Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:9 - ପବିତ୍ର ବାଇବଲ

9 କିନ୍ତୁ ଯେଉଁ ଲୋକ ଅନ୍ୟମାନଙ୍କ ଆଗରେ ଠିଆ ହୋଇ କୁହେ ଯେ, ସେ ମୋ'ଠାରେ ବିଶ୍ୱାସ କରେ ନାହିଁ, ତେବେ ମୁଁ ମଧ୍ୟ ପରମେଶ୍ୱରଙ୍କ ଦୂତମାନଙ୍କ ଆଗରେ କହିବି ଯେ ସେ ଲୋକ ମୋ’ ନିଜ ଲୋକ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ଵୀକାର କରିବ, ସେ ଈଶ୍ଵରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ଵୀକାର କରାଯିବ।

Gade chapit la Kopi

ଓଡିଆ ବାଇବେଲ

9 କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ୱୀକାର କରିବ, ତାହାକୁ ଈଶ୍ୱରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ୱୀକାର କରାଯିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 କିନ୍ତୁ ଯେ ମୋତେ ସର୍ବସାକ୍ଷାତରେ ଅଗ୍ରାହ୍ୟ କରେ, ମନୁଷ୍ୟପୁତ୍ର ଈଶ୍ୱରଙ୍କ ଦୂତମାନଙ୍କ ସମ୍ମୁଖରେ ମଧ୍ୟ ତାହାକୁ ଅଗ୍ରାହ୍ୟ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ୱୀକାର କରିବ, ତାହାକୁ ଈଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ୱୀକାର କରାଯିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 12:9
15 Referans Kwoze  

ଯଦି ଆମ୍ଭେ ଯାତନା ସହିବା, ତା'ହେଲେ ଆମ୍ଭେ ତାଙ୍କ ସହିତ ଶାସନ କରିବା। ଯଦି ଆମ୍ଭେ ତାଙ୍କୁ ଗ୍ରହଣ କରିବା ପାଇଁ ମନା କରିବା, ତା'ହେଲେ ସେ ଆମ୍ଭକୁ ଗ୍ରହଣ କରିବା ପାଇଁ ମନା କରିବେ।


ଯଦି କୌଣସି ଲୋକ ମୋ’ ପାଇଁ ବା ମୋ’ ଉପଦେଶ ପାଇଁ ଲଜ୍ଜିତ ହୋଇଥାଏ, ତେବେ ମୁଁ ମଧ୍ୟ ତା’ ପାଇଁ ଲଜ୍ଜିତ ହେବି। ଯେତେବେଳେ ମନୁଷ୍ୟପୁତ୍ର ନିଜ ମହିମା, ପରମପିତାଙ୍କ ମହିମା ଓ ପବିତ୍ର ସ୍ୱର୍ଗଦୂତଙ୍କ ମହିମା ସହିତ ଆଗମନ କରିବେ, ସେତେବେଳେ ସେ ତା’ ପାଇଁ ଲଜ୍ଜିତ ହେବେ।


ଏହି ଯୁଗର ଲୋକେ ବର୍ତ୍ତମାନ ପାପ ଓ ବ୍ୟଭିଗ୍ଭରର ଖରାପ ସମୟରେ ବାସ କରୁଛନ୍ତି। ଯଦି କେହି ଲୋକ ମୋ’ ନାମ ଓ ମୋ’ ଉପଦେଶ ଯୋଗୁଁ ଲଜ୍ଜା ବୋଧ କରେ ତେବେ ମନୁଷ୍ୟପୁତ୍ର ଯେତେବେଳେ ସ୍ୱର୍ଗ ଦୂତମାନଙ୍କ ସହିତ ନିଜ ପରମପିତାଙ୍କ ମହିମା ସହିତ ଆସିବେ, ସେତେବେଳେ ସେ ମଧ୍ୟ ସେହି ଲୋକ ଯୋଗୁଁ ଲଜ୍ଜା ବୋଧ କରିବେ।”


କିନ୍ତୁ ଯେଉଁ ଲୋକ ସମସ୍ତଙ୍କ ଆଗରେ ଠିଆ ହୋଇ କୁହେ ଯେ ସେ ମୋତେ ବିଶ୍ୱାସ କରେ ନାହିଁ, ତେବେ ମୁଁ ମଧ୍ୟ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କ ଆଗରେ କହିବି ଯେ ସେ ଲୋକ ମୋ’ ନିଜ ଲୋକ ନୁହେଁ।


“ମୁଁ ତୁମ୍ଭର ସବୁକାର୍ଯ୍ୟ ଜାଣେ। ଦେଖ, ମୁଁ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ୱାର ଖୋଲା ରଖିଛି। କେହି ତାହାକୁ ବନ୍ଦ କରି ପାରିବେ ନାହିଁ। ମୁଁ ଜାଣେ, ତୁମ୍ଭେ ଦୁର୍ବଳ। କିନ୍ତୁ ତୁମ୍ଭେ ମୋର ଶିକ୍ଷା ଅନୁସରଣ କରିଛ। ତୁମ୍ଭେ ମୋ’ ନାମ ଉଚ୍ଚାରଣ କରିବା ପାଇଁ କେବେ ଭୟ କରି ନାହଁ।


ତେବେ ମୁଁ ସେମାନଙ୍କୁ ଖୋଲାଖୋଲି ଭାବରେ କହିବି ଯେ, ‘ମୁଁ ତୁମ୍ଭକୁ ଆଦୌ ଜାଣିନି। ଆରେ କୁକର୍ମୀମାନେ, ମୋ’ ପାଖରୁ ଗ୍ଭଲିଯାଅ।’


ଯେଉଁ ବ୍ୟକ୍ତି ପୁତ୍ରକୁ ବିଶ୍ୱାସ କରେ ନାହିଁ, ପିତା ତାହାଙ୍କଠାରେ ବାସ କରନ୍ତି ନାହିଁ। ଯେଉଁ ବ୍ୟକ୍ତି ପୁତ୍ରକୁ ଗ୍ରହଣ କରେ, ତାହାଙ୍କଠାରେ ପିତା ମଧ୍ୟ ଅଛନ୍ତି।


“କିନ୍ତୁ ବର ଉତ୍ତର ଦେଲେ, ‘ମୁଁ ତୁମ୍ଭକୁ ସତ୍ୟ କହୁଛି, ମୁଁ ତୁମ୍ଭକୁ ଚିହ୍ନି ନାହିଁ।’


ପ୍ରିୟ ପିଲାମାନେ, ତାହାଙ୍କଠାରେ ରୁହ। ଏହା କଲେ, ଖ୍ରୀଷ୍ଟ ଯେଉଁଦିନ ଆସିବେ ଆମ୍ଭେମାନେ ଭରସାଯୁକ୍ତ ହୋଇ ଭୟ କରିବା ନାହିଁ। ଯେଉଁଦିନ ସେ ଆସିବେ, ସେହି ଦିନ ଆମ୍ଭକୁ ଲଜ୍ଜିତ ହେବାକୁ କିମ୍ବା ଆତ୍ମଗୋପନ କରିବାକୁ ପଡ଼ିବ ନାହିଁ।


“ତା'ପରେ ରାଜା ତାହାଙ୍କ ବାମ ପଟର ଲୋକମାନଙ୍କୁ କହିବେ, ‘ମୋ’ ପାଖରୁ ଗ୍ଭଲିଯାଅ। ପରମେଶ୍ୱର ତୁମ୍ଭ ନିମନ୍ତେ ଦଣ୍ଡ ନିରୂପଣ କରିଛନ୍ତି। ତୁମ୍ଭେ ଚିରକାଳ ଜଳୁଥିବା ନିଆଁକୁ ଯିବ, ଯାହାକି ଶୟତାନ ଓ ତା'ର ଦୂତମାନଙ୍କ ପାଇଁ ପ୍ରସ୍ତୁତ ହୋଇଛି।


“ମନୁଷ୍ୟପୁତ୍ର ପୁଣି ଥରେ ଆସିବେ, ସେ ତାହାଙ୍କର ମହିମା ସହିତ ଆସିବେ। ତାହାଙ୍କ ସହିତ ସମସ୍ତ ସ୍ୱର୍ଗଦୂତମାନେ ଆସିବେ। ସେ ରାଜା ହେବେ ଏବଂ ତାହାଙ୍କର ମହାନ ସିଂହାସନ ଉପରେ ବସିବେ।


ସେହିଭଳି ଜଣେ ପାପୀ ତା’ ହୃଦୟ ପରିବର୍ତ୍ତନ କଲେ, ପରମେଶ୍ୱରଙ୍କ ଦୂତମାନେ ବହୁତ ଆନନ୍ଦିତ ହୁଅନ୍ତି।”


କିନ୍ତୁ ପିତର ଏ କଥା ଅସ୍ୱୀକାର କଲେ। ସେ କହିଲେ, “ନା ଭଉଣୀ, ମୁଁ ତାହାଙ୍କୁ ଜାଣେ ନାହିଁ।”


Swiv nou:

Piblisite


Piblisite