Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:21 - ପବିତ୍ର ବାଇବଲ

21 “ଯେଉଁ ଲୋକ କେବଳ ନିଜ ପାଇଁ ଅନେକ ପଦାର୍ଥ ସାଇତି କରି ରଖେ, ତାହା ପ୍ରତି ଏହିଭଳି ଘଟିବ। ପରମେଶ୍ୱରଙ୍କ ଦୃଷ୍ଟିରେ ସେହିଲୋକ ଆଦୌ ଧନୀ ନୁହେଁ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଈଶ୍ଵରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ।

Gade chapit la Kopi

ଓଡିଆ ବାଇବେଲ

21 ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଈଶ୍ୱରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ପରିଶେଷରେ ଯୀଶୁ କହିଲେ, “ଯେଉଁମାନେ ନିଜ ପାଇଁ ଧନ ସଞ୍ଚୟ କରନ୍ତି, କିନ୍ତୁ ଐଶ୍ୱରିକ ବିଷୟରେ ଧନୀ ନୁହଁନ୍ତି, ସେମାନଙ୍କ ଦଶା ଏହିପରି ହେବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଈଶ୍ବରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 12:21
14 Referans Kwoze  

ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, ଶୁଣ! ପରମେଶ୍ୱର ବିଶ୍ୱାସରେ ଧନୀ ହେବା ପାଇଁ ପୃଥିବୀର ଗରିବ ଲୋକମାନଙ୍କୁ ବାଛିଛନ୍ତି। ଯେଉଁମାନେ ପରମେଶ୍ୱରଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ସେ ଯେଉଁ ରାଜ୍ୟ ଦେବା ପାଇଁ ପ୍ରତିଜ୍ଞା କରିଥଇଲେ, ସେଥିପାଇଁ ସେମାନଙ୍କୁ ବାଛିଛନ୍ତି।


ତେଣୁ ତୁମ୍ଭେମାନେ ନିଜର ସମସ୍ତ ସମ୍ପତ୍ତି ବିକି ଦେଇ ସେହି ଟଙ୍କା ଗରିବ ଲୋକଙ୍କ ମଧ୍ୟ ବାଣ୍ଟିଦିଅ। ଏ ସଂସାରର ଧନସମ୍ପତ୍ତି ସବୁଦିନ ପାଇଁ ରହିବ ନାହିଁ। ତେଣୁ ସବୁଦିନ ରହି ପାରୁଥିବା ଧନସମ୍ପତ୍ତି ସଂଗ୍ରହ କରା ନିଜ ପାଇଁ ସ୍ୱର୍ଗରେ ଧନସମ୍ପତ୍ତି ସଂଗ୍ରହ କର। ଏହା ଚିରକାଳ ରହିବ। ସ୍ୱର୍ଗରେ ତୁମ୍ଭମାନଙ୍କ ସମ୍ପତ୍ତିକୁ କେହି ଗ୍ଭେରେଇ ନେଇ ପାରିବ ନାହିଁ କି ତାକୁ କୀଟ ନଷ୍ଟ କରି ପାରିବ ନାହିଁ।


“ମୁଁ ତୁମ୍ଭର କଷ୍ଟ ଜାଣେ। ମୁଁ ଜାଣେ, ତୁମ୍ଭେ ଗରିବ। କିନ୍ତୁ ପ୍ରକୃତରେ ତୁମ୍ଭେ ଧନୀ। ତୁମ୍ଭ ବିରୁଦ୍ଧରେ ଅପବାଦ ମୁଁ ଶୁଣିଛି। ସେହି ମନ୍ଦକଥା କହିବା ଲୋକମାନେ ଯିହୂଦୀ ଅଟନ୍ତି। କିନ୍ତୁ ସେମାନେ ପ୍ରକୃତ ଯିହୂଦୀ ନୁହନ୍ତି। ସେମାନେ ଶୟତାନର ଦଳର ଲୋକ।


ତାକୁ ଧିକ୍, ଯିଏ ଦୋଷ କରି ଧନୀ ହୋଇଛି। ସେ ଗୋଟିଏ ନିରାପଦ ସ୍ଥାନରେ ବାସ କରିବାକୁ ଏହିସବୁ କରେ। ସେ ଭାବେ ଯେ, ସେ କୌଣସି ଅନିଷ୍ଟରୁ ନିଜକୁ ରକ୍ଷା କରି ପାରିବ।


ଇସ୍ରାଏଲ ଦ୍ରାକ୍ଷାଲତା ସଦୃଶ ପ୍ରଚୁର ଫଳ ଧାରଣ କରେ। କିନ୍ତୁ ଯେତେବେଳେ ଇସ୍ରାଏଲ ଅଧିକ ଜିନିଷ ଲାଭକଲେ ସେତେବେଳେ ସେ ଭଣ୍ତ ଦେବତାଙ୍କ ପୂଜା ପାଇଁ ଅଧିକ ଯଜ୍ଞବେଦି ନିର୍ମାଣ କଲେ। ତାଙ୍କର ରାଜ୍ୟ ଅଧିକ ଭଲ ହେଲା। ତେଣୁ ସେ ଭଣ୍ତ ଦେବତାଙ୍କ ପୂଜାଲାଗି ଅତିସୁନ୍ଦର ପଥରମାନ ସ୍ଥାପନ କଲେ।


କିନ୍ତୁ ତୁମ୍ଭେମାନେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ୱର ନିଜର କ୍ରୋଧ ଦେଖାଇବେ, ସେହି ଦିନ ତୁମ୍ଭେ ସେହି ଦଣ୍ଡ ପାଇବ। ସେହି ଦିନ ଲୋକେ ପରମେଶ୍ୱରଙ୍କର ଠିକ୍ ନ୍ୟାୟବିଗ୍ଭର ଦେଖିବେ।


ତୁମ୍ଭେମାନେ ଯଦି ସାଂସାରିକ ସମ୍ପତ୍ତି ପାଇଁ ବିଶ୍ୱାସ ଯୋଗ୍ୟ ବୋଲି ପ୍ରମାଣିତ ହୋଇ ପାରିବ ନାହିଁ, ତେବେ ତୁମ୍ଭମାନଙ୍କୁ ସତ୍ୟ ସମ୍ପତ୍ତି ପାଇଁ କିଏ ବିଶ୍ୱାସ କରିବ?


“କିନ୍ତୁ ହେ ଧନୀ ଲୋକମାନେ! ତୁମ୍ଭକୁ ଧିକ୍ କାରଣ ତୁମ୍ଭେମାନେ ଆରାମଦାୟକ ଜୀବନ କଟାଇ ଆସିଛ।


ଆମ୍ଭର ବହୁତ ଦୁଃଖ ଅଛି କିନ୍ତୁ ଆମ୍ଭେ ସର୍ବଦା ପ୍ରସନ୍ନ ରହୁ। ଆମ୍ଭେ ଗରିବ, କିନ୍ତୁ ଅନେକଙ୍କୁ ଧନୀ କରୁ। ଆମ୍ଭର କିଛି ନାହିଁ, କିନ୍ତୁ ଆମ୍ଭର ସବୁକିଛି ଅଛି।


କେହି କେହି ଆପଣାକୁ ଧନୀ ବୋଲି ପରିଚୟ ଦିଅନ୍ତି। କିନ୍ତୁ ତା'ର କିଛି ନ ଥାଏ, ମାତ୍ର କେତେକଙ୍କର ଧନ ଥାଇ ମଧ୍ୟ ସେମାନେ ଦରିଦ୍ର ପରି ଆଚରଣ କରନ୍ତି।


ଯେଉଁମାନେ ଧନୀ ହେବାକୁ ଗ୍ଭହୁଁଛନ୍ତି, ସେମାନେ ପ୍ରଲୋଭନ ଫାନ୍ଦରେ ପଡ଼ି ଯାଆନ୍ତି। ଅନେକ ମୂର୍ଖତାପୂର୍ଣ୍ଣ ଓ ଦୁଃଖ ଦେଉଥିବା ବିଷୟ ଗୁଡ଼ିକ ପାଇଁ ସେମାନେ ଇଚ୍ଛା ପୋଷଣ କରନ୍ତି। ସେଗୁଡ଼ିକ ଲୋକମାନଙ୍କୁ ନଷ୍ଟ କରି ତଳିତଳାନ୍ତ କରିଦିଏ।


Swiv nou:

Piblisite


Piblisite