Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:14 - ପବିତ୍ର ବାଇବଲ

14 ଏହା ଶୁଣି ଯୀଶୁ କହିଲେ, “ମୋତେ ତୁମ୍ଭମାନଙ୍କର ବିଗ୍ଭର କରିବାକୁ କିମ୍ବା ତୁମ୍ଭ ବାପାଙ୍କ ସମ୍ପତ୍ତି ତୁମ୍ଭ ଦୁହିଁଙ୍କ ଭିତରେ ବାଣ୍ଟି ଦେବାକୁ କିଏ କହିଛି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କିନ୍ତୁ ସେ ତାହାକୁ କହିଲେ, ହେ ଭାଇ, କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ବିଭାଗକର୍ତ୍ତା କରି ନିଯୁକ୍ତ କଲା?

Gade chapit la Kopi

ଓଡିଆ ବାଇବେଲ

14 କିନ୍ତୁ ସେ ତାହାଙ୍କୁ କହିଲେ, ହେ ଭାଇ. କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ମଧ୍ୟସ୍ଥ କରି ନିଯୁକ୍ତ କଲା ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଯୀଶୁ ତାକୁ ଉତ୍ତର ଦେଇ କହିଲେ, “ବନ୍ଧୁ! ତୁମ ଦୁହିଁଙ୍କ ମଧ୍ୟରେ ବିଚାର କରିବାକୁ ଅବା ସମ୍ପତ୍ତି ବଣ୍ଟନ କରିବାକୁ ମୋତେ କିଏ ନିଯୁକ୍ତ କଲା?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କିନ୍ତୁ ସେ ତାହାଙ୍କୁ କହିଲେ, “ହେ ଭାଇ, କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ମଧ୍ୟସ୍ଥ କରି ନିଯୁକ୍ତ କଲା?”

Gade chapit la Kopi




ଲୂକ ଲିଖିତ ସୁସମାଚାର 12:14
11 Referans Kwoze  

ତୁମ୍ଭେ ଭୁଲକାମ କରୁଥିବା ଲୋକଙ୍କର ନ୍ୟାୟବିଗ୍ଭର କରୁଛ। କିନ୍ତୁ ତୁମ୍ଭେ ନିଜେ ମଧ୍ୟ ସେହିଭଳି ଭୁଲକାମ କରୁଛ। ସେଥିପାଇଁ ତୁମ୍ଭେ ଜାଣ ଯେ ପରମେଶ୍ୱର ନିଶ୍ଚିତ ଭାବରେ ତୁମ୍ଭର ନ୍ୟାୟବିଗ୍ଭର କରିବେ। ତୁମ୍ଭେ ବିଗ୍ଭରରୁ ରକ୍ଷା ପାଇ ପାରିବ ନାହିଁ।


ତୁମ୍ଭେ କେବଳ ଜଣେ ମଣିଷ। ପରମେଶ୍ୱରଙ୍କୁ ଓଲଟି ପ୍ରଶ୍ନ ପଗ୍ଭରିବାର ଅଧିକାର ତୁମ୍ଭର ନାହିଁ। ମାଟି କଳସୀଟି କୁମ୍ଭାରକୁ ପ୍ରଶ୍ନ କରେ ନାହିଁ ଯେ “ତୁମ୍ଭେ ମୋତେ ଏପରି ଭାବେ କାହିଁକି ଗଢ଼ିଲ?”


ଯଦି ତୁମ୍ଭେ ଭାବୁଛ ଯେ ତୁମ୍ଭେମାନେ ଅନ୍ୟ ଲୋକଙ୍କର ନ୍ୟାୟବିଗ୍ଭର କରି ପାରିବ ତା'ହେଲେ ତୁମ୍ଭେ ଭୁଲ୍ କରୁଛ। ତୁମ୍ଭେମାନେ ନିଜେ ମଧ୍ୟ ପାପର ଦୋଷୀ। ତୁମ୍ଭେ ଅନ୍ୟମାନଙ୍କର ନ୍ୟାୟ ବିଗ୍ଭର କରୁଛ, ହେଲେ ତୁମ୍ଭେ ମଧ୍ୟ ସେମାନଙ୍କ ପରି ମନ୍ଦ କାମ କରୁଛ। ଅତଏବ ଯେତେବେଳେ ତୁମ୍ଭେ ସେମାନଙ୍କର ନ୍ୟାୟବିଗ୍ଭର କରୁଛ, ସେତେବେଳେ ପ୍ରକୃତରେ ନିଜକୁ ଅପରାଧୀ ବୋଲି ନ୍ୟାୟବିଗ୍ଭର କରୁଛ।


ସେହି ଲୋକ ଜଣକ ଉତ୍ତର ଦେଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କର ଶାସକ ଓ ବିଗ୍ଭରକର୍ତ୍ତା କରି ନିଯୁକ୍ତ କରିଅଛି? ତୁମ୍ଭେ ସେହି ମିଶରୀୟ ଲୋକଟିକୁ ବଧ କଲା ପରି ମୋତେ ବଧ କରିବା ପାଇଁ ଯୋଜନା କରୁଛ କି?” ତହିଁରେ ମୋଶା ଭୟଭୀତ ହେଲେ। ମୋଶା ନିଜକୁ ନିଜେ ଚିନ୍ତା କଲେ, “ଏକଥା ପ୍ରାୟ ସମସ୍ତେ ଜାଣିଛନ୍ତି।”


ସେ ସ୍ତ୍ରୀଲୋକଟି ଉତ୍ତର ଦେଲା, “ନା, ପ୍ରଭୁ ସେମାନଙ୍କ ମଧ୍ୟରୁ କେହି ମୋତେ ଦଣ୍ଡନୀୟ ବୋଲି ବିଗ୍ଭର କଲେ ନାହିଁ।” ତା'ପରେ ଯୀଶୁ କହିଲେ, “ତେଣୁ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଗ୍ଭର କରୁ ନାହିଁ। ତୁମ୍ଭେ ବର୍ତ୍ତମାନ ଯାଇପାର, କିନ୍ତୁ କେବେ ଆଉ ପାପ କରିବ ନାହିଁ।”


ଯୀଶୁ ଜାଣିଥିଲେ ଯେ ଲୋକମାନେ ତାହାଙ୍କୁ ରାଜା କରିବା ପାଇଁ ଗ୍ଭହୁଁଥିଲେ। ଯେତେବେଳେ ତାହାଙ୍କୁ ଧରି ନେଇ ରାଜା କରିବାର ଯୋଜନା ଲୋକେ କଲେ, ସେତେବେଳେ ସେ ସେହି ସ୍ଥାନ ଛାଡ଼ି ଏକୁଟିଆ ପାହାଡ଼ ଉପରକୁ ଗ୍ଭଲିଗଲେ।


ସେହି ଲୋକମାନଙ୍କର ବିଶ୍ୱାସ ଦେଖି ଯୀଶୁ ସେହି ରୋଗୀଟିକୁ କହିଲେ, “ବନ୍ଧୁ! ତୁମ୍ଭର ପାପକ୍ଷମା କରି ଦିଆଗଲା।”


ହେ ମାନବ, ଯାହା ଉତ୍ତମ ତାହା ସଦାପ୍ରଭୁ ତୁମ୍ଭକୁ ଜଣାଇଛନ୍ତି। ଏହା ହିଁ ସଦାପ୍ରଭୁ ତୁମ୍ଭଠାରୁ ଇଚ୍ଛା କରନ୍ତି। ଅନ୍ୟମାନଙ୍କ ପ୍ରତି ଭଲହୁଅ, ବଦାନ୍ୟତା ଓ କରୁଣାକୁ ଭଲ ପାଅ, ପରମେଶ୍ୱରଙ୍କ ସହିତ ନମ୍ରତାର ସହିତ ବାସ କର।


ଅଳ୍ପ କିଛି ସମୟ ପରେ ଆଉ ଜଣେ ଲୋକ ପିତରଙ୍କୁ ଦେଖି କହିଲା, “ଯୀଶୁଙ୍କ ଅନୁଗମନ କରୁଥିବା ଲୋକଙ୍କ ମଧ୍ୟରୁ ତୁମ୍ଭେ ମଧ୍ୟ ଜଣେ।” କିନ୍ତୁ ପିତର କହିଲେ, “ନା, ମୁଁ ନୁହେଁ।”


ଜନସମୂହ ମଧ୍ୟରୁ କେହି ଜଣେ ଯୀଶୁଙ୍କୁ କହିଲା, “ଗୁରୁ! ଆମ୍ଭର ବାପା ଏବେ ମରିଗଲେ। ଆମ୍ଭ ବାପାଙ୍କ ସମ୍ପତ୍ତିକୁ ଆମ୍ଭ ଭିତରେ ଭାଗ କରିବା ପାଇଁ ମୋ’ ଭାଇକୁ କୁହନ୍ତୁ।”


Swiv nou:

Piblisite


Piblisite