Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:8 - ପବିତ୍ର ବାଇବଲ

8 ମୁଁ ତୁମ୍ଭକୁ କହୁଛି। ସେ ଲୋକଟି ଶେଯ ଛାଡ଼ି ଉଠିବ, ଓ ତୁମ୍ଭକୁ ରୋଟୀ ଦେବା ପାଇଁ ହୁଏତ ତୁମ୍ଭର ବନ୍ଧୁତ୍ୱ ଯଥେଷ୍ଟ ହୋଇ ପାରି ନ ଥାଏ। କିନ୍ତୁ ତୁମ୍ଭେ ଯଦି ନିରନ୍ତର ମାଗି ଗ୍ଭଲିଥାଅ, ତେବେ ସେ ନିଶ୍ଚୟ ଉଠିବ, ଓ ତୁମ୍ଭର ଯାହା ଦରକାର, ତାହା ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଯଦ୍ୟପି ତାହାର ବନ୍ଧୁ ହେବାରୁ ଉଠି ନ ଦେବ, ତଥାପି ସେ ଥରକୁ ଥର ମାଗିବାରୁ ସେ ଉଠି, ତାହାର ଯେତେ ପ୍ରୟୋଜନ, ତାହାକୁ ସେତେ ଦେବ।

Gade chapit la Kopi

ଓଡିଆ ବାଇବେଲ

8 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଯଦ୍ୟପି ତାହାର ବନ୍ଧୁ ହେବାରୁ ଉଠି ନ ଦେବ, ତଥାପି ସେ ଥରକୁଥର ମାଗିବାରୁ ସେ ଉଠି, ତାହାର ଯେତେ ଆବଶ୍ୟକ, ତାହାକୁ ସେତେ ଦେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ତା’ପରେ କ’ଣ ହେବ? ମୁଁ କହୁଛି ସେ ବନ୍ଧୁତା ଖାତିରିରେ ଉଠି ତୁମକୁ ରୋଟି ନ ଦେଲେ ସୁଦ୍ଧା, ତୁମେ ଲଜ୍ଜିତ ନ ହୋଇ ବାରମ୍ବାର ମାଗୁଥିବା ଦେଖି ସେ ଉଠିବ ଏବଂ ତୁମର ପ୍ରୟୋଜନୀୟ ସମସ୍ତ ବିଷୟ ଦେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଯଦ୍ୟପି ତାହାର ବନ୍ଧୁ ହେବାରୁ ଉଠି ନ ଦେବ, ତଥାପି ସେ ଥରକୁଥର ମାଗିବାରୁ ସେ ଉଠି, ତାହାର ଯେତେ ଆବଶ୍ୟକ, ତାହାକୁ ସେତେ ଦେବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 11:8
10 Referans Kwoze  

ଆଉ ସେହି ଲୋକଟି ଯାକୁବଙ୍କୁ କହିଲେ, “ମୋତେ ଯିବାକୁ ଦିଅ କାରଣ ପ୍ରଭାତ ହୋଇଗଲା।” କିନ୍ତୁ ଯାକୁବ କହିଲେ, “ମୁଁ ତୁମ୍ଭକୁ ଯିବାକୁ ଦେବି ନାହିଁ, ଯେପର୍ଯ୍ୟନ୍ତ ମୋତେ ଆଶୀର୍ବାଦ ନ କରିଛ।”


ଏପାଫ୍ରା ତୁମ୍ଭମାନଙ୍କୁ ନମସ୍କାର କରୁଛନ୍ତି। ସେ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ସେବକ। ସେ ତୁମ୍ଭମାନଙ୍କ ଦଳର ଲୋକ। ସେ ସର୍ବଦା ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରନ୍ତି। ତୁମ୍ଭେମାନେ ଆଧ୍ୟାତ୍ମିକ ଭାବରେ ପରିପକ୍ୱ ହୁଅ, ଓ ପରମେଶ୍ୱର ଯାହାକିଛି ଇଚ୍ଛା କରନ୍ତି, ସେ ଭଳି ହୁଅ ବୋଲି ସେ ପ୍ରାର୍ଥନା କରନ୍ତି।


ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଅନୁରୋଧ କରେ ଯେ, ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ମୋ’ ପାଇଁ ପ୍ରାର୍ଥନା କରିବା ଦ୍ୱାରା ମୋତେ ସାହାଯ୍ୟ କର। ତୁମ୍ଭେମାନେ ପ୍ରଭୁ ଯୀଶୁ ଓ ଆତ୍ମାର ପ୍ରେମ ଲାଭ କରୁଥିବା ଦୃଷ୍ଟିରୁ ଏପରି କର।


ମୁଁ ଗ୍ଭହେଁ ତୁମ୍ଭେମାନେ ଜାଣିରଖ ଯେ ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଛି। ଏବଂ ଲାଅଦିକୀଆରେ ଥିବା ଲୋକମାନଙ୍କୁ ଓ ମୋତେ ଦେଖି ନ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ୟ ମୁଁ ସାହାଯ୍ୟ କରିବାକୁ ଚେଷ୍ଟା କରୁଛି।


ମୁଁ ପ୍ରଭୁଙ୍କୁ ତିନିଥର ପ୍ରାର୍ଥନା କଲି ଯେ ସେ ଏହି କଣ୍ଟକଟିକୁ ମୋ'ଠାରୁ ଦୂରେଇ ନିଅନ୍ତୁ।


ତୁମ୍ଭ ସାଙ୍ଗ ଘର ଭିତରୁ ଉତ୍ତର ଦେବ, ‘ତୁମ୍ଭେ ଗ୍ଭଲିଯାଅ। ମୋତେ ହଇରାଣ କର ନାହିଁ। ଦୁଆର ବନ୍ଦ ହୋଇ ଗଲାଣି। ମୁଁ ଓ ମୋ’ ପିଲାମାନେ ଶୋଇବାକୁ ଗଲୁଣି, ତୁମ୍ଭକୁ ରୋଟୀ ଦେବାକୁ ମୁଁ ବର୍ତ୍ତମାନ ଉଠି ପାରିବି ନାହିଁ।’


ଶା‌ମ୍‌ଶୋ‌ନ୍‌ର ସ୍ତ୍ରୀ ଅବଶିଷ୍ଟ ସାତ ଦିନ ଯାକ କାନ୍ଦିଲା। ତେଣୁ ଶେଷରେ ଭୋଜିର ସପ୍ତମ ଦିନରେ ଶା‌ମ୍‌ଶୋନ୍ ପ୍ରହେଳିକାର ଉତ୍ତର ତାଙ୍କୁ କହିଲେ। ସେ ଉତ୍ତରଟି ତାଙ୍କୁ କହିଲେ, କାରଣ ସେ ତାଙ୍କୁ ହଇରାଣ କରିବାକୁ ଲାଗିଲା। ତା'ପରେ ସେ ଯାଇ ତା'ର ଲୋକମାନଙ୍କୁ ସେହି ଉତ୍ତର କହି ଦେଲା।


ଯେତେବେଳେ ସେ ସଦାପ୍ରଭୁଙ୍କୁ ଦୀର୍ଘ ସମୟ ଧରି ଏହିପରି ପ୍ରାର୍ଥନା କରୁଥିଲା, ଏଲି ତା'ର ପାଟିକୁ ଦେଖୁଥିଲେ।


Swiv nou:

Piblisite


Piblisite