Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:26 - ପବିତ୍ର ବାଇବଲ

26 ତା'ପରେ ସେ ଯାଇ ତା'ଠାରୁ ଆହୁରି ଅଧିକ ଦୁଷ୍ଟ ସାତ ଜଣ ଭୂତଙ୍କୁ ଡାକିଆଣେ, ସେମାନେ ସମସ୍ତେ ସେହି ମଣିଷ ମଧ୍ୟରେ ପ୍ରବେଶ କରି ଏକତ୍ର ରହନ୍ତି। ଏହିଭଳି ଭାବରେ ସେହି ଲୋକଟିର ଅବସ୍ଥା ପୂର୍ବ ଅପେକ୍ଷା ଅଧିକ ଖରାପ ହୋଇ ପଡ଼େ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ଦୁଷ୍ଟ ଆଉ ସାତଟା ଆତ୍ମା ସାଙ୍ଗରେ ଘେନି ଆସେ, ପୁଣି ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି, ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ।

Gade chapit la Kopi

ଓଡିଆ ବାଇବେଲ

26 ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ଦୁଷ୍ଟ ଆଉ ସାତୋଟି ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି, ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ସେ ବାହାରକୁ ଯାଇ ତା’ଠାରୁ ଆହୁରି ଅଧିକ ଦୁଷ୍ଟ ସାତଟି ପ୍ରେତାତ୍ମାକୁ ଡ଼ାକି ଆଣେ ଓ ସେମାନେ ଆସି ସେଠାରେ ବାସ କରନ୍ତି। ପରିଶେଷରେ ସେହି ଲୋକର ଅବସ୍ଥା ପୂର୍ବାପେକ୍ଷା ଅଧିକ ଶୋଚନୀୟ ହୁଏ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ଦୁଷ୍ଟ ଆଉ ସାତୋଟି ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି, ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 11:26
11 Referans Kwoze  

ପରେ ଯୀଶୁ ସେହି ଲୋକକୁ ମନ୍ଦିର ପରିସରରେ ଦେଖିଲେ। ସେ ତାକୁ କହିଲେ, “ଦେଖ, ତୁମ୍ଭେ ବର୍ତ୍ତମାନ ସୁସ୍ଥ ହୋଇ ଯାଇଛ। ତେଣୁ ତୁମ୍ଭେ ଆଉ ପାପ କର ନାହିଁ। ଯଦି ତୁମ୍ଭେ ପାପ କରିବ, ତେବେ ତୁମ୍ଭର ଏହାଠାରୁ ଅଧିକ କ୍ଷତି ହୋଇପାରେ।”


ତା'ପରେ ସବୁ ଭୂତ ସେ ଘର ଭିତରକୁ ଯାଇ ସେଠାରେ ବସବାସ କରନ୍ତି। ସେତେବେଳେ ଲୋକଟିର ଅବସ୍ଥା ପୂର୍ବ ଅପେକ୍ଷା ଅଧିକ ଶୋଚନୀୟ ହୋଇପଡ଼େ। ଏବେ ଜୀବିତ ଥିବା ମନ୍ଦ ଲୋକଙ୍କ ପାଇଁ ସେହି ଏକାକଥା ଘଟିବ।”


ଯଦି କେହି ନିଜ ଭାଇକୁ କିମ୍ବା ଭଉଣୀକୁ ଏଭଳି ପାପ କରୁଥିବାର ଦେଖେ ଆଉ ସେହି ପାପ ମୃତ୍ୟୁଜନକ, ତେବେ ସେ ପାପ କରୁଥିବା ନିଜ ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରାର୍ଥନା କରିବା ଉଚିତ୍। ତହିଁରେ ପରମେଶ୍ୱର ସେମାନଙ୍କୁ ଜୀବନ ପ୍ରଦାନ କରିବେ। ମୁଁ ଏପରି ଲୋକମାନଙ୍କ ବିଷୟରେ କହୁଛି, ଯେଉଁମାନେ ଏପରି ପାପରେ ଲିପ୍ତ ଅଛନ୍ତି ଯାହା ସେମାନଙ୍କୁ ଅନନ୍ତ ମୃତ୍ୟୁ ପାଖକୁ ନେଇ ଯାଇପାରିବ ନାହିଁ। ଏପରି ପାପ ମଧ୍ୟ ଅଛି, ଯାହାର ପରିଣାମ ମୃତ୍ୟୁ ଅଟେ। ମୁଁ ତୁମ୍ଭମାନଙ୍କୁ ସେହିପରି ପାପ ବିଷୟରେ ପ୍ରାର୍ଥନା କରିବା ପାଇଁ କହୁ ନାହିଁ।


କେତେକ ଲୋକ ସଦାପ୍ରଭୁଙ୍କୁ ଅନୁସରଣ କରିବା ବନ୍ଦ କଲେ। ସେମାନେ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବା ବନ୍ଦ କରିଦେଲେ। ତେଣୁ ସେ ଲୋକମାନଙ୍କୁ ସେହି ସ୍ଥାନରୁ ତଡ଼ି ଦେବା।”


“ରେ କପଟୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ! ହାୟ! ତୁମ୍ଭର ମାର୍ଗ ଅନୁସରଣ କରିବା ପାଇଁ ଲୋକ ଖୋଜି ପାଇବା ପାଇଁ ତୁମ୍ଭେ ବିଭିନ୍ନ ଦେଶ ଓ ସମୁଦ୍ର ପାରି ହୋଇ ଗ୍ଭଲିଯାଉଛ। ଯେତେବେଳେ ସେଭଳି ଲୋକଟିଏ ପାଇ ଯାଉଛ ସେତେବେଳେ ତାକୁ ତୁମ୍ଭେ ତୁମ୍ଭଠାରୁ ଅଧିକ ଖରାପ କରିପକାଉଛ। ତୁମ୍ଭେ ସବୁ ଏତେ ଖରାପ ଯେ ତୁମ୍ଭେ କେବଳ ନର୍କର ଅଧିକାରୀ ହେବ।


ଯେତେବେଳେ ଭୂତଟି ସେହି ମଣିଷ ନିକଟକୁ ଫେରି ଆସେ, ସେ ଦେଖେ ଯେ ସେହି ଘରଟି ସଫାସୁତୁରା ଓ ସବୁ ଠି‌‌କ୍‌‌ଠାକ୍ ଅଛି।


ଯୀଶୁ ଏହିସବୁ କଥା କରୁଥିବା ସମୟରେ ଭିଡ଼ ଭିତରୁ ସ୍ତ୍ରୀ ଲୋକଟିଏ ଉଠିପଡ଼ି ଉଚ୍ଚ ସ୍ୱରରେ କହିବାକୁ ଲାଗିଲା, “ଧନ୍ୟ ତୁମ୍ଭର ମା। କାରଣ ସେ ତୁମ୍ଭକୁ ଜନ୍ମ ଦେଇଛନ୍ତି ଓ କ୍ଷୀରପାନ କରାଇଛନ୍ତି।”


Swiv nou:

Piblisite


Piblisite