Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 13:17 - ପବିତ୍ର ବାଇବଲ

17 ଯୀଶୁ ଏ କଥା କହିବା ବେଳେ ଯେଉଁସବୁ ଲୋକେ ତାହାଙ୍କୁ ସମାଲୋଚନା କରୁଥିଲେ, ସେମାନେ ଲଜ୍ଜିତ ହେଲେ। ଯୀଶୁ ଯେଉଁସବୁ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କଲେ, ତାକୁ ଦେଖି ସବୁ ଲୋକ ଖୁସୀ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକସମୂହ ତାହାଙ୍କ କୃତ ସମସ୍ତ ମହତ କର୍ମ ସକାଶେ ଆନନ୍ଦ କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

17 ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଏହି କଥା ତାଙ୍କ ଶତ୍ରୁମାନଙ୍କୁ ଲଜ୍ଜିତ କଲା। ଅଥଚ ତାଙ୍କର ଆଶ୍ଚର୍ଯ୍ୟ କର୍ମ ହେତୁ ଲୋକମାନେ ଆନନ୍ଦ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 13:17
19 Referans Kwoze  

କିନ୍ତୁ ତୁମ୍ଭେ ସେମାନଙ୍କୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ୍ ଯେ, ତୁମ୍ଭେ ଠିକ୍ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧରେ ମନ୍ଦ କଥା କହୁଛନ୍ତି, ସେମାନେ ଲଜ୍ଜିତ ହେବେ। ତୁମ୍ଭେ ଖ୍ରୀଷ୍ଟଙ୍କଠାରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସେମାନେ ମନ୍ଦ କଥାଗୁଡ଼ିକ କୁହନ୍ତି। ସେମାନେ ତୁମ୍ଭ ବିଷୟରେ ମନ୍ଦ କଥା କହିଥିବା ହେତୁ ଲଜ୍ଜିତ ହେବେ।


ତାଙ୍କର ଶତ୍ରୁଗଣଙ୍କୁ ଲଜ୍ଜାରେ ଆଚ୍ଛାଦିତ କରିବା, କିନ୍ତୁ ତାଙ୍କ ମୁଣ୍ଡ ଉପରେ ଚ‌କ୍‌ଚକ୍ କରୁଥିବା ରାଜମୁକୁଟ ଶୋଭା ପାଇବ।”


କିନ୍ତୁ ନିଜ କର୍ମରେ ସେମାନେ ସଫଳକାମ ହେବେ ନାହିଁ। ସମସ୍ତେ ଦେଖିବେ ଯେ ସେମାନଙ୍କର ମୂର୍ଖତା ପ୍ରକାଶିତ ହୋଇଛି। ଯନ୍ନୀସ୍ ଓ ଯମ୍ବ୍ରୀସ୍ ସହିତ ମଧ୍ୟ ଏହା ଘଟିଥିଲା।


ଯୀଶୁଙ୍କୁ ଆଉ ଅଧିକ ପ୍ରଶ୍ନ ପଗ୍ଭରିବାକୁ କେହି ସାହସ କଲେ ନାହିଁ।


କିନ୍ତୁ ସବୁ ଲୋକ ଯୀଶୁଙ୍କ ଉପଦେଶ ମନଧ୍ୟାନ ଦେଇ ଶୁଣୁଥିଲେ। ସେମାନେ ଯୀଶୁଙ୍କ କଥାପ୍ରତି ପ୍ରବଳ ଆଗ୍ରହ ପ୍ରକାଶ କରୁଥିଲେ। ତେଣୁ ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ କ’ଣ କରିବେ ବୋଲି କିଛି ସ୍ଥିର କରି ପାରୁ ନ ଥିଲେ।


ତତ୍ ସଙ୍ଗେ ସଙ୍ଗେ ଅନ୍ଧଟି ଦୃଷ୍ଟି ଶକ୍ତି ଫେରିପାଇଲା। ସେ ପରମେଶ୍ୱରଙ୍କୁ ପ୍ରଶଂସା କରି ଯୀଶୁଙ୍କୁ ଅନୁସରଣ କଲା। ଏହି ଘଟଣା ଦେଖି ଥିବା ଲୋକେ ପରମେଶ୍ୱରଙ୍କୁ ସ୍ତୁତିଗାନ କଲେ।


ଯୀଶୁ ଯାହା ପଗ୍ଭରିଲେ ସେମାନେ କିଛି ଉତ୍ତର ଦେଇ ପାରିଲେ ନାହିଁ।


ତାହାହେଲେ ଲୋକେ କହିବେ, ‘କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି।’” ତାଙ୍କ ନିକଟକୁ ସେମାନେ ଆସିବେ। ଯେଉଁମାନେ ତାଙ୍କ ଉପରେ କ୍ରୋଧ କରିଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ।


ସେହି ସମୟରେ, ସଦାପ୍ରଭୁଙ୍କ ଶାଖା (ଯିହୁଦା) ଅତି ମନୋରମ ଆକର୍ଷଣୀୟ ଓ ମହାନ ହେବ। ଇସ୍ରାଏଲର ପରିବେଷ୍ଟନୀୟର ଉପଯୋଗୀ ସେମାନଙ୍କ ଦେଶର ଉତ୍ତମ ଫଳ ଯୋଗୁଁ ଗୌରବାନ୍ୱିତ ହେବେ।


ପରମେଶ୍ୱର ବାସ୍ତବରେ ଗୌରବପୂର୍ଣ୍ଣ ଓ ଆଶ୍ଚର୍ଯ୍ୟଜନକ କାର୍ଯ୍ୟମାନ କରନ୍ତି ଓ ତାଙ୍କର ଉତ୍ତମତା ଅନନ୍ତକାଳସ୍ଥାୟୀ।


ମୋର ଶତ୍ରୁମାନଙ୍କୁ ଲଜ୍ଜିତ କରାଅ। ସେମାନେ ଉତ୍ତରୀୟ ବସ୍ତ୍ରତୁଲ୍ୟ ନିଜ ଇଚ୍ଛାରେ ଆଚ୍ଛାଦିତ ହୁଅନ୍ତୁ।


ସେହି ଦୁଷ୍ଟ ଲୋକମାନେ ମୋ’ ପ୍ରାଣ ନାଶ ପାଇଁ ଉଦ୍ୟମ କରୁଛନ୍ତି। ହେ ସଦାପ୍ରଭୁ, ସେହି ଲୋକମାନଙ୍କୁ ଲଜ୍ଜିତ କରି ସେମାନଙ୍କୁ ନିରାଶ କର। ମୋ’ କ୍ଷତରେ ସନ୍ତୁଷ୍ଟଲୋକ ଲଜ୍ଜିତ ହୁଅନ୍ତୁ।


“ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ ଆଉ କୌଣସି ଦେବତା ଅଛି କି? ନା, ତୁମ୍ଭ ପରି ଆଉ କେହି ନାହାନ୍ତି। ତୁମ୍ଭେ ପବିତ୍ର ଅଟ। ତୁମ୍ଭେ ଆଶ୍ଚର୍ଯ୍ୟ ଶକ୍ତିରେ ପରିପୂର୍ଣ୍ଣ, ତୁମ୍ଭେ ବଡ଼ ଅ‌ଦ୍‌ଭୂତ କାର୍ଯ୍ୟ କର!


ତୁମ୍ଭେ ଯେଉଁ ଦିନ ସଦାପ୍ରଭୁଙ୍କ ବାକ୍ୟରେ କମ୍ପିତ ହେଉଅଛ, ତାଙ୍କର ବାକ୍ୟ ଶୁଣ। “ତୁମ୍ଭମାନଙ୍କର ଭାଇମାନେ ଯେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ଆମ୍ଭର ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି; ସେମାନେ କହି ଅଛନ୍ତି, ‘ଆମ୍ଭେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହୁଅନ୍ତୁ,’ ମାତ୍ର ସେମାନେ ଲଜ୍ଜିତ ହେବେ।”


ତୁମ୍ଭେ ଯେପରି ସମାଲୋଚିତ ନ ହୁଅ, ସେଥିପାଇଁ ତୁମ୍ଭେ ସତ କୁହ। ତା'ହେଲେ ଜଣେ ବିରୋଧୀ ମଧ୍ୟ ଲଜ୍ଜାବୋଧ କରିବ କାରଣ ସେ ଆମ୍ଭ ବିରୁଦ୍ଧରେ କୌଣସି ମନ୍ଦ ବିଷୟ ପାଇବ ନାହିଁ।


Swiv nou:

Piblisite


Piblisite