Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 13:33 - ପବିତ୍ର ବାଇବଲ

33 କିନ୍ତୁ ମୁଁ ଏସବୁ କାର୍ଯ୍ୟ ଆଜି ଓ ଆସନ୍ତା କାଲି ନିଶ୍ଚୟ କରିବି। ତା'ପରେ ମୁଁ ଯିବି। କାରଣ ସମସ୍ତ ଭବିଷ୍ୟ‌ଦ୍‌ବକ୍ତା ଯିରୁଶାଲମରେ ମରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ଯାହାହେଉ, ଆଜି, କାଲି ଓ ପଅର ଦିନ ମୋତେ ଯାତ୍ରା କରିବାକୁ ହେବ, କାରଣ ଯିରୂଶାଲମର ବାହାରେ ଭାବବାଦୀର ବିନଷ୍ଟ ହେବା ଉଚିତ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

33 ଯାହା ହେଉ, ଆଜି, କାଲି ଓ ପଅର ଦିନ ମୋତେ ଯାତ୍ରା କରିବାକୁ ହେବ, କାରଣ ଯିରୂଶାଲମର ବାହାରେ ଭାବବାଦୀର ନିହତ ହେବା ଉଚିତ ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

33 ତଥାପି ମୁଁ ଆଜି କାଲି ଓ ତା’ ପରଦିନ ମୋର ଗନ୍ତବ୍ୟ ପଥରେ ଯିବି। କାରଣ ଯିରୂଶାଲମ ବ୍ୟତୀତ ଜଣେ ଭାବାବାଦୀକୁ ଅନ୍ୟ କେଉଁଠାରେ ହତ୍ୟା କରାଯାଏ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଯାହା ହେଉ, ଆଜି, କାଲି ଓ ପଅର ଦିନ ମୋତେ ଯାତ୍ରା କରିବାକୁ ହେବ, କାରଣ ଯିରୂଶାଲମ ସହରର ବାହାରେ ଭାବବାଦୀର ନିହତ ହେବା ଉଚିତ୍ ନୁହେଁ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 13:33
10 Referans Kwoze  

କିନ୍ତୁ ଯୀଶୁ ଯିରୁଶାଲମକୁ ଯାଉଥିବାର ଦେଖି ସେଠାକାର ଲୋକ ତାହାଙ୍କୁ ସ୍ୱାଗତ କଲେ ନାହିଁ।


ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକେ କହିଲେ, “ଏ ହେଉଛନ୍ତି ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯୀଶୁ। ସେ ଗାଲିଲୀ ପ୍ରଦେଶର ନାଜରିତ ସହରରୁ ଆସିଛନ୍ତି।”


ଯିରୁଶାଲମ ବାସିନ୍ଦାମାନେ ଓ ଯିହୂଦୀନେତାମାନେ ଯୀଶୁଙ୍କୁ ଚିହ୍ନି ପାରିଲେ ନାହିଁ। ସେମାନେ ତାହାଙ୍କୁ ଦଣ୍ଡ ଦେଲେ। ଏହି ପ୍ରକାରେ ସେମାନେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ବାକ୍ୟ ସଫଳ କଲେ। ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ଏହି ବାକ୍ୟ ସବୁ ପ୍ରତି ବିଶ୍ରାମ ଦିବସରେ ପଢ଼ାଯାଏ।


“ଶୁଣ, ଆମ୍ଭେମାନେ ଯିରୁଶାଲମକୁ ଯାଉଛୁ। ମନୁଷ୍ୟପୁତ୍ରଙ୍କୁ ସେଠାରେ ପ୍ରଧାନଯାଜକ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନଙ୍କ ହାତରେ ଦେଇ ଦିଆଯିବ। ସେମାନେ ତାହାଙ୍କୁ ମୃତ୍ୟୁଦଣ୍ଡ ଦେବାକୁ କହିବେ।


ତେଣୁ ଯୀଶୁ ଯିହୂଦୀମାନଙ୍କ ମଧ୍ୟରେ ଖୋଲାଖୋଲି ଭାବରେ ଯାତ୍ରା କରିବା ବନ୍ଦ କରିଦେଲେ। ସେ ଯିରୁଶାଲମ ଛାଡ଼ି ମରୁଭୂମି ପାଖଥିବା ଗୋଟିଏ ସ୍ଥାନକୁ ଗ୍ଭଲିଗଲେ। ସେହି ସହରର ନାମ ଏଫ୍ରୟିମ। ସେ ସେଠାରେ ନିଜ ଶିଷ୍ୟମାନଙ୍କ ସହିତ ରହିଲେ।


ଦିନ ଥାଉ ଥାଉ ମୋର ପ୍ରେରଣକର୍ତ୍ତାଙ୍କ କାର୍ଯ୍ୟ ଆମ୍ଭେ ଅବିରତ କରିବା ଉଚିତ୍। କାରଣ ରାତି ଆସୁଅଛି। ରାତିରେ କେହି କାର୍ଯ୍ୟ କରି ପାରିବେ ନାହିଁ।


ଯୀଶୁ କହିଲେ, “ଯେଉଁ ପରମେଶ୍ୱର ମୋତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ଯ୍ୟ ପୂର୍ଣ୍ଣ କରିବା ହେଉଛି ମୋର ଆହାର।


ତୁମ୍ଭେମାନେ ନାଜରିତୀୟ ଯୀଶୁଙ୍କ ବିଷୟରେ ମଧ୍ୟ ଜାଣିଛ। ପରମେଶ୍ୱର ତାହାଙ୍କୁ ପବିତ୍ରଆତ୍ମା ଓ ଶକ୍ତିରେ ପୂର୍ଣ୍ଣକରି ଖ୍ରୀଷ୍ଟରୂପେ ଅଭିଷିକ୍ତ କରିଥିଲେ। ଯୀଶୁ ଚତୁର୍ଦ୍ଦିଗକୁ ଯାଇ ଲୋକଙ୍କ ଉପକାର କରୁଥିଲେ। ଶୟତାନର ଅତ୍ୟାଗ୍ଭର ଅଧୀନରେ ରହୁଥିବା ଲୋକଙ୍କୁ ସେ ସୁସ୍ଥ କରି ଦେଉଥିଲେ। ଏହିସବୁ ଦ୍ୱାରା ପ୍ରମାଣିତ ହେଉଥିଲା ଯେ, ପରମେଶ୍ୱର ତାହାଙ୍କ ସହିତ ଥିଲେ।


ଯୀଶୁ କହିଲେ, “ତୁମ୍ଭମାନଙ୍କ ପାଖରେ ଆଲୋକ ଆଉ ଅଳ୍ପ ସମୟ ପାଇଁ ରହିବ। ତେଣୁ ଆଲୋକ ତୁମ୍ଭ ପାଖରେ ଥିବା ପର୍ଯ୍ୟନ୍ତ ଗ୍ଭଲ। ତେବେ ଅନ୍ଧକାର ତୁମ୍ଭକୁ ଧରି ପାରିବ ନାହିଁ। ଅନ୍ଧକାରରେ ଗ୍ଭଲୁଥିବା ବ୍ୟକ୍ତି କେଉଁଆଡ଼େ ଯାଉଛି ଜାଣି ପାରେ ନାହିଁ।


ଯୀଶୁ ଉତ୍ତର ଦେଲେ, “ଦିନ ମଧ୍ୟରେ ବାରଘଣ୍ଟା ଆଲୋକ ଥାଏ। ଜଣେ ଲୋକ ଦିନବେଳେ ଗ୍ଭଲିଲେ ସେ ଝୁଣ୍ଟେ ନାହିଁ କି ପଡ଼େ ନାହିଁ, କାରଣ ଜଗତର ଆଲୋକରେ ସେ ଦେଖି ପାରେ।


Swiv nou:

Piblisite


Piblisite