ଲୂକ ଲିଖିତ ସୁସମାଚାର 12:45 - ପବିତ୍ର ବାଇବଲ45 “କିନ୍ତୁ ଯଦି ସେବକଟି ଦୁଷ୍ଟ ହୋଇଥିବ ଓ ମନେ ମନେ କହିବ, ମୋ’ ମାଲିକ ତୁରନ୍ତ ଆସିବେ ନାହିଁ, ତେବେ କ’ଣ ଘଟିବ? ସେ ଅନ୍ୟ ପୁରୁଷ ଓ ମହିଳା ସେବକମାନଙ୍କୁ ମାରପିଟ୍ କରିବା ଆରମ୍ଭ କରିଦେବ ଓ ନିଜେ ଖିଆପିଆରେ ବୁଡ଼ି ରହିବ ଓ ମଦ ପିଇ ମାତାଲ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)45 କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ଵ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ, Gade chapit laଓଡିଆ ବାଇବେଲ45 କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ, Gade chapit laପବିତ୍ର ବାଇବଲ (CL) NT (BSI)45 କିନ୍ତୁ ଯଦି ସେହି ଦାସ ମନେ ମନେ ଭାବେ ଯେ ଘରର ମାଲିକ ଫେରି ଆସିବା ପାଇଁ ବିଳମ୍ବ ଅଛି ଓ ସେ ଅନ୍ୟ ଦାସଦାସୀମାନଙ୍କୁ ମାରଧର କରେ ଏବଂ ଖାଇ ପିଇ ମାତାଲ ହୁଏ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ, Gade chapit la |
ଏହି ଭଣ୍ଡ ଶିକ୍ଷକମାନେ ଅନେକ ଲୋକଙ୍କୁ ଦୁଃଖ ଦେଇଛନ୍ତି। ଅତଏବ ସେମାନେ ନିଜେ ଦୁଃଖ ପାଇବେ। ସେମାନେ କରିଥିବା କାମର ଏହା ହେଉଛି ପ୍ରତିଦାନ। ଏହି ଭଣ୍ଡ ଶିକ୍ଷକମାନେ ଭାବନ୍ତି ଯେ ସମସ୍ତଙ୍କ ଆଗରେ ଖୋଲାଖୋଲି ଭାବେ ମନ୍ଦ କାମ କରିବା ଗୋଟିଏ ଆନନ୍ଦର ବିଷୟ ଅଟେ। ମନ୍ଦ କାମ କରି ସେମାନେ ଆନନ୍ଦ ଉପଭୋଗ କରନ୍ତି। ତୁମ୍ଭମାନଙ୍କ ସହିତ ଭୋଜି ଉତ୍ସବରେ ସମ୍ମିଳିତ ହେବା ବେଳେ, ସେମାନେ ତୁମ୍ଭ ନିମନ୍ତେ ମଇଳା ଦାଗ ଓ କଳଙ୍କି ଦାଗ ଭଳି ଲଜ୍ଜାର କାରଣ ସ୍ୱରୂପ ଅଟନ୍ତି।