Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 13:28 - ପବିତ୍ର ବାଇବଲ

28 “ତୁମ୍ଭେମାନେ ଅବ୍ରହାମ, ଇ‌‌ସ୍‌‌ହାକ ଓ ଯାକୁବ ତଥା ଅନ୍ୟ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟରେ ଦେଖି ପାରିବ। କିନ୍ତୁ ତୁମ୍ଭେମାନେ ବାହାରେ ରହିଯିବ। ସେତିକିବେଳେ ତୁମ୍ଭେମାନେ କ୍ରୋଧ ଓ ଭୟରେ କାନ୍ଦିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଯେତେବେଳେ ତୁମ୍ଭେମାନେ ଅବ୍ରହାମ, ଇସ୍‍ହାକ, ଯାକୁବ, ପୁଣି ସମସ୍ତ ଭାବବାଦୀଙ୍କୁ ଈଶ୍ଵରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଯାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।

Gade chapit la Kopi

ଓଡିଆ ବାଇବେଲ

28 ଯେତେବେଳେ ତୁମ୍ଭେମାନେ ଅବ୍ରାହାମ, ଇସ୍‌ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ୱରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ତୁମ୍ଭେମାନେ ଯେତେବେଳେ ଅବ୍ରାହାମ, ଯିସାହକ, ଯାକୁବ ଓ ସମସ୍ତ ଭାବବାଦୀମାନଙ୍କୁ ଈଶ୍ୱରଙ୍କ ରାଜ୍ୟରେ ଦେଖିବ, ଅଥଚ ତୁମ୍ଭେମାନେ ବିତାଡ଼ିତ ହୋଇଥିବ, ସେତେବେଳେ କ୍ରନ୍ଦନ କରି ଦାନ୍ତ ରଗଡ଼ିବ!

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଯେତେବେଳେ ତୁମ୍ଭେମାନେ ଅବ୍ରହାମ, ଇସ୍‌ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ବରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 13:28
15 Referans Kwoze  

ତା'ପରେ ମାଲିକ କହିଲେ, ‘ସେ ଅଦରକାରୀ ଗ୍ଭକରକୁ ବାହାରେ ଅନ୍ଧକାରରେ ପକେଇ ଦିଅ। ସେଠାରେ ଲୋକମାନେ କାନ୍ଦିବେ ଏବଂ ଯନ୍ତ୍ରଣାରେ ଦାନ୍ତ କଡ଼ମଡ଼ କରିବେ।’


ତେଣୁ ରାଜା କେତେକ ଗ୍ଭକରଙ୍କୁ କହିଲେ, ‘ଏ ଲୋକର ହାତ ଗୋଡ଼ ବାନ୍ଧି ପକାଅ। ଏହାକୁ ବାହାରେ ଅନ୍ଧାରରେ ଫିଙ୍ଗିଦିଅ, ଯେଉଁଠାରେ ଲୋକେ କାନ୍ଦୁଥିବେ ଓ ଯନ୍ତ୍ରଣାରେ ଦାନ୍ତ କଡ଼ମଡ଼ କରୁଥିବେ।’


କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ୱାସୀ, ଘୃଣାକାର୍ଯ୍ୟ, ନରହତ୍ୟା, ଯୌନଗତ ପାପ, ମନ୍ଦ କୁହୁକ କରନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ୟାବାଦୀ ସେମାନେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦରେ ସ୍ଥାନ ପାଇବେ। ଏହା ଦ୍ୱିତୀୟ ମୃତ୍ୟୁ।’’


ପରମେଶ୍ୱର ତାହାଙ୍କର ବିଗ୍ଭରରେ ଠିକ୍ ବୋଲି ଏହା ପ୍ରମାଣିତ କରେ। ପରମେଶ୍ୱର ଗ୍ଭହାନ୍ତି ଯେ, ତୁମ୍ଭେ ତାହାଙ୍କ ରାଜ୍ୟରେ ପ୍ରବେଶ ପାଇଁ ଯୋଗ୍ୟ ହୁଅ, ଯେଉଁଥିପାଇଁ ତୁମ୍ଭେମାନେ ଏହିସବୁ ଯାତନାର ସମ୍ମୁଖୀନ ହେଉଛ।


କିନ୍ତୁ କୁକୁରମାନେ, ମନ୍ଦ କୁହୁକ କରୁଥିବା ଲୋକମାନେ, ଯେଉଁମାନେ ଯୌନଗତ ପାପ କରନ୍ତି, ନରହନ୍ତାମାନେ, ପ୍ରତିମାପୂଜକଗଣ, ମିଥ୍ୟାପ୍ରିୟ ଓ ମିଥ୍ୟାବାଦୀମାନେ ନଗରର ବାହାରେ ରହିବେ।”


ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ରାଜ୍ୟରେ ତୁମ୍ଭକୁ ସ୍ୱାଗତ କରାଯିବ। ସେହି ରାଜ୍ୟ ଅନନ୍ତକାଳସ୍ଥାୟୀ ଅଟେ।


ତାହାକୁ ନର୍କକୁ ପଠାଇ ଦିଆଗଲା। ସେଠାରେ ସେ ବହୁତ ଯନ୍ତ୍ରଣା ଭୋଗ କଲା। ଧନୀଲୋକ ଜଣକ ଉପରକୁ ଅନାଇଲା ଓ ଲାଜାରକୁ କୋଳରେ ଧରିଥିବା ଅବ୍ରହାମଙ୍କୁ ବହୁତ ଦୂରରେ ଦେଖିଲା।


ଯୀଶୁଙ୍କ ସହିତ ଖାଇବାକୁ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ଲୋକ ଏ ସବୁ କଥା ଶୁଣି ଯୀଶୁଙ୍କୁ କହିଲା, “ପରମେଶ୍ୱରଙ୍କ ରାଜ୍ୟରେ ଭୋଜନ କରୁଥିବା ଲୋକ ବହୁତ ଖୁସୀ ହେବ।”


ଏବଂ ହେ କଫର୍ନାହୂମ! ତୁମ୍ଭକୁ କ’ଣ ସ୍ୱର୍ଗ ଯେତେ ଉଚ୍ଚ, ସେତେ ଉଚ୍ଚକୁ ଉଠାଯିବ? ନା, ତୁମ୍ଭକୁ ନର୍କ ଯେତେ ନୀଚ୍ଚ ସେହିପରି ନୀଚ୍ଚ ସ୍ଥାନକୁ ଅଣାଯିବ।


ମାଲିକ ତାକୁ କଠିନ ଶାସ୍ତି ଦେବେ। ସେ ତାକୁ କପଟୀଲୋକଙ୍କ ସହିତ ଯେଉଁଠାରେ ଲୋକମାନେ କାନ୍ଦନ୍ତି ଓ ଯନ୍ତ୍ରଣାରେ ଦାନ୍ତ କଡ଼ମଡ଼ କରନ୍ତି ସେହି ସ୍ଥାନକୁ ପଠାଇଦେବେ।


ସ୍ୱର୍ଗଦୂତମାନେ ଖରାପ ଓ ଦୁଷ୍ଟ ଲୋକମାନଙ୍କୁ ଅଗ୍ନିକୁଣ୍ଡ ଭିତରକୁ ଫିଙ୍ଗି ଦେବେ। ସେଠାରେ ସେମାନେ କେବଳ କାନ୍ଦି କାନ୍ଦି ଓ ଯନ୍ତ୍ରଣାରେ ଦାନ୍ତ କାମୁଡ଼ି ରହିବେ।”


ସ୍ୱର୍ଗଦୂତମାନେ ସେହି ଲୋକମାନଙ୍କୁ ଜଳୁଥିବା ଅଗ୍ନିକୁଣ୍ଡ ଭିତରକୁ ଫିଙ୍ଗି ଦେବେ। ସେଠାରେ ସେମାନେ କାନ୍ଦି କାନ୍ଦି ଓ ଯନ୍ତ୍ରଣାରେ ଦାନ୍ତ କାମୁଡ଼ି ରହିବେ।


ଦୁଷ୍ଟ ଲୋକ ଏହା ଦେଖି କ୍ରୋଧ କରିବେ। ସେମାନେ ରାଗରେ ଦାନ୍ତ କଡ଼ମଡ଼ କରିବେ। କିନ୍ତୁ ଏହା ପରେ ସେମାନେ ଅଦୃଶ୍ୟ ହେବେ। ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହେବ ନାହିଁ।


Swiv nou:

Piblisite


Piblisite