Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:59 - ପବିତ୍ର ବାଇବଲ

59 ଯେଉଁଦିନ ପର୍ଯ୍ୟନ୍ତ ତୁମ୍ଭେ ପ୍ରତ୍ୟେକ ଋଣର ମୂଲ୍ୟ ଶେଷ ପଇସା ପର୍ଯ୍ୟନ୍ତ ନ ଦେଇଛ, ସେ ପର୍ଯ୍ୟନ୍ତ ତୁମ୍ଭେମାନେ ସେଠାରୁ ମୁକ୍ତି ପାଇ ପାରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

59 ମୁଁ ତୁମ୍ଭକୁ କହୁଅଛି, ତୁମ୍ଭେ ଶେଷ କଉଡ଼ିଟି ନ ଶୁଝିବା ପର୍ଯ୍ୟନ୍ତ ସେହିସ୍ଥାନରୁ କୌଣସି ପ୍ରକାରେ ବାହାରିଆସି ପାରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

59 ମୁଁ ତୁମ୍ଭକୁ କହୁଅଛି, ତୁମ୍ଭେ ଶେଷ କଉଡ଼ିଟି ନ ସୁଝିବା ପର୍ଯ୍ୟନ୍ତ ସେହି ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସି ପାରିବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

59 ମୁଁ କହୁଛି, ପୂର୍ଣ୍ଣମାତ୍ରାରେ ଜୋରିମାନା ନ ଦେବା ଯାଏ ତୁମେ ସେଠାରେ ରହିଥିବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

59 ମୁଁ ତୁମ୍ଭକୁ କହୁଅଛି, ତୁମ୍ଭେ ଶେଷ କଉଡ଼ିଟି ନ ସୁଝିବା ପର୍ଯ୍ୟନ୍ତ ସେହି ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସିପାରିବ ନାହିଁ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 12:59
7 Referans Kwoze  

ପରେ ଗରିବ ବିଧବାଟିଏ ସେଠାକୁ ଆସିଲା ଓ ସେଥିରେ ସେ ମାତ୍ର ଦୁଇଟି ତମ୍ବା-ମୁଦ୍ରା ପକେଇଲା। ଏହି ମୁଦ୍ରା ଦୁଇଟିର ମୂଲ୍ୟ ପଇସାଟିଏ ସାଙ୍ଗରେ ବି ସମାନ ନୁହେଁ।


ତା'ର ମାଲିକ ଖୁବ୍ ରାଗିଗଲେ, ଦଣ୍ଡ ଦେବା ପାଇଁ ସେ ଗ୍ଭକରକୁ କାରାଗାରରେ ରଖିଲେ। ସମସ୍ତ ଋଣ ପରିଶୋଧ କରା ନ ଯିବା ପର୍ଯ୍ୟନ୍ତ ଗ୍ଭକରଟିକୁ କାରାଗାରରେ ରହିବାକୁ ହେଲା।


ଆମ୍ଭେ ସର୍ବଦା ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛୁ। ଆମ୍ଭ ପାଇଁ ଏଭଳି କରିବା ଠିକ୍ ବୋଲି ଆମ୍ଭେ ଉଚିତ୍ ମନେ କରୁଛୁ। ତୁମ୍ଭମାନଙ୍କ ବିଶ୍ୱାସ ଯେହେତୁ ଅଧିକରୁ ଅଧିକ ବୃଦ୍ଧି ପାଇଛି, ଏହା ଠିକ୍ ବୋଲି ପ୍ରମାଣିତ ହେଉଛି।


ତା’ ଛଡ଼ା ତୋର ଓ ଆମ୍ଭ ମଝିରେ ଗୋଟିଏ ବଡ଼ ଖାତ ଅଛି। ତୋତେ ସାହାଯ୍ୟ କରିବା ପାଇଁ ସେହି ଖାତକୁ କେହି ପାରି ହୋଇ ଯାଇ ପାରିବେ ନାହିଁ।’ ଏବଂ ସେହି ସ୍ଥାନ ଛାଡ଼ି କେହି ଏଠାକୁ ଆସି ପାରିବେ ନାହିଁ।


“ତା'ପରେ ଏହି ଲୋକଗୁଡ଼ିକ ଗ୍ଭଲିଯିବେ, ସେମାନଙ୍କୁ ସବୁ ଦିନ ପାଇଁ ଦଣ୍ଡ ଭୋଗିବାକୁ ପଡ଼ିବ। କିନ୍ତୁ ଭଲ ଲୋକମାନେ ଅନନ୍ତ ଜୀବନ ଲାଭ କରିବେ।”


“ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, ‘ମୋ’ ପାଖରୁ ଗ୍ଭଲିଯାଅ। ପରମେଶ୍ୱର ତୁମ୍ଭ ନିମନ୍ତେ ଦଣ୍ଡ ନିରୂପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ଯିବ, ଯାହାକି ଶୟତାନ ଓ ତା'ର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହୋଇଛି।


ମୁଁ ତୁମ୍ଭକୁ ସତ୍ୟ କହୁଛି, ଯେଉଁ ପର୍ଯ୍ୟନ୍ତ ତୁମ୍ଭେ ପାହୁଲା-ପାହୁଲା କରି ନ ଶୁଝିଛ, ସେପର୍ଯ୍ୟନ୍ତ କାରାଗାର ଭିତରୁ ବାହାରି ଆସି ପାରିବ ନାହିଁ।


Swiv nou:

Piblisite


Piblisite