Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 14:9 - ପବିତ୍ର ବାଇବଲ

9 ତୁମ୍ଭେ ଯଦି ସବୁଠାରୁ ମୁଖ୍ୟ ଆସନରେ ବସିଥିବ, ତେବେ ତୁମ୍ଭକୁ ନିମନ୍ତ୍ରଣ କରିଥିବା ଲୋକଟି ଆସି କହିବେ, ‘ଏହି ଲୋକଙ୍କୁ ତୁମ୍ଭ ଆସନଟି ଦେଇଦିଅ।’ ତା'ପରେ ତୁମ୍ଭେ ସେଠାରୁ ଉଠି ପଛରେ ଥିବା ଶେଷ ଆସନଟିକୁ ଯିବ। ସେତେବେଳେ ତୁମ୍ଭକୁ ବଡ଼ ଅପମାନ ଲାଗିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ ଯେ ତୁମ୍ଭକୁ ଓ ତାଙ୍କୁ ନିମନ୍ତ୍ରଣ କଲେ, ସେ ଆସି ତୁମ୍ଭକୁ କହିବେ, ଏହାଙ୍କୁ ସ୍ଥାନ ଦିଅ; ଆଉ, ସେତେବେଳେ ତୁମ୍ଭେ ଲଜ୍ଜାରେ ନିମ୍ନତମ ସ୍ଥାନ ଗ୍ରହଣ କରିବାକୁ ଯିବ।

Gade chapit la Kopi

ଓଡିଆ ବାଇବେଲ

9 ଆଉ ଯେ ତୁମ୍ଭକୁ ଓ ତାହାଙ୍କୁ ନିମନ୍ତ୍ରଣ କଲେ, ସେ ଆସି ତୁମ୍ଭକୁ କହିବେ, ଏହାଙ୍କୁ ସ୍ଥାନ ଦିଅ; ଆଉ, ସେତେବେଳେ ତୁମ୍ଭେ ଲଜ୍ଜାରେ ନିମ୍ନତମ ସ୍ଥାନ ଗ୍ରହଣ କରିବାକୁ ଯିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଓ ତୁମର ଆତିଥ୍ୟକାରୀ ହୁଏତ ଆସି ତୁମକୁ କହିବେ, ଏହି ସ୍ଥାନଟି ତାଙ୍କ ପାଇଁ ଛାଡ଼ି ଦିଅ’। ସେତେବେଳେ ତୁମେ ଅପଦସ୍ଥ ହୋଇ ନିମ୍ନତମ ଆସନରେ ବସିବାକୁ ବାଧ୍ୟ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ଯେ ତୁମ୍ଭକୁ ଓ ତାହାଙ୍କୁ ନିମନ୍ତ୍ରଣ କଲେ, ସେ ଆସି ତୁମ୍ଭକୁ କହିବେ, ‘ଏହାଙ୍କୁ ସ୍ଥାନ ଦିଅ;’ ଆଉ, ସେତେବେଳେ ତୁମ୍ଭେ ଲଜ୍ଜାରେ ନିମ୍ନତମ ସ୍ଥାନ ଗ୍ରହଣ କରିବାକୁ ଯିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 14:9
8 Referans Kwoze  

ଅହଙ୍କାର ସର୍ବନାଶର ସମ୍ମୁଖରେ ଆସେ ଏବଂ ଅହଙ୍କାରୀ ପ୍ରକୃତି ପତନର ସମ୍ମୁଖରେ ଆସେ।


ଗର୍ବ ଲଜ୍ଜା ଆଣେ, କିନ୍ତୁ ନମ୍ରତା ଜ୍ଞାନ ଆଣେ।


ଜ୍ଞାନବାନଙ୍କର ଜୀବନ ସେମାନଙ୍କୁ ସମ୍ମାନ ଦିଏ। ମାତ୍ର ଅଜ୍ଞାନମାନଙ୍କର ଜୀବନ ସେମାନଙ୍କୁ ଲଜ୍ଜା ଦିଏ।


ତୁମ୍ଭେମାନେ ପ୍ରକୃତରେ ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କରିଛ ବୋଲି ତୁମ୍ଭମାନଙ୍କୁ ନିଜ କାର୍ଯ୍ୟ ଦ୍ୱାରା ପ୍ରମାଣିତ କରିବାକୁ ହେବ। ଗର୍ବ କରି କୁହ ନାହିଁ ଯେ ‘ଅବ୍ରହାମ ଆମ୍ଭମାନଙ୍କର ପିତା।’ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ୱର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡ଼ିକରୁ ମଧ୍ୟ ସନ୍ତାନ ସୃଷ୍ଟି କରିପାରନ୍ତି।


ଯୀଶୁ ଏ କଥା କହିବା ବେଳେ ଯେଉଁସବୁ ଲୋକେ ତାହାଙ୍କୁ ସମାଲୋଚନା କରୁଥିଲେ, ସେମାନେ ଲଜ୍ଜିତ ହେଲେ। ଯୀଶୁ ଯେଉଁସବୁ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କଲେ, ତାକୁ ଦେଖି ସବୁ ଲୋକ ଖୁସୀ ହେଲେ।


Swiv nou:

Piblisite


Piblisite