Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 14:14 - ପବିତ୍ର ବାଇବଲ

14 ଏ ଲୋକମାନଙ୍କର କିଛି ନ ଥିବାରୁ ସେମାନେ ତୁମ୍ଭକୁ ପ୍ରତିବଦଳରେ କିଛି ଦେଇ ପାରିବେ ନାହିଁ। ତେଣୁ ଏହା ତୁମ୍ଭପାଇଁ ଆଶୀର୍ବାଦଜନକ ହେବ। କିନ୍ତୁ ଯେତେବେଳେ ଧାର୍ମିକ ଲୋକମାନେ ମୃତମାନଙ୍କ ମଧ୍ୟରୁ ଜୀବିତ ହେବେ, ସେହି ସମୟରେ ତୁମ୍ଭେମାନେ ତୁମ୍ଭର ପୁରସ୍କାର ପାଇବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ।

Gade chapit la Kopi

ଓଡିଆ ବାଇବେଲ

14 ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ତା’ହେଲେ, ତୁମେ ଆଶୀର୍ବାଦ ପାଇବ, କାରଣ ପ୍ରତିଦାନ ଦେବାକୁ ସେମାନେ ଅକ୍ଷମ। ଧାର୍ମିକ ଲୋକାମନେ ମୃତ୍ୟୁରୁ ଉଠିବା ଦିନ ଈଶ୍ୱର ତୁମକୁ ପ୍ରତିଦାନ ଦେବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 14:14
11 Referans Kwoze  

ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ। ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।


ଏହି ବ୍ୟକ୍ତିମାନଙ୍କ ଭଳି, ମୁଁ ମଧ୍ୟ ପରମେଶ୍ୱରଙ୍କଠାରେ ଏହି ଭରସା ରଖିଛି ଯେ, ଉଭୟ ଉତ୍ତମ ଓ ଦୁଷ୍ଟ ଲୋକମାନଙ୍କର ମୃତ୍ୟୁରୁ ପୁନରୁ‌‌ତ୍‌‌ଥାନ ହେବ।


ସେମାନେ ସେମାନଙ୍କର ସମାଧିରୁ ବାହାରିବେ। ଜୀବନରେ ସତ୍ କାର୍ଯ୍ୟ କରିଥିବା ଲୋକମାନେ ଉଠିବେ ଓ ଅନନ୍ତ ଜୀବନ ପାଇବେ। କିନ୍ତୁ କୁକାର୍ଯ୍ୟ କରିଥିବା ଲୋକମାନେ ଦୋଷୀ ଭାବରେ ବିଗ୍ଭରିତ ହେବା ପାଇଁ ଉଠିବେ।


ତୁମ୍ଭର ଦାନ ଗୋପନରେ ହେବା ଉଚିତ୍। ତୁମ୍ଭର ପରମପିତା ଗୋପନରେ କରାଯାଇଥିବା କାର୍ଯ୍ୟକୁ ଦେଖି ପାରନ୍ତି, ସେ ତୁମ୍ଭକୁ ତା'ର ପ୍ରତିଫଳ ଦେବେ।


ବରଂ ଭୋଜି ଦେବା ସମୟରେ ଗରିବ, ପଙ୍ଗୁ, ଛୋଟା ଓ ଅନ୍ଧମାନଙ୍କୁ ଡାକ।


Swiv nou:

Piblisite


Piblisite