Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 13:1 - ପବିତ୍ର ବାଇବଲ

1 ସେତେବେଳେ ଯୀଶୁଙ୍କ ପାଖରେ କେତେକ ଲୋକ ଥିଲେ। ଗାଲିଲୀର କେତେକ ଲୋକଙ୍କର ଯାହା ଘଟିଥିଲା, ସେହି ବିଷୟରେ ସେମାନେ ଯୀଶୁଙ୍କୁ କହିଲେ। ସେମାନେ ଉପାସନା କରୁଥିବା ସମୟରେ ପୀଲାତ ସେହି ଲୋକମାନଙ୍କୁ ହତ୍ୟା କରିଥିଲେ, ଓ ବଳିପଶୁମାନଙ୍କ ରକ୍ତ ସହିତ ସେମାନଙ୍କ ରକ୍ତକୁ ମିଶାଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶ୍ରିତ କରିଥିଲେ, ସେମାନଙ୍କ ବିଷୟରେ ତାହାଙ୍କୁ ଜଣାଇଲେ।

Gade chapit la Kopi

ଓଡିଆ ବାଇବେଲ

1 ୧. ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶାଇଥିଲେ, ସେମାନଙ୍କ ବିପକ୍ଷରେ ତାହାଙ୍କୁ ଜଣାଇଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ସେ ସମୟରେ ସେଠାରେ ଥିବା କେତେକ ଲୋକ ଯୀଶୁଙ୍କୁ କହିଲେ ଯେ, ଗାଲିଲୀୟମାନେ ଈଶ୍ୱରଙ୍କ ନିକଟରେ ବଳି ଉତ୍ସର୍ଗ କରୁଥିବା ସମୟରେ ପୀଲାତ ସେମାନଙ୍କୁ ହତ୍ୟା କରିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶାଇଥିଲେ, ସେମାନଙ୍କ ବିଷୟରେ ଯୀଶୁଙ୍କୁ ଜଣାଇଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 13:1
8 Referans Kwoze  

ହେ ସଦାପ୍ରଭୁ, ଦେଖ ଓ ନିରୀକ୍ଷଣ କର, ତୁମ୍ଭେ ତାହା ପ୍ରତି ଏ ପ୍ରକାର ବ୍ୟବହାର କରିଅଛ! ମୁଁ ଏହି ପ୍ରଶ୍ନ ତୁମ୍ଭକୁ ପଗ୍ଭରୁଛି, କୌଣସି ମା କ’ଣ ତା'ର ଗର୍ଭସ୍ଥ ସନ୍ତାନକୁ ଯାହାକୁ ନିଜେ ଲାଳନପାଳନ କରିଛି, ତାକୁ ଭକ୍ଷ୍ୟଣ କରିବ? ଯାଜକଗଣ ଓ ଭବିଷ୍ୟ‌ଦ୍‌ବକ୍ତା କ’ଣ ସଦାପ୍ରଭୁଙ୍କ ପବିତ୍ର ମନ୍ଦିରରେ ନିହତ ହେବେ କି?


ତାହାଙ୍କ ପରେ ଜନଗଣନା ସମୟରେ ଗାଲିଲୀ ଦେଶର ଯିହୂଦା ନାମକ ଜଣେ ବ୍ୟକ୍ତି ବାହାରିଲେ। ସେ ମଧ୍ୟ କେତେକ ଲୋକଙ୍କୁ ନିଜର ଶିଷ୍ୟ କଲେ। କିନ୍ତୁ ତାହାଙ୍କୁ ମଧ୍ୟ ହତ୍ୟା କରାଗଲା। ତାହାଙ୍କର ସମସ୍ତ ଅନୁଗାମୀମାନେ ଛିନ୍ନଭିନ୍ନ ହୋଇ ପଳାଇଗଲେ।


ସେମାନେ ଯୀଶୁଙ୍କୁ ବାନ୍ଧି ପକାଇଲେ। ତା'ପରେ ତାହାଙ୍କୁ ରାଜ୍ୟପାଳ ପୀଲାତଙ୍କ ପାଖକୁ ନେଇଗଲେ, ଓ ତାହାଙ୍କ ହାତରେ ଯୀଶୁଙ୍କୁ ଦେଇଦେଲେ।


ତା’ ପରଦିନ ଅତି ସକାଳୁ ସମସ୍ତ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନେ ଏକାଠି ହେଲେ, ଓ ଯୀଶୁଙ୍କୁ ବଧ କରିବା ପାଇଁ ଯୋଜନା କଲେ।


ସେହି ଦୁଇଜଣ ପୁରୁଷ ପ୍ରେରିତମାନଙ୍କୁ କହିଲେ, “ହେ ଗାଲିଲୀର ଲୋକେ, ତୁମ୍ଭେମାନେ ଏଠାରେ ଠିଆ ହୋଇ ଆକାଶ ଆଡ଼େ କାହିଁକି ଗ୍ଭହିଁଛ? ଏହି ଯୀଶୁଙ୍କୁ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଉଠାଇ ନିଆଗଲା, ସେ ସ୍ୱର୍ଗକୁ ଗଲେ ଓ ତୁମ୍ଭେମାନେ ତାହାଙ୍କୁ ଉପରକୁ ଯିବାର ଯେପରି ଦେଖିଲ, ସେହିପରି ସେ ପୁଣି ଫେରି ଆସିବେ।”


ଏଥିରେ ଯିହୂଦୀମାନେ ଆଶ୍ଚର୍ଯ୍ୟ ହୋଇ ପରସ୍ପର ମଧ୍ୟରେ କଥାବାର୍ତ୍ତା ହେଲେ, “ଦେଖ, ଏହିପରି କଥା କହିଥିବା ଏହି ସମସ୍ତ ଲୋକେ ଗାଲିଲୀର ନୁହନ୍ତି କି?


Swiv nou:

Piblisite


Piblisite