Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:26 - ପବିତ୍ର ବାଇବଲ

26 ତେବେ ତୁମ୍ଭେମାନେ ଯଦି ଏଡ଼ିକି ଛୋଟିଆ କାମଟିଏ କରି ପାରିବ ନାହିଁ, ତେବେ ଅନ୍ୟସବୁ ବଡ଼ ବଡ଼ କାମ ପାଇଁ କାହିଁକି ବ୍ୟସ୍ତ ହୋଇ ପଡ଼ୁଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଅତଏବ, ତୁମ୍ଭେମାନେ ଯଦି ସବୁଠାରୁ କ୍ଷୁଦ୍ର ବିଷୟ ସୁଦ୍ଧା କରିବାକୁ ସକ୍ଷମ ନୁହଁ, ତେବେ ଅନ୍ୟ ସମସ୍ତ ବିଷୟ ସମ୍ଵନ୍ଧରେ କାହିଁକି ଚିନ୍ତା କରୁଅଛ?

Gade chapit la Kopi

ଓଡିଆ ବାଇବେଲ

26 ଅତଏବ, ଯଦି ତୁମ୍ଭେମାନେ କ୍ଷୁଦ୍ର ବିଷୟ ସୁଦ୍ଧା କରିବାକୁ ସକ୍ଷମ ନୁହଁ, ତେବେ ଅନ୍ୟ ସମସ୍ତ ବିଷୟରେ କାହିଁକି ଚିନ୍ତା କରୁଅଛ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ଯଦି ଏପରି କ୍ଷୁଦ୍ର ବିଷୟ କରିବା ପାଇଁ ତୁମେ ଅକ୍ଷମ, ତେବେ ଅନ୍ୟ ବିଷୟଗୁଡ଼ିକ ପାଇଁ କାହିଁକି ଚିନ୍ତିତ ହେଉଛ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଅତଏବ, ଯଦି ତୁମ୍ଭେମାନେ କ୍ଷୁଦ୍ର ବିଷୟ ସୁଦ୍ଧା କରିବାକୁ ସକ୍ଷମ ନୁହଁ, ତେବେ ଅନ୍ୟ ସମସ୍ତ ବିଷୟରେ କାହିଁକି ଚିନ୍ତା କରୁଅଛ?

Gade chapit la Kopi




ଲୂକ ଲିଖିତ ସୁସମାଚାର 12:26
7 Referans Kwoze  

ତୁମ୍ଭର ସମସ୍ତ ଚିନ୍ତା ତାହାଙ୍କ ଉପରେ ରଖ, କାରଣ ସେ ତୁମ୍ଭର ଯତ୍ନ ନିଅନ୍ତି।


ଆମ୍ଭର ଜୀବନ ହେଉଛି ଏକ ଦର୍ପଣର ପ୍ରତିବିମ୍ବ ସଦୃଶ। ଆମ୍ଭେ ଜୀବନସାରା ବସ୍ତୁ ପଛରେ ଧାଇଁ ଧାଇଁ କଟାଇ ଦେଉ। କିନ୍ତୁ ଆମ୍ଭେ ଜାଣୁନା ଆମ୍ଭର ମୃତ୍ୟୁପରେ ସେ ସବୁକୁ କିଏ ପାଇବ।


ପରମେଶ୍ୱରଙ୍କ କାର୍ଯ୍ୟକୁ ଅନୁଧ୍ୟାନ କର। କାରଣ ସେ ଯାହା ବକ୍ର କରନ୍ତି, ତାକୁ କେହି ଠିକ୍ କରି ପାରିବ ନାହିଁ।


“ତେଣୁ ତୁମ୍ଭେମାନେ କ’ଣ ଖାଇବ, କ’ଣ ପିଇବ ସେ ବିଷୟରେ ଆଦୌ ଚିନ୍ତା କର ନାହିଁ। ଆଦୌ ବ୍ୟସ୍ତ ହୁଅ ନାହିଁ।


“ଅତଏବ ମୁଁ ତୁମ୍ଭକୁ କହୁଛି, ବଞ୍ଚିବା ପାଇଁ ଖାଇବା ପିଇବା ବିଷୟରେ ଚିନ୍ତା କର ନାହିଁ। ନିଶ୍ଚିତ ରୂପରେ ଜୀବନ ଖାଦ୍ୟ ଅପେକ୍ଷା ଓ ଶରୀର ପୋଷାକ ଅପେକ୍ଷା ମହତ୍ତ୍ୱପୂର୍ଣ୍ଣ।


ତୁମ୍ଭମାନଙ୍କ ଭିତରେ କ’ଣ ଏପରି କିଏ ଅଛି, ଯେ କି ଏଗୁଡ଼ିକ ପାଇଁ ବ୍ୟସ୍ତ ହେବା ଦ୍ୱାରା ନିଜ ପରମାୟୁରେ ଆଉ ଘଡ଼ିଏ ସମୟ ଯୋଡ଼ି ପାରିବ?


“ବନ୍ୟ ଫୁଲଗୁଡ଼ିକୁ ଦେଖ, ସେମାନେ କିପରି ଫୁଟନ୍ତି? ସେମାନେ ପରିଶ୍ରମ କରନ୍ତି ନାହିଁ, କି ଲୁଗା ବୁଣନ୍ତି ନାହିଁ। କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ସବୁଠାରୁ ମହାନ୍ ଓ ଧନବାନ ରାଜା ଶଲୋମନ ମଧ୍ୟ ସେହି ଫୁଲମାନଙ୍କ ମଧ୍ୟରୁ କୌଣସି ଗୋଟିଏ ପରି ସୁଦ୍ଧା ସୁସଜ୍ଜିତ ହୋଇପାରି ନ ଥିଲେ।


Swiv nou:

Piblisite


Piblisite