Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:39 - ପବିତ୍ର ବାଇବଲ

39 ପ୍ରଭୁ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେମାନେ ଫାରୂଶୀମାନେ ଥାଳିଗିନାର ବାହାରତ ପରିଷ୍କାର କରୁଛ, କିନ୍ତୁ ଭିତରେ ତୁମ୍ଭେମାନେ ଲୋକମାନଙ୍କୁ ଠକି ଓ ଦୁଷ୍ଟତାପୂର୍ଣ୍ଣ ଆଚରଣ କରି ତା’ ଦ୍ୱାରା ପାଇଥିବା ଜିନିଷରେ ପରିପୂର୍ଣ୍ଣ କରିଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ସେଥିରେ ପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ଫାରୂଶୀଯାକ ସିନା ଗିନା ଓ ଥାଳୀର ବାହାର ପରିଷ୍କାର କରୁଥାଅ, ମାତ୍ର ତୁମ୍ଭମାନଙ୍କ ଭିତର ଲୁଣ୍ଠନକର୍ମ ଓ ଦୁଷ୍ଟତାରେ ପରିପୂର୍ଣ୍ଣ।

Gade chapit la Kopi

ଓଡିଆ ବାଇବେଲ

39 ସେଥିରେ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭେ ଫାରୂଶୀଯାକ ସିନା ଗିନା ଓ ଥାଳୀର ବାହାର ପରିଷ୍କାର କରୁଥାଅ, ମାତ୍ର ତୁମ୍ଭମାନଙ୍କ ଭିତରେ ଲୋଭ ଓ ଦୁଷ୍ଟତାରେ ପରିପୂର୍ଣ୍ଣ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

39 ସେଥିପାଇଁ ପ୍ରଭୁ ତାଙ୍କୁ କହିଲେ, “ହେ ଫାରୁଶୀଗଣ, ତୁମ୍ଭେମାନେ ଥାଳୀ ଓ ଗିନାର ବାହାର ପରିଷ୍କାର କରିଥାଅ, କିନ୍ତୁ ତୁମର ଅନ୍ତର ହିଂସା ଓ ଦୁଷ୍ଟତାରେ ପରିପୂର୍ଣ୍ଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ସେଥିରେ ପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ଫାରୂଶୀଯାକ ସିନା ଗିନା ଓ ଥାଳିର ବାହାର ପରିଷ୍କାର କରୁଥାଅ, ମାତ୍ର ତୁମ୍ଭମାନଙ୍କ ଭିତରେ ଲୋଭ ଓ ଦୁଷ୍ଟତାରେ ପରିପୂର୍ଣ୍ଣ।

Gade chapit la Kopi




ଲୂକ ଲିଖିତ ସୁସମାଚାର 11:39
26 Referans Kwoze  

ପରମେଶ୍ୱରଙ୍କ ନିକଟକୁ ଆସ, ତେବେ ସେ ମଧ୍ୟ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭେମାନେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ୱର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର।


ଯେଉଁମାନେ ପବିତ୍ର, ତାହାଙ୍କ ପାଇଁ ସବୁକିଛି ପବିତ୍ର। କିନ୍ତୁ ଯେଉଁମାନେ ପାପୀ ଓ ଅବିଶ୍ୱାସୀ, ସେମାନଙ୍କ ଲାଗି କିଛି ହେଲେ ପବିତ୍ର ନୁହେଁ। ସେମାନଙ୍କର ଚିନ୍ତା ପାପରେ ଦୂଷିତ ହୋଇଯାଇଛି ଓ ଠିକ୍ କ’ଣ, ସେ ସମ୍ବନ୍ଧରେ ସେମାନଙ୍କର ଜ୍ଞାନ ନଷ୍ଟ ହୋଇ ଯାଇଛି।


ଏହା ଦେଖି ପିତର କହିଲେ, “ହେ ହନନିୟ, ତୁମ୍ଭେ କାହିଁକି ଶୟତାନକୁ ତୁମ୍ଭ ହୃଦୟକୁ ନିୟନ୍ତ୍ରଣ କରିବାକୁ ଦେଲ? ତୁମ୍ଭେ ମିଛ କହିଲ, ପବିତ୍ରଆତ୍ମାକୁ ଠକିବାକୁ ଚେଷ୍ଟା କଲ; ତୁମ୍ଭେ ସମ୍ପତ୍ତି ବିକ୍ରୀ କଲ, କିନ୍ତୁ କାହିଁକି ସେହି ଟଙ୍କାର କିଛି ଅଂଶ ନିଜ ପାଇଁ ଲୁଗ୍ଭଇ ରଖିଲ।


କାରଣ ଖରାପ ଭାବନା, ହତ୍ୟା, ବ୍ୟଭିଗ୍ଭର, ଯୌନାଗ୍ଭର, ଗ୍ଭେରି, ମିଥ୍ୟାସାକ୍ଷ୍ୟ ଓ ନିନ୍ଦା ଆଦି ଖରାପ ବିଷୟଗୁଡ଼ିକ ପ୍ରଥମେ ମଣିଷର ମନ ଭିତରେ ସୃଷ୍ଟି ହୁଏ।


“ଭଣ୍ଡ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କଠାରୁ ଦୂରରେ ରୁହ। ସେମାନେ ତୁମ୍ଭ ପାଖକୁ ମେଣ୍ଢା ଭଳି ସରଳ ଓ ଭଦ୍ର ଭାବରେ ଆସନ୍ତି। କିନ୍ତୁ ସେମାନେ ପ୍ରକୃତରେ ହିଂସ୍ର ଗଧିଆ ଭଳି ଅଟନ୍ତି।


କେତେକ ଲୋକ ନିଜକୁ ବହୁତ ଭଲ ବୋଲି ଭାବନ୍ତି, କିନ୍ତୁ ବାସ୍ତବରେ ସେମାନେ ଅତ୍ୟନ୍ତ ଖରାପ ଲୋକ ଅଟନ୍ତି।


ସଦାପ୍ରଭୁ ଦେଖିଲେ ପୃଥିବୀର ଲୋକମାନେ ବହୁତ ମନ୍ଦ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଲୋକମାନେ ସର୍ବଦା କେବଳ ମନ୍ଦ ବିଷୟ ଚିନ୍ତା କରୁଛନ୍ତି।


ମୁଁ ଯିହୂଦୀ ଧର୍ମର ଜଣେ ନେତା ହୋଇ ଉଠୁଥିଲି। ମୁଁ ମୋ’ ବୟସର ତୁଳନାରେ ଅନ୍ୟ ଯିହୂଦୀମାନଙ୍କଠାରୁ ଆଗୁଆଥିଲି। ପୁରାତନ ନିୟମଗୁଡ଼ିକ ପାଳନ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଥିଲି। ଏହି ନିୟମ ଗୁଡ଼ିକ ପରମ୍ପରାଭାବେ ଆମ୍ଭେ ଆମ୍ଭର ପୂର୍ବପୁରୁଷମାନଙ୍କଠାରୁ ପାଇଥିଲୁ।


କିନ୍ତୁ ଯିହୂଦା ଗରିବ ଲୋକମାନଙ୍କ ପ୍ରତି ପ୍ରକୃତରେ ଚିନ୍ତିତ ନ ଥିଲା। ସେ ନିଜେ ଗ୍ଭେର ଥିବାରୁ ଏ କଥା କହିଲା। ସେ ଶିଷ୍ୟମାନଙ୍କ ପାଇଁ ଟଙ୍କା-ବାକ୍ସ ନିଜ ପାଖରେ ରଖୁଥିଲା। ଏବଂ ସେ ପ୍ରାୟ ସେହି ବାକ୍ସରୁ ଟଙ୍କା ଗ୍ଭେରି କରୁଥିଲା।


ଯୀଶୁ ଫାରୂଶୀମାନଙ୍କୁ କହିଲେ, “ଲୋକଙ୍କ ଆଗରେ ତୁମ୍ଭେମାନେ ନିଜକୁ ଭଲ ବୋଲି ଦେଖେଇ ହେଉଛ। କିନ୍ତୁ ତୁମ୍ଭମାନଙ୍କ ହୃଦୟରେ ପ୍ରକୃତରେ କ’ଣ ଅଛି, ତାହା ପରମେଶ୍ୱର ଜାଣନ୍ତି। ଯେଉଁସବୁ ବିଷୟକୁ ଲୋକମାନେ ବହୁତ ମୂଲ୍ୟବାନ୍ ବୋଲି ମନେ କରିଥା’ନ୍ତି, ତାହା ପରମେଶ୍ୱରଙ୍କ ଦୃଷ୍ଟିରେ ମୂଲ୍ୟ ହୀନ।


ସେହି ବିଧବାକୁ ଦେଖି ଯୀଶୁଙ୍କ ମନରେ କରୁଣା ଜାତ ହେଲା। ସେ ତାକୁ କହିଲେ, “କାନ୍ଦ ନାହିଁ।”


ଯିରୁଶାଲମର ନେତାମାନେ ଗର୍ଜିଲା ସିଂହ ପରି ଓ ତା'ର ବିଗ୍ଭରକମାନେ ସମତଳ ଭୂମିର ଭୋକିଲା ଗଧିଆ ପରି। ସେମାନେ ସକାଳକୁ କିଛି ରଖନ୍ତି ନାହିଁ।


“ତା'ର ଅଧିପତିଗଣ ଗଧିଆ ସଦୃଶ ପ୍ରାଣୀମାନଙ୍କୁ ବିଦୀର୍ଣ୍ଣ କଲାପରି ଅନ୍ୟାୟ ଲାଭର ଚେଷ୍ଟାରେ ରକ୍ତପାତ କରି ପ୍ରାଣୀମାନଙ୍କୁ ବିନାଶ କରନ୍ତି।


ତାହାର ଭବିଷ୍ୟ‌ଦ୍‌ବକ୍ତାମାନେ ସେଠାରେ ଚକ୍ରାନ୍ତ କରିଛନ୍ତି। ସେମାନେ ପ୍ରାଣୀମାନଙ୍କୁ ହତ୍ୟା କରିବାକୁ ଉତ୍ସୁକ ଗର୍ଜନକାରୀ ସିଂହ ସଦୃଶ। ସେମାନେ ଲୋକମାନଙ୍କୁ ଶୋଷଣ କରନ୍ତି, ସେମାନେ ମୂଲ୍ୟବାନ ଓ ବହୁମୂଲ୍ୟ ବସ୍ତ୍ର ହରଣ କରନ୍ତି; ସେମାନେ ବହୁ ମହିଳାଙ୍କୁ ବିଧବା କରିଅଛନ୍ତି।


ହେ ଯିରୁଶାଲମ ନିବାସୀଗଣ! ଉଦ୍ଧାର ପାଇବା ନିମନ୍ତେ ନିଜ ନିଜ ହୃଦୟରୁ ଅମଙ୍ଗଳକୁ ଧୋଇ ଦିଅ। ହୃଦୟକୁ ନିର୍ମଳ ଓ ପବିତ୍ର କର, ଆଉ ମନ୍ଦ କଳ୍ପନା ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ଦିଅ ନାହିଁ।


ସେ ମିଷ୍ଟ ସ୍ୱରରେ କହିଲେ, ତାହାକୁ ବିଶ୍ୱାସ କର ନାହିଁ। ଯେହେତୁ ତା'ର ହୃଦୟରେ ସାତୋଟା ଘୃଣ୍ୟ ବିଷୟ ଥାଏ।


ସେମାନେ ମୁଖ ମେଲାଇ ରହିଛନ୍ତି ସତେ ଯେମିତି ଏକ ସିଂହ ତା'ର ଶିକାର ପଶୁକୁ ଆଗରେ ଦେଖି ଗର୍ଜନ କରେ।


ଅମତ୍‌ସିୟ ସଦାପ୍ରଭୁଙ୍କର ଇଚ୍ଛାନୁଯାୟୀ କର୍ମ କଲେ। କିନ୍ତୁ ସେ ଆପଣାର ସମ୍ପୂର୍ଣ୍ଣ ହୃଦୟର ସହିତ ତାହା କଲେ ନାହିଁ।


ସେମାନେ ପରମେଶ୍ୱରଙ୍କ ସେବକ ହେବାର ଛଳନା କରିବେ। କିନ୍ତୁ ତାଙ୍କ ଜୀବନପଦ୍ଧତି ଦ୍ୱାରା ଜଣା ପଡ଼ିବ ଯେ ସେମାନେ ପ୍ରକୃତରେ ପରମେଶ୍ୱରଙ୍କ ସେବା କରୁ ନାହାନ୍ତି। ତୀମଥି, ତୁମ୍ଭେ ସେହି ଲୋକମାନଙ୍କଠାରୁ ଦୂରରେ ରୁହ।


ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସନ୍ଧ୍ୟା ଭୋଜନରେ ବସିଥିଲେ। ଶିମୋନର ପୁତ୍ର ଇଷ୍କାରିୟୋତ ଯିହୂଦାଙ୍କୁ ଯୀଶୁଙ୍କ ବିରୁଦ୍ଧରେ ଶୟତାନ ପ୍ରବର୍ତ୍ତାଇ ସାରିଥିଲା।


ଅନୁରାଗୀ କଥା ଓ ମନ୍ଦ ହୃଦୟ ରୂପା ଖାଦରେ ମଣ୍ଡିତ ମୃତ୍ତିକା ପାତ୍ର ତୁଲ୍ୟ ଅଟେ।


ଯୋହନ ସେମାନଙ୍କୁ ପ୍ରଭୁ ଯୀଶୁଙ୍କ ପାଖକୁ ଏହି କଥା ପଗ୍ଭରି ପଠାଇଲେ: “ଯାହାଙ୍କର ଆସିବାର ଥିଲା, ଆପଣ କ’ଣ ସେହି ଲୋକ ନା ଆମ୍ଭେ ଆଉ କାହାରି ଅପେକ୍ଷାରେ ରହିବୁ?”


Swiv nou:

Piblisite


Piblisite