି ରହି ପାରିବା ସମ୍ଭବ ହେବ ନାହିଁ।


କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ କହିଲେ, “ଯୀଶୁ ଭୂତପତି ବାଆ‌‌‌ଲ୍‌ଜିବୂଲ୍‌ର ଶକ୍ତି ଦ୍ୱାରା ଭୂତ ଛଡ଼ାଉଛନ୍ତି, ଭୂତମାନଙ୍କୁ ତଡ଼ି ଦେବାକୁ ବ୍ୟବହାର କରୁଛନ୍ତି।


ଯୀଶୁ ତାକୁ କହିଲେ, “ଶୟତାନ, ମୋ’ ପାଖରୁ ଦୂରହୁଅ! କାରଣ ଶାସ୍ତ୍ରରେ ଲେଖାଅଛି: ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ। ତାହାଙ୍କରହିଁ ସେବା କର!


ସମଗ୍ର ସୁରିୟା ଦେଶରେ ତାହାଙ୍କର ସମାଗ୍ଭର ବ୍ୟାପିଗଲା, ଯେଉଁ ଲୋକମାନେ ବିଭିନ୍ନ ରୋଗ ଓ ଭୟଙ୍କର ପୀଡ଼ା ଭୋଗୁଥିଲେ, ଯେଉଁମାନଙ୍କୁ ଭୂତ କବଳିତ କରିଥିଲା, ଯେଉଁମାନେ ମୃର୍ଚ୍ଛାରୋଗୀ ଓ ପକ୍ଷାଘାତରୋଗୀ ଥିଲେ, ସେମାନେ ସମସ୍ତେ ଯୀଶୁଙ୍କ ପାଖକୁ ଆସିବାକୁ ଲାଗିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ।


ଜଣେ ଶିଷ୍ୟ ତା’ ଗୁରୁ ଭଳି ହେବାରେ ଓ ଜଣେ ସେବକ ତା’ ମାଲିକ ଭଳି ହେବାରେ ସନ୍ତୋଷ ଲାଭ କରିବା ଦରକାର। ଘରର ମୁଖ୍ୟଙ୍କୁ ଯଦି ‘ବାଆ‌‌‌ଲ୍‌ଜିବୂଲ୍’ କହି ଡକାଯାଏ ତେବେ ଘରର ଅନ୍ୟ ସଦସ୍ୟମାନଙ୍କୁ ନିଶ୍ଚୟ ଅଧିକ ଖରାପ ନାମରେ ଡକାଯିବ।


Swiv nou:

Piblisite


Piblisite