Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:32 - ପବିତ୍ର ବାଇବଲ

32 “ବିଗ୍ଭର ହେବା ଦିନ ନୀନିବୀର ଲୋକମାନେ ଏହି ସମୟରେ ବଞ୍ଚିଥିବା ଲୋକମାନଙ୍କ ବିରୁଦ୍ଧରେ ଠିଆ ହୋଇ ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ। କାରଣ ସେମାନେ ଯୂନସଙ୍କ ଉପଦେଶ ଶୁଣି ନିଜର ହୃଦୟ ଓ ଜୀବନଯାପନ ପ୍ରଣାଳୀ ପରିବର୍ତ୍ତନ କରିଥିଲେ। ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ମୁଁ ଯୂନସଙ୍କ ଅପେକ୍ଷା ମହାନ୍ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ନୀନିବୀର ଲୋକମାନେ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ ପରିବର୍ତ୍ତନ କରିଥିଲେ; ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।

Gade chapit la Kopi

ଓଡିଆ ବାଇବେଲ

32 ନୀନିବୀର ଲୋକମାନେ ବିଚାରରେ ଏହି ଯୁଗର ଲୋକମାନଙ୍କ ସହିତ ଉଠି ସେମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ ପରିବର୍ତ୍ତନ କରିଥିଲେ; ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 ବିଚାର ଦିନରେ ନୀନିବୀର ଲୋକମାନେ ତୁମ୍ଭମାନଙ୍କୁ ଦୋଷୀ କରିବେ, କାରଣ ଯୂନସଙ୍କ ପ୍ରଚାର ଶୁଣିବା ପରେ ସେମାନେ ସେମାନଙ୍କ ପାପରୁ ମନ ଫେରାଇଲେ; ମୁଁ ନିଶ୍ଚିତଭାବେ କହୁଛି, ଯୂନସଙ୍କ ଅପେକ୍ଷା ଅଧିକ ମହତ ବିଷୟମାନ ଏଠାରେ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ନୀନିବୀ ସହରର ଲୋକମାନେ ବିଚାରରେ ଏହି ଯୁଗର ଲୋକମାନଙ୍କ ସହିତ ଉଠି ସେମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ-ପରିବର୍ତ୍ତନ କରିଥିଲେ; ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 11:32
9 Referans Kwoze  

ଅତଏବ, ଯୀଶୁ ଖ୍ରୀଷ୍ଟଙ୍କ ଭଳି ମହାଯାଜକ ଆମ୍ଭର ଆବଶ୍ୟକ ଥିଲା। ସେ ପବିତ୍ର, ତାହାଙ୍କଠାରେ କୌଣସି ପାପ ନାହିଁ। ସେ ପବିତ୍ର ଓ ପାପୀମାନଙ୍କ ଦ୍ୱାରା ପ୍ରଭାବିତ ନୁହନ୍ତି। ତାଙ୍କୁ ସ୍ୱର୍ଗଠାରୁ ମଧ୍ୟ ଉଚ୍ଚସ୍ଥାନକୁ ନିଆ ଯାଇଛି।


“ବିଗ୍ଭର ଦିନରେ ଦକ୍ଷିଣର ରାଣୀ ପ୍ରକାଶିତ ହୋଇ ଏବେ ବଞ୍ଚିଥିବା ଲୋକମାନଙ୍କ ବିରୁଦ୍ଧରେ ଅଭିଯୋଗ ଆଣିବେ ଓ ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ, କାରଣ ସେହି ରାଣୀ ଶଲୋମନଙ୍କ ଜ୍ଞାନମୂଳକ ଉପଦେଶ ଶୁଣିବା ପାଇଁ ବହୁତ ଦୂରରୁ ଆସିଥିଲେ ଏବଂ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ମୁଁ ଶଲୋମନଙ୍କ ଅପେକ୍ଷା ମହାନ୍ ଅଟେ।


କିନ୍ତୁ ପରମେଶ୍ୱର ଯୂନସକୁ କହିଲେ, “ତୁମ୍ଭେ କ’ଣ ଭାବୁଛ, ଏହି ଗଛ ସକାଶୁ ତୁମ୍ଭେ ରାଗିବା ଠିକ୍ କରିଛ?” ଯୂନସ ଉତ୍ତର ଦେଲେ, “ହଁ ପ୍ରଭୁ, ମୁଁ ରାଗି ଠିକ୍ କରିଛି। ମୁଁ ମରିବାକୁ ଅଧିକ ରାଗୁଛି।”


ନୀନିବୀର ଲୋକମାନେ ପରମେଶ୍ୱରଙ୍କର ଏହି ବାର୍ତ୍ତାକୁ ବିଶ୍ୱାସ କଲେ। କିଛିଦିନ ଉପବାସ କରିବାକୁ ସ୍ଥିର କଲେ। ସେମାନେ ଚଟ ବସ୍ତ୍ର ପରିଧାନ କଲେ ଏବଂ ଅନୁତାପ କଲେ। ସାନ ବଡ଼ ସମସ୍ତ ଲୋକେ ଏହି କାର୍ଯ୍ୟ କଲେ।


ଯୂନସ ନଗରର କେନ୍ଦ୍ରସ୍ଥଳୀକୁ ଯାଇ ତା'ର ପ୍ରଗ୍ଭର ଲୋକମାନଙ୍କ ମଧ୍ୟରେ ଆରମ୍ଭ କଲେ। ଯୂନସ କହିଲେ, “ଗ୍ଭଳିଶ୍ ଦିନ ପରେ ନୀନିବୀ ଧ୍ୱଂସ ହେବ।”


ଯୀଶୁ କହିଲେ, “ମନ୍ଦ ଓ ପାପୀ ଲୋକମାନେ ପ୍ରମାଣ ପାଇଁ ଆଶ୍ଚର୍ଯ୍ୟକାର୍ଯ୍ୟ ଦେଖିବାକୁ ଗ୍ଭହାନ୍ତି। କିନ୍ତୁ ତାହାଙ୍କୁ କୌଣସି ପ୍ରମାଣ ଦେଖାଇ ଦିଆ ଯିବ ନାହିଁ। କେବଳ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯୂନସଙ୍କ କ୍ଷେତ୍ରରେ ଘଟିଥିବା ଆଶ୍ଚର୍ଯ୍ୟକାର୍ଯ୍ୟ ହିଁ ସେମାନଙ୍କ ପାଇଁ ଏକମାତ୍ର ଚିହ୍ନ ହେବ।


ଯେଉଁ ଦିନ ବିଗ୍ଭର ହେବ, ସେହି ଦିନ ନୀନିବୀର ଲୋକମାନେ ବର୍ତ୍ତମାନ ଜୀବିତ ଥିବା ଲୋକଙ୍କ ସହିତ ଠିଆ ହେବେ ଏବଂ ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ। କାରଣ ଯେତେବେଳେ ଯୂନସ ସେମାନଙ୍କୁ ଉପଦେଶ ଦେଲେ ନୀନିବୀର ଲୋକେ ନିଜ ନିଜର ହୃଦୟ ପରିବର୍ତ୍ତନ କରିଥିଲେ। ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ମୁଁ ଯୂନସଙ୍କ ଅପେକ୍ଷା ଅଧିକ ମହାନ୍।


Swiv nou:

Piblisite


Piblisite