ଲୂକ ଲିଖିତ ସୁସମାଚାର 13:34 - ପବିତ୍ର ବାଇବଲ34 “ଯିରୁଶାଲମ, ହେ ଯିରୁଶାଲମ! ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ୱର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡ଼ି ମାରି ଦେଇଛ। ମୁଁ ଅନେକ ଥର ତୁମ୍ଭ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହିଁଛି। ଗୋଟିଏ କୁକୁଡ଼ା ତା'ର ପକ୍ଷତଳେ କୁକୁଡ଼ା ଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଗ୍ଭହିଁଥିଲି। କିନ୍ତୁ ତୁମ୍ଭେମାନେ ମୋତେ ତାହା କରେଇ ଦେଲ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)34 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ। Gade chapit laଓଡିଆ ବାଇବେଲ34 ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)34 “ହେ ଯିରୂଶାଲମ, ହେ ଯିରୂଶାଲମ। ତୁ ଭାବବାଦୀମାନଙ୍କୁ ହତ୍ୟା କରୁ ଏବଂ ଈଶ୍ୱର ତୋ’ ନିକଟକୁ ପଠାଇ ଥିବା ବାର୍ତ୍ତାବହମାନଙ୍କୁ ପ୍ରସ୍ତରାଘାତ କରୁ। କୁକୁଡ଼ା ଯେପରି ପକ୍ଷ ତଳେ ଛୁଆମାନଙ୍କୁ ଏକାଠି କରେ, ସେହିପରି କେତେଥର ମୁଁ ତୋର ସନ୍ତାନମାନଙ୍କୁ ଏକତ୍ର କରିବା ପାଇଁ ଇଚ୍ଛା କରିଛି, କିନ୍ତୁ ତୁ ମୋତେ ତାହା କରିବାକୁ ଦେଇ ନାହୁଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 “ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ। Gade chapit la |
ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲ? ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେବାକୁ କାହିଁକି ନ ଥିଲ? ଆମ୍ଭର ହସ୍ତ କ’ଣ ଛୋଟ ଯେ ତାହା ମୁକ୍ତ କରି ପାରିବ ନାହିଁ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ’ଣ ପରାକ୍ରମ ନାହିଁ? ଦେଖ, ଆମ୍ଭର ଆଦେଶରେ ସମୁଦ୍ର ଶୁଖିଯାଇପାରେ ଓ ନଦନଦୀକୁ ପ୍ରାନ୍ତର କରିଦେଇ ପାରୁ। ସେଥିରେ ଥିବା ମତ୍ସ୍ୟ ଜଳ ଅଭାବରୁ ତୃଷାର୍ତ୍ତ ହୋଇ ମରିଯିବେ ଓ ଦୁର୍ଗନ୍ଧ ହେବ।
“ରେଖବର ପୁତ୍ର ଯିହୋନାଦବ୍ ଆପଣା ବଂଶଧରଗଣଙ୍କୁ ଦ୍ରାକ୍ଷାରସ ପାନ ନ କରିବାକୁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହୋଇ ଆସୁଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରୁ ନାହାନ୍ତି। କାରଣ ସେମାନେ ଆପଣା ପିତୃପୁରୁଷଙ୍କ ଆଜ୍ଞା ପାଳନ କରୁଛନ୍ତି। ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ ବାରମ୍ବାର ଆଜ୍ଞା ଦେଲେ ହେଁ, ତୁମ୍ଭେମାନେ ଆମ୍ଭ ବାକ୍ୟ ପ୍ରତି ଅବଧାନ କରୁ ନାହଁ।
ସ୍ତିଫାନଙ୍କ ମୃତ୍ୟୁ ଯେ ଯଥାର୍ଥ, ଏହା ଶାଉଲ ସମର୍ଥନ କରିଥିଲେ। କେତେକ ନିଷ୍ଠାପର ଲୋକ ସ୍ତିଫାନଙ୍କୁ କବର ଦେଲ ଓ ତାହାଙ୍କ ପାଇଁ ବହୁତ କାନ୍ଦିଲେ। ସେହି ଦିନ ଯିରୁଶାଲମରେ ଥିବା ବିଶ୍ୱାସୀମାନଙ୍କ ବିରୁଦ୍ଧରେ ଗୋଟିଏ ଭୀଷଣ ତାଡ଼ନା ହେଲା। ପ୍ରେରିତମାନଙ୍କ ବ୍ୟତୀତ ଅନ୍ୟ ସମସ୍ତ ବିଶ୍ୱାସୀ ଯିହୂଦା ଓ ଶମିରୋଣ ଦେଶର ବିଭିନ୍ନ ସ୍ଥାନରେ ଛିନ୍ନଭିନ୍ନ ହୋଇଗଲେ। କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀମାନଙ୍କୁ ଟାଣି ଆଣି କାରାଗାରରେ ରଖିଲେ ଓ ମଣ୍ଡଳୀ ଧ୍ୱଂସ କରିବା ପାଇଁ ଚେଷ୍ଟା କଲେ।