Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:47 - ପବିତ୍ର ବାଇବଲ

47 ହାୟ, କାରଣ ତୁମ୍ଭେମାନେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ସମ୍ମାନାର୍ଥେ କବର ତିଆରି କରୁଥାଅ। କିନ୍ତୁ ଏହି ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ହିଁ ମାରି ଦେଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ହାୟ, ତୁମ୍ଭେମାନେ ଦଣ୍ତର ପାତ୍ର, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ନିର୍ମାଣ କରୁଥାଅ, କିନ୍ତୁ ତୁମ୍ଭମାନଙ୍କ ପିତୃପୁରୁଷମାନେ ସେମାନଙ୍କୁ ବଧ କରିଥିଲେ।

Gade chapit la Kopi

ଓଡିଆ ବାଇବେଲ

47 ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର କବର ତିଆରି କରୁଥାଅ, କିନ୍ତୁ ତୁମ୍ଭମାନଙ୍କ ପିତୃପୁରୁଷମାନେ ସେମାନଙ୍କୁ ବଧ କରିଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

47 ତୁମ୍ଭମାନଙ୍କର ଦଶା କେଡ଼େ ଭୟଙ୍କର ହେବ। ତୁମେ ଭାବବାଦୀମାନଙ୍କ ନିମନ୍ତେ ସୁନ୍ଦର କବର ପ୍ରସ୍ତୁତ କରିଥାଅ, ସେହି ଭାବବାଦୀମାନଙ୍କୁ ତୁମର ପୂର୍ବପୁରୁଷମାନେ ହତ୍ୟା କରିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ତିଆରି କରୁଥାଅ, କିନ୍ତୁ ତୁମ୍ଭମାନଙ୍କ ପିତୃ-ପୁରୁଷମାନେ ସେମାନଙ୍କୁ ବଧ କରିଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 11:47
5 Referans Kwoze  

ସେ ଯିହୂଦୀମାନେ ପ୍ରଭୁ ଯୀଶୁଙ୍କୁ ମାରିଦେଲେ। ସେମାନେ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କୁ ମଧ୍ୟ ମାରିଦେଲେ। ସେହି ଯିହୂଦୀମାନେ ଆମ୍ଭକୁ ସେହି ଅଞ୍ଚଳ ଛାଡ଼ିବା ପାଇଁ ବାଧ୍ୟ କଲେ। ପରମେଶ୍ୱର ସେମାନଙ୍କଠାରେ ସନ୍ତୁଷ୍ଟ ନୁହନ୍ତି। ସେମାନେ ସମଗ୍ର ମାନବ ଜାତିର ବିରୋଧୀ।


ସ୍ତିଫାନ କହିଲେ, “ହେ ଯିହୂଦୀ ଲୋକମାନେ, ତୁମ୍ଭେମାନେ କେଡ଼େ ଜି‌ଦ୍‌ଖୋର! ତୁମ୍ଭମାନଙ୍କର ହୃଦୟ ପରମେଶ୍ୱରଙ୍କର ନୁହେଁ। ତୁମ୍ଭେମାନେ ତାହାଙ୍କ କଥା ଶୁଣିବାକୁ ମନା କରୁଛ। ତୁମ୍ଭେମାନେ ସର୍ବଦା ପବିତ୍ରଆତ୍ମାଙ୍କର ବିରୋଧ କରିଛ। ତୁମ୍ଭେମାନେ ସବୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପରି ହେଉଛ।


“ରେ କପଟୀ ଧର୍ମଶାସ୍ତ୍ରୀମାନେ! ରେ ଫାରୂଶୀମାନେ ତୁମ୍ଭକୁ ଧିକ୍! ତୁମ୍ଭେ ସବୁ ଧଳାରଙ୍ଗ ବୋଳା ହୋଇଥିବା ସମାଧି ଭଳି। ଏହି ସମାଧିମାନଙ୍କର ବାହାର ପଟ ସୁନ୍ଦର ଦେଖାଯାଏ। କିନ୍ତୁ ସମାଧି ଭିତର ମଲା ଲୋକର କେବଳ କଙ୍କାଳ ଥାଏ। ସବୁ ପ୍ରକାର ଅପରିଷ୍କାର ଜିନିଷ ତା’ ଭିତରେ ଥାଏ।


ଏହା ଦ୍ୱାରା ତୁମ୍ଭେମାନେ ଲୋକଙ୍କୁ ଦେଖେଇ ଦେବାକୁ ଗ୍ଭହୁଁଛ ଯେ, ତୁମ୍ଭେମାନେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ କାମକୁ ସମର୍ଥନ କରୁଛ। କାରଣ ସେମାନେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ମାରି ଦେଇଥିଲେ ଏବଂ ତୁମ୍ଭେମାନେ ତାହାଙ୍କ ପାଇଁ କବର ତିଆରି କରୁଛ।


Swiv nou:

Piblisite


Piblisite