Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 13:32 - ପବିତ୍ର ବାଇବଲ

32 ଯୀଶୁ ସେମାନଙ୍କୁ କହିଲେ, “ଯାଅ, ସେହି କୋକିଶିଆଳିକୁ କୁହ, ‘ଆଜି ଓ ଆସନ୍ତା କାଲି ମୁଁ ଲୋକଙ୍କ ଦେହରୁ ଭୂତମାନଙ୍କୁ ତଡ଼ି ଦେଉଛି ଓ ଲୋକମାନଙ୍କୁ ସୁସ୍ଥ କରିବା କାମ ସାରି ଦେଉଛି। ତା’ ପରଦିନ ମୋର କାମ ସରିଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ, ଦେଖ, ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ଆରୋଗ୍ୟ କରୁଅଛି, ପୁଣି ତୃତୀୟ ଦିନରେ ମୁଁ ସିଦ୍ଧ ହେବି।

Gade chapit la Kopi

ଓଡିଆ ବାଇବେଲ

32 ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ, ଦେଖ, ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ସୁସ୍ଥ କରୁଅଛି, ପୁଣି, ତୃତୀୟ ଦିନରେ ମୁଁ ସିଦ୍ଧ ହେବି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସେହି କୋକିଶିଆଳିକୁ ଯାଇ କୁହ: ‘ମୁଁ ଆଜି ଏବଂ ଆସନ୍ତା କାଲି ଭୂତ ଛଡ଼ାଉଛି ଓ ରୋଗୀଙ୍କୁ ସୁସ୍ଥ କରୁଛି ଏବଂ ତୃତୀୟ ଦିନରେ ମୁଁ ମୋର କାର୍ଯ୍ୟ ଶେଷ କରିବି।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ, ‘ଦେଖ, ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ସୁସ୍ଥ କରୁଅଛି, ପୁଣି, ତୃତୀୟ ଦିନରେ ମୁଁ ସିଦ୍ଧ ହେବି।’

Gade chapit la Kopi




ଲୂକ ଲିଖିତ ସୁସମାଚାର 13:32
16 Referans Kwoze  

ପରମେଶ୍ୱର ସମସ୍ତ ବିଷୟ ସୃଷ୍ଟି କରିଛନ୍ତି। ସମସ୍ତ ବିଷୟ ଗୁଡ଼ିକ ତାହାଙ୍କ ଗୌରବ ପାଇଁ ଉଦ୍ଧିଷ୍ଟ। ଅନେକ ଲୋକ ଯେପରି ତାହାଙ୍କ ଗୌରବରେ ପ୍ରବେଶ କରନ୍ତି ଏହା ଇଚ୍ଛା କରି ସେ ଯୀଶୁଙ୍କୁ ଦୁଃଖ ଭୋଗ ମାଧ୍ୟମରେ ସିଦ୍ଧ କଲେ, ତହିଁରେ ସେ ଲୋକମାନଙ୍କୁ ପରିତ୍ରାଣର ମାର୍ଗ ଦେଖାଇଲେ।


ପୁଣି ଯୀଶୁ ନିର୍ଦ୍ଦୋଷ ଥିଲେ। ଅତଏବ ଯେଉଁମାନେ ତାହାଙ୍କର ଆଜ୍ଞା ମାନନ୍ତି ସେମାନେ ଅନନ୍ତ ଜୀବନ ପାଇ ପାରିବେ।


ବ୍ୟବସ୍ଥା ଦୁର୍ବଳତା ବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ। ପରମେଶ୍ୱର ଯେଉଁ ଶପଥ ବ୍ୟବସ୍ଥା ପରେ କରିଥିଲେ, ତଦ୍ଦ୍ୱାରା ପରମେଶ୍ୱରଙ୍କ ପୁତ୍ର ଅନନ୍ତକାଳ ପର୍ଯ୍ୟନ୍ତ ମହାଯାଜକ ପଦରେ ନିଯୁକ୍ତି ପାଇଲେ।


କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ମୁଁ ପରମପିତାଙ୍କ ନିର୍ଦ୍ଦେଶ ଅନୁସାରେ ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିସାରିଛି। ତୁମ୍ଭେ ସେସବୁ ଦେଖିଛ। ତେବେ କେଉଁ ଭଲ କାର୍ଯ୍ୟ ହେତୁ ତୁମ୍ଭେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛ?”


ରାଜା ହେରୋଦ ଯୀଶୁଙ୍କ ବିଷୟରେ ଶୁଣିଲେ। କାରଣ ବର୍ତ୍ତମାନ ଯୀଶୁଙ୍କ ଖ୍ୟାତି ଗ୍ଭରିଆଡ଼େ ବ୍ୟାପି ଯାଇଥିଲା। କେତେକ ଲୋକ କହୁଥିଲେ, “ଯୀଶୁ ହେଉଛନ୍ତି ବାପ୍ତିଜକ ଯୋହନ। ସେ ମୃତ୍ୟୁରୁ ପୁନରୁ‌ତ୍‌ଥିତ ହୋଇଛନ୍ତି। ସେଥି ଯୋଗୁଁ ସେ ଆଶ୍ଚର୍ଯ୍ୟକାର୍ଯ୍ୟ କରି ପାରୁଛନ୍ତି।”


ଯିରୁଶାଲମର ନେତାମାନେ ଗର୍ଜିଲା ସିଂହ ପରି ଓ ତା'ର ବିଗ୍ଭରକମାନେ ସମତଳ ଭୂମିର ଭୋକିଲା ଗଧିଆ ପରି। ସେମାନେ ସକାଳକୁ କିଛି ରଖନ୍ତି ନାହିଁ।


“‘ହେ ଇସ୍ରାଏଲ, ତୁମ୍ଭର ଭବିଷ୍ୟ‌ଦ୍‌ବକ୍ତାଗଣ ଉଜଡ଼ା ସ୍ଥାନର କୋକିଶିଆଳୀ ତୁଲ୍ୟ ହୋଇଅଛନ୍ତି।


ଯୀଶୁ ତାହା ପାନ କରି କହିଲେ, “ସମାପ୍ତ ହେଲା।” ତା'ପରେ ସେ ମୁଣ୍ଡ ନୁଆଁଇ ପ୍ରାଣତ୍ୟାଗ କଲେ।


ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରୁଥିବା ଛୋଟ କୋକିଶିଆଳିଗୁଡ଼ିକୁ ଧର। କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି।


Swiv nou:

Piblisite


Piblisite